ବାତ୍ୟା: ୧୮ରୁ ଉପକୂଳରେ ବର୍ଷା, ପବନ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ସାମୁଦ୍ରିକ ଝଡ଼ରେ ପରିଣତ ହେବ । ସମୁଦ୍ର ମଧ୍ୟରେ ଅଧିକ ସମୟ ରହୁଥିବାରୁ ବାତ୍ୟା ଆହୁରି ଅଧିକ ବଳ ଗୋଟାଇ ଶକ୍ତିଶାଳୀ ହେବାର ସମ୍ଭାବନା ରହିଛି । ପ୍ରଥମେ ଏହା ପଶ୍ଚିମ ଉତ୍ତର-ଉତ୍ତର- ପଶ୍ଚିମ ଦିଗ ଦେଇ ଗତି କରିବ। ଏହା ପରେ ଦିଗ ବଦଳାଇ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୧୮ ତାରିଖ ମଧ୍ୟାହ୍ନରୁ ପୁରୀ, ଗଞ୍ଜାମ, ଗଜପତି, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲାରେ ବର୍ଷା ଆରମ୍ଭ ହେବ। ମେ ୧୯ରେ ଉପକୂଳବର୍ତ୍ତୀ ଜିଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ଉପକୂଳରେ ଘଣ୍ଟାକୁ ୭୦ରୁ ୮୦ କି.ମି. ବେଗରେ ପବନ ବହିବ। ତେବେ ୧୫ ତାରିଖରୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘଣ୍ଟାକୁ ୪୫ରୁ ୫୫ କି.ମି. ବେଗରେ ପବନ ବହିବ। ସେହିପରି ୧୬ ତାରିଖରୁ ପବନର ବେଗ ୫୫ରୁ ୬୮ ଏବଂ ବେଳେ ବେଳେ ୭୫ କି.ମି. ବେଗରେ ବହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ୧୭ ଓ ୧୮ ତାରିଖରେ ପବନ ୭୦ରୁ ୮୦ ଓ ବେଳେ ବେଳେ ୯୦ କି.ମି. ବେଗରେ ବହିବ। ଶୁକ୍ରବାର ଠାରୁ ମତ୍ସ୍ୟଜୀବୀମାନେ ଗଭୀର ସମୁଦ୍ରକୁ ନ ଯିବା ଲାଗି ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯାଇଛନ୍ତି ସେମାନେ ତୁରନ୍ତ ଫେରି ଆସିବାକୁ କୁହାଯାଇଛି।
ତେବେ ଓଡ଼ିଶା ଉପରେ କି ପ୍ରଭାବ ପଡ଼ିବ ସେ ନେଇ ପାଣିପାଗ ବିଭାଗ ଏ ପର୍ଯ୍ୟନ୍ତ ସ୍ପଷ୍ଟ କରି ନାହିଁ। କେତେକ ପାଣିପାଗ ମଡେଲ ବାତ୍ୟା ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଦେଇ ଅତିକ୍ରମ କରିବ ବୋଲି ଆକଳନ କରୁଥିବା ବେଳେ ଆଉ କେତେକ ମଡେଲ ବାତ୍ୟା ପଶ୍ଚିମବଙ୍ଗ ଓ ବାଂଲାଦେଶ ଦେଇ ସ୍ଥଳ ଭାଗ ଅତିକ୍ରମ କରିବ ବୋଲି କୁହାଯାଉଛି। ତେବେ ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ବାତ୍ୟାର ରୂପରେଖ ଓ ଗତି ବିଷୟରେ ସ୍ପଷ୍ଟ ସୂଚନା ମିଳିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ବାତ୍ୟା ଦାନା ବାନ୍ଧୁଥିବାରୁ ରାଜ୍ୟରେ ତାତି ବଢିଛି। ରାଜ୍ୟର ୭ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ୍‌ ଉପରକୁ ଉଠିଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୪୧.୨ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବା ବେଳେ ତାଳଚେର ୪୨.୧, ସମ୍ବଲପୁର ୪୦.୫, ଭବାନୀପାଟଣା ୪୦.୭, ବଲାଙ୍ଗୀର ୪୦.୫, ମାଲକାନଗିରି ୪୧, ପାରଳାଖେମୁଣ୍ଡି ୪୦.୭, ଅନୁଗୋଳ ୩୯.୭, ଝାରସୁଗୁଡା ୩୯.୨, ହୀରାକୁଦ ୩୯.୮ ଏବଂ ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୩୯.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଅଳ୍ପ କେତେକ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀ ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ୧୬ଟି ମେଟ୍ରୋ ଷ୍ଟେଶନକୁ ବନ୍ଦ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri