ବାପା-ପୁଅ, ଦୁଇ ଭଉଣୀଙ୍କୁ ଭୋଟରଙ୍କ ପ୍ରତ୍ୟାଖ୍ୟାନ

ସୁନ୍ଦରଗଡ଼, ୨୫ା୫ (ଡି.ଏନ.ଏ.): ସରିଛି ୨୦୧୯ ସାଧାରଣ ନିର୍ବାଚନ। ଗୁରୁବାର ଫଳାଫଳ ପ୍ରକାଶ ପାଇବା ପରେ ସୁନ୍ଦରଗଡ଼ ଜିଲାର କେତେଜଣ ହେଭିଓ୍ବେଟ ନେତାଙ୍କ ପରାଜୟ ହୋଇଛି। କେଉଁ ନେତା ହ୍ୟାଟ୍ରିକ କରିଥିବା ବେଳେ ଆଉ କେଉଁ ନେତା ପ୍ରଥମ କରି ବିଜୟର ସ୍ବାଦ ଚାଖିଛନ୍ତି। ହେଲେ ଏହି ନିର୍ବାଚନରେ ପରିବାରବାଦ ରାଜନୀତିକୁ ସୁନ୍ଦରଗଡ଼ ଜିଲାର ଭୋଟରମାନେ ପ୍ରତ୍ୟାଖ୍ୟାନ କରିଛନ୍ତି। ଜିଲାର ବୀରମିତ୍ରପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ଲଗାତର ବିଧାୟକ ଭାବେ ନିର୍ବାଚିତ ହୋଇଆସୁଥିବା ଜର୍ଜ ତିର୍କୀ ଚଳିତ ନିର୍ବାଚନରେ କଂଗ୍ରେସ ଟିକେଟରେ ସୁନ୍ଦରଗଡ଼ ଲୋକ ସଭା ପ୍ରାର୍ଥୀ ହୋଇଥିଲେ। ଏଥିସହିତ ତାଙ୍କ ପୁଅ ଯୋଶେଫ ରୋହିତ ତିର୍କୀଙ୍କୁ ବୀରମିତ୍ରପୁର ବିଧାନସଭା ଆସନ ପାଇଁ କଂଗ୍ରେସ ଟିକେଟରେ ପ୍ରାର୍ଥୀ କରି ନିଜର ପାରମ୍ପରିକ ଗଡ଼କୁ ରକ୍ଷା କରିବା ସକାଶେ ଉଦ୍ୟମ କରିଥିଲେ। ହେଲେ ଭୋଟ ଫଳାଫଳ ପ୍ରକାଶ ପରେ ଜର୍ଜଙ୍କ ଆଶା ମଉଳି ଯାଇଛି। ନିଜେ ଜର୍ଜ ପରାଜିତ ହେବା ସହ ପୁଅ ଯୋଶେଫଙ୍କୁ ମଧ୍ୟ ପରାଜୟର ମୁହଁ ଦେଖିବାକୁ ମିଳିଛି।
ସେହିପରି ଏହି ନିର୍ବାଚନରେ ଅନ୍ୟ ଏକ ରୋଚକ ଘଟଣାକ୍ରମରେ କଂଗ୍ରେସର ତୁଙ୍ଗ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଦୁଇ ଝିଅ ସୁନିତା ଓ ଅମିତାଙ୍କୁ ମଧ୍ୟ ପରାଜୟର ମୁହଁ ଦେଖିବାକୁ ମିଳିଛି ।
ପ୍ରଥମ କରି ରାଜନୀତିରେ ପାଦ ଥାପିଥିବା ସୁନୀତା ବିଶ୍ୱାଳ ସୁନ୍ଦରଗଡ଼ ଲୋକ ସଭା ଆସନରୁ ବିଜେଡି ପ୍ରାର୍ଥୀ ହୋଇଥିଲେ ା ତାଙ୍କ ଭଉଣୀ ଅମିତା ବିଶ୍ୱାଳ ସୁନ୍ଦରଗଡ଼ ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିଥିଲେ। ହେଲେ ଉଭୟଙ୍କ ବିଜୟ ଆଶା ଧୂଳିସାତ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri