ବାଧକ ସାଜିଛି କରୋନା: ବିକ୍ରି ହେଉନି ଖଲି, ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୧୭ା୪(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାକୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳବାସୀ ପାଳନ କରିବା ସହ ପ୍ରଶାସନର ନିର୍ଦ୍ଦେଶ ଅନୁଯାୟୀ ଘରେ ରହୁଛନ୍ତି। ଆବଶ୍ୟକ ନ ଥିଲେ କେହି ବଜାରକୁ ଆସୁନାହାନ୍ତି। କେବଳ ବ୍ୟାଙ୍କ ପ୍ରତିଷ୍ଠାନ ସହ ସ୍ବାସ୍ଥ୍ୟକେନ୍ଦ୍ରକୁ ଲୋକଙ୍କ ଯାତାୟାତ ଯାହା ରହୁଛି । ଏହି ସମୟରେ ଦୁର୍ଗମ ଅଞ୍ଚଳର ମହିଳାମାନେ ନିଜ ପେଟ ପୋଷିବା ପାଇଁ ଜଙ୍ଗଲରୁ ସିଆଳି ପତ୍ର ସଂଗ୍ରହ କରିବା ସହ ଘରେ ସମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇ ସିଲେଇ କରୁଛନ୍ତି। ଯେଉଁଠି ସହରରେ ମୋବାଇଲ ସେବା ସହ ବିଭିନ୍ନ ମନୋରଞ୍ଜନ କରି ଲୋକେ ସମୟ ଅତିବାହିତ କରୁଥିବା ବେଳେ ସେହି ସମୟରେ ନିଜ ପେଟ ପାଇଁ ଦୁର୍ଗମ ଅଞ୍ଚଳର ମହିଳାମାନେ ପ୍ରୟାସ ଜାରି ରଖିଛନ୍ତିି । ଆସନ୍ତା ମେ ୩ରେ ଲକ୍‌ଡାଉନ୍‌ ଖୋଲିଗଲା ପରେ ସେମାନେ ଏହି ଖଲି ବିକ୍ରିବଟା କରି ପରିବାର ଗୁଜୁରାଣ କରିବେ ବୋଲି ସିକାବର୍ଗ ପଞ୍ଚାୟତ ବଡ଼ାଙ୍ଗିଆ ଗ୍ରାମର ମହିଳାମାନେ କହିଛନ୍ତି। ପ୍ରାୟ ଏକ ସପ୍ତାହ ଧରି ସିଆଳି ପତ୍ର ସଂଗ୍ରହ କରିବା ପରେ ଏବେ ଘରେ ସିଲେଇରେ ବ୍ୟସ୍ତ ରହିଛନ୍ତି। ସିଲେଇ ପରେ ପତ୍ରକୁ ଶୁଖାଇବା କାର୍ଯ୍ୟ ପ୍ରାୟ ୨ରୁ ୩ ଦିନ ପରେ ୮୦ଟି ପତ୍ରକୁ ଏକ ଚକି ହିସାବରେ ବନ୍ଧା ଯାଇ ବଜାରରେ ବିକ୍ରି କରାଯିବ। ଏବେ  କରୋନା ବାଧକ ସାଜିଥିବାରୁ କୌଣସି ବ୍ୟବସାୟୀ ଖଲି କିଣୁ ନାହାନ୍ତି। ଫଳରେ ଉକ୍ତ ବ୍ଲକର ପ୍ରାୟ ୨୫ ପଞ୍ଚାୟତର ଲୋକେ ଖଲିପତ୍ର ବିକ୍ରି କରିବା ଅପେକ୍ଷାରେ ରହିଥିବା ଭ୍ରମରବାଡ଼ି ଗ୍ରାମର ନାମୋଜିନି ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri