ବାପା, ପୁଅଙ୍କୁ ଆକ୍ରମଣ

ବଇଣ୍ଡା, ୫ା୪(ଡି.ଏନ.ଏ.)- ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ବନମାଳୀପୁର ଗ୍ରାମର ଦୁଷ୍ମନ୍ତ ବେହେରା ଓ ତାଙ୍କ ବାପା ସଞ୍ଜୟ ବେହେରାଙ୍କୁ ସେହି ଗ୍ରାମର ସହଦେବ ଦେହୁରୀ ଶନିବାର ଏକ ଠେଙ୍ଗାରେ ଆକ୍ରମଣ କରିଥିବା ଥାନାରେ ଅଭିଯୋଗ ହୋଇଛି । ପୋଲିସ ଏ ସଂକ୍ରାନ୍ତରେ ୩୭/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ପୋଲିସ କହିଛି, ଦୁଷ୍ମନ୍ତ ନିକଟସ୍ଥ ଜଙ୍ଗଲରୁ ଛେଳି ଚରାଇ ଘରକୁ ଫେରୁଥିଲେ । ବାଟରେ ସହଦେବ ତାଙ୍କର ଏକ ଛେଳି ନେଇଯାଇଥିଲେ । ସଞ୍ଜୟ ଓ ଦୁଷ୍ମନ୍ତ ପ୍ରତିବାଦ କରିବାରୁ ସହଦେବ ଉଭୟଙ୍କୁ ଏକ ଠେଙ୍ଗାରେ ଆକ୍ରମଣ କରିଥିବା ଅଭିଯୋଗରେ ଦର୍ଶାଯାଇଛି । ସେହିପରି ଠାକୁରଗଡ ଥାନା କରଡାବାହାଳିମଧୁ ଗ୍ରାମର ଚପଳା ସାହୁ ଓ ତାଙ୍କ ସ୍ୱାମୀ କୀର୍ତ୍ତନ ସାହୁଙ୍କୁ ପଡୋଶୀ ବିକାଶ ସାହୁ ଏକ ଟାଙ୍ଗିଆରେ ଆକ୍ରମଣ କରିଥିବା ଥାନାରେ ଅଭିଯୋଗ ହୋଇଛି । ପୋଲିସ କହିଛି, କୀର୍ତ୍ତନ ଓ ବିକାଶଙ୍କ ପରିବାର ମଧ୍ୟରେ ପୂର୍ବରୁ ଶତ୍ରୁତା ଲାଗି ରହିଥିଲା । ଏହାକୁ କେନ୍ଦ୍ରକରି ଶନିବାର ଅପରାହ୍ନରେ ଦମ୍ପତ୍ତ ଘରେ ଥିବାବେଳେ ବିକାଶ ଏକ ଟାଙ୍ଗିଆରେ ସେମାନଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ପତ୍ରରେ ଦର୍ଶାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri