ବାଧକ ସାଜିଛି ଗଛ: ଧିମେଇ ଯାଉଛି ରାସ୍ତା କାମ

ଜମନକିରା,୮।୧୨(ଡି.ଏନ୍‌.ଏ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡସ୍ଥ ଗୃହ ଓ ପୂର୍ତ୍ତ ବିଭାଗ ପକ୍ଷରୁ ଜମନକିରା ୫୩ ନଂ. ରାଜପଥ ଷଣ୍ଢପଥର-ଫାଶୀମାଳ ଏବଂ ଜମନକିରା ମୁଖଛକ -ବଡ଼ମାଳ ପର୍ଯ୍ୟନ୍ତ ନିର୍ମାଣାଧୀନ ଥିବା ରାସ୍ତା ମଝିରେ ଗଛଗୁଡ଼ିକ ଥିବାରୁ ରାସ୍ତାକାମ ବାଧାପ୍ରାପ୍ତ ହେଉଛି। ଏ ନେଇ ଅଞ୍ଚଳବାସୀ ରାସ୍ତାକାମକୁ ତ୍ୱରାନ୍ବିତ କରିବା ପାଇଁ ବିଭାଗ, ଠିକାଦାର ସଂସ୍ଥା ଏବଂ ପ୍ରଶାସନ ପାଖରେ ଦାବି କରୁଥିବା ଜଣାଯାଇଛି।
ସୂଚନାଯୋଗ୍ୟ, ଜମନକିରା ମୁଖ୍ୟଛକ ୫୩ ନଂ. ରାଜପଥରୁ ବଡ଼ମାଳ ପର୍ଯ୍ୟନ୍ତ ସାଢ଼େ ୮ କିଲୋମିଟର ରାସ୍ତା କୁଚିଣ୍ଡା ଗୃହ ଓ ପୂର୍ତ୍ତ ବିଭାଗ ଦ୍ୱାରା ଅଧିକ ଚଉଡ଼ା କରାଯାଉଥିବା ବେଳେ ଏହି କାମକୁ ଏକ ଠିକାସଂସ୍ଥା ହାତକୁ ନେଇଛି। ଠିକାସଂସ୍ଥା କାମକୁ ଶୀଘ୍ର ଶେଷ କରିବା ପାଇଁ ପ୍ରୟାସ କରୁଥିବା ବେଳେ ରାସ୍ତା ମଝିରେ ଥିବା ୭ଟି ଗଛ ବାଧକ ସାଜିଛି।
ସେହିପରି ଷଣ୍ଢପଥର ଛକଠାରୁ ଫାଶୀମାଲ ଗଁାକୁ ଥିବା ୧୩ କିଲୋମିଟର ରାସ୍ତାରେ ଅନୁରୂପ ଭାବେ ଅନେକ ଗଛ ମଝିରେ ରହିଛି। ସେଥିପାଇଁ ଠିକାସଂସ୍ଥା କାମକୁ ଶୀଘ୍ର କରିପାରୁନାହିଁ। ରାସ୍ତାକାମ ଶୀଘ୍ର ଶେଷ କରିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହୋଇଆସୁଥିବା ବେଳେ ଉଭୟ ରାସ୍ତାରେ ଗଛ ଥିବାରୁ କାମ ଠିକ୍‌ରେ ଆଗେଇ ପାରୁ ନ ଥିବା ସଂସ୍ଥା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ

ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri