Posted inଖେଳ

ବାପାଙ୍କଠାରୁ ଆଗକୁ ଯିବାକୁ ଲକ୍ଷ୍ୟ ରଖିଛି: ଲଥାମ

ଚେଷ୍ଟର-ଲି-ଷ୍ଟ୍ରିଟ୍‌, ୫।୭ (ପି.ଟି.)- ନ୍ୟୁଜିଲାଣ୍ଡ ଉଇକେଟ୍‌କିପର ବ୍ୟାଟ୍ସମ୍ୟାନ ଟମ୍‌ ଲଥାମ କହିଛନ୍ତି ୧୯୯୨ ବିଶ୍ୱକପ୍‌ରେ ତାଙ୍କ ବାପା ରଡ୍‌ ଲଥାମ ଯାହା ହାସଲ କରିଥିଲେ ଚଳିତ ସଂସ୍କରଣରେ ସେ ଏହାଠାରୁ ଆଗକୁ ଯିବାକୁ ଲକ୍ଷ୍ୟ ରଖିଛନ୍ତି। ୧୯୯୨ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ଦଳ ସେମିଫାଇନାଲରେ ପ୍ରବେଶ କରିଥିବାବେଳେ ପାକିସ୍ତାନ ନିକଟରୁ ପରାସ୍ତ ହୋଇ ବିଦାୟ ନେଇଥିଲା। ନ୍ୟୁଜିଲାଣ୍ଡ ପକ୍ଷରୁ ୪ ଟେଷ୍ଟ ଓ ୩୩ ଦିନିକିଆ ମ୍ୟାଚ୍‌ ଖେଳିଥିବା ରଡ୍‌ ୧୯୯୨ ବିଶ୍ୱକପ୍‌ରେ କିଓ୍ବି ଦଳର ସଦସ୍ୟ ରହିଥିଲେ। ‘ସେହି ବିଶ୍ୱକପ୍‌ ସମ୍ପର୍କରେ ବାପାଙ୍କ ସହିତ ବହୁଥର ଆଲୋଚନା କରିଛି। ୧୯୯୨ ପରି କ୍ରିକେଟ ମହାକୁମ୍ଭର ଚଳିତ ଦ୍ୱାଦଶ ସଂସ୍କରଣ ମଧ୍ୟ ସମାନ ଫର୍ମାଟ୍‌ର। ଆଶାକରୁଛି ସେମାନେ ଯାହା ହାସଲ କରିଥିଲେ ଆମେ ନିଶ୍ଚୟ ଆଗକୁ ଯିବୁ’ ବୋଲି ଟମ୍‌ କହିଛନ୍ତି।
ଆଇସିସି ବିଶ୍ୱକପ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ବୁଧବାର ନ୍ୟୁଜିଲାଣ୍ଡ ୧୧୯ ରନରେ ଆୟୋଜକ ଇଂଲଣ୍ଡ ନିକଟରୁ ପରାସ୍ତ ହୋଇଛି। ଏହି ମ୍ୟାଚ୍‌ରେ ଲଥାମ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ ମଧ୍ୟ ଦଳକୁ ପରାଜୟରୁ ରକ୍ଷା କରିପାରି ନ ଥିଲେ। ଏହି ବିଜୟ ସହ ଅଷ୍ଟ୍ରେଲିଆ ଓ ଭାରତ ପରେ ୩ୟ ଦଳ ଭାବେ ଇଂଲଣ୍ଡ ସେମିଫାଇନାଲରେ ପ୍ରବେଶ କରିଛି। ଅପରପକ୍ଷରେ ନ୍ୟୁଜିଲାଣ୍ଡ ୧୧ ପଏଣ୍ଟ ସହ ୪ର୍ଥ ସ୍ଥାନରେ ରହିଛି। ଯଦି ପାକିସ୍ତାନ (୧୦ ପଏଣ୍ଟ) ଏହାର ଅନ୍ତିମ ମ୍ୟାଚ୍‌ରେ ଶୁକ୍ରବାର ବାଂଲାଦେଶକୁ ୩୧୬ ରନ୍‌ ବ୍ୟବଧାନରେ ପରାସ୍ତ କରେ ତେବେ ନ୍ୟୁଜିଲାଣ୍ଡକୁ ପଛରେ ପକାଇ ସେମିଫାଇନାଲରେ ପହଞ୍ଚତ୍ବ। କିନ୍ତୁ ପାକିସ୍ତାନ ପାଇଁ ଏହା ଏକ କଷ୍ଟସାଧ୍ୟ ଲକ୍ଷ୍ୟ ହୋଇଥିବାରୁ ନ୍ୟୁଜିଲାଣ୍ଡ ଅନ୍ତିମ-୪ରେ ସ୍ଥାନ ହାସଲ କରିବାର ଯଥେଷ୍ଟ ସମ୍ଭାବନା ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri