ବାପା ମାଡ଼ରେ ୮ ବର୍ଷର ଝିଅ ଗୁରୁତର

ଉଦଳା ,୩୧ା୧(ଡ଼ି.ଏନ୍‌.ଏ.)- ନିଶା ଯେ ମଣିଷକୁ କେଉଁ ସ୍ତରକୁ ନେଇଯାଇପାରେ ତାହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ପାଟଶାଣୀପୁର ପଞ୍ଚାୟତର ଖଲାଡି ଗ୍ରାମରେ। ଏହି ଗ୍ରାମର ଜଣେ ନିଶାସକ୍ତ ବ୍ୟକ୍ତି ତାଙ୍କ ୮ ବର୍ଷର ଝିଅକୁ ମାଡ଼ ମାରି ଲହୁଲୁହାଣ କରିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ସ୍ଥାନୀୟ ଲୋକେ ସମ୍ପୃକ୍ତ ବ୍ୟକ୍ତିଙ୍କ ହାତ ଗୋଡ଼ ବାନ୍ଧି ଗ୍ରାମ ରାସ୍ତାରେ ପକାଇ ଦେଇଥିଲେ। ପରେ ପୋଲିସ ପହଞ୍ଚି ତାଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି।
ସୂଚନା ଅନୁଯାୟୀ, ଖଲାଡି ଗ୍ରାମର ରମେଶ ଚନ୍ଦ୍ର ମୁର୍ମୁ ବୁଧବାର ସନ୍ଧ୍ୟାରେ ନିକଟସ୍ଥ ସାପ୍ତାହିକ ହାଟକୁ ଯାଇ ରାତିରେ ନିଶାସକ୍ତ ଅବସ୍ଥାରେ ଘରକୁ ଫେରିଥିଲେ ା ତାଙ୍କ ପଡୋଶୀଙ୍କ ଘରେ କୌଣସି କଥାକୁ ନେଇ ଝଗଡା ହେଉଥିବା ବେଳେ ରମେଶ ଉକ୍ତ ଘଟଣାରେ ମୁଣ୍ଡ ପୂରାଇଥିଲେ। ଯାହାକୁ ନେଇ ରମେଶ ଏବଂ ପଡୋଶୀଙ୍କ ମଧ୍ୟରେ ଝଗଡ଼ା ଲାଗିଥିଲା ା ଏହି ସମୟରେ ୮ ବର୍ଷର ଝିଅ ତାଙ୍କ ନିକଟକୁ ଯାଇଥିଲେ। ମାତ୍ର ନିଶାସକ୍ତ ଅବସ୍ଥାରେ ରମେଶ ଝିଅକୁ ଏକ ବାଡିରେ ନିର୍ଦ୍ଦୟ ଭାବେ ପିଟିଥିଲେ। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଝିଅକୁ ଉଦ୍ଧାର କରି ଚିକିତ୍ସା ପାଇଁ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅନ୍ୟପକ୍ଷେ ସ୍ଥାନୀୟ ଲୋକେ ରମେଶଙ୍କୁ କାବୁ କରି ତାଙ୍କ ହାତ ଗୋଡ ବାନ୍ଧି ଗ୍ରାମ ରାସ୍ତାରେ ପକାଇ ଦେଇଥିଲେ ା ଦୀର୍ଘ ସମୟ ଧରି ସେ ପଡ଼ି ରହିବା ପରେ ପୋଲିସ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲା ା ଏନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି ା ଏନେଇ ଥାନାରେ ଏକ ମାମଲା(ନଂ.୨୯/୨୦୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri