Posted inଖେଳ

ବାପା ହେଲେ ଏହି କ୍ରିକେଟର୍‌

୨୦୧୬ ରେ ୱେଷ୍ଟଇଣ୍ଡିଜ କ୍ରିକେଟ ଦଳକୁ ଟି-୨୦ ବିଶ୍ୱ ଚାମ୍ପିଅନ କରିଥିବା କାର୍ଲୋସ ବ୍ରାଥୱାଇଟ କନ୍ୟା ସନ୍ତାନର ବାପା ହୋଇଛନ୍ତି। ବ୍ରାଥୱାଇଟ ଇନଷ୍ଟାଗ୍ରାମରେ ତାଙ୍କ ଝିଅର ଫଟୋ ଶେୟାର କରିଛନ୍ତି ଏବଂ ତାଙ୍କ ନାମ ତାଙ୍କ ପ୍ରଶଂସକଙ୍କ ନିକଟରେ ପ୍ରକାଶ କରିଛନ୍ତି। ଇନଷ୍ଟାଗ୍ରାମରେ ତାଙ୍କ ଝିଅର ଏକ ଫଟୋ ଶେୟାର କରି ବ୍ରାଥୱାଇଟ ଲେଖିଛନ୍ତି, ଇଡେନ ରୋଜ ବ୍ରାଥୱାଇଟ ନାମକୁ ମନେରଖ। ଜନ୍ମ ତାରିଖ ୬ ଫେବୃଆରୀ ୨୦୨୨, ବାପା ପ୍ରତିଶୃତି ଦେଇଛନ୍ତି ଯେ ସେ ତୁମକୁ ହୃଦୟରୁ ଭଲ ପାଇବେ। ଧନ୍ୟବାଦ ଜେସିକା ଫ୍ଲେକ୍ସି ବ୍ରାଥୱାଇଟ, ତୁମେ ବହୁତ ଶକ୍ତିଶାଳୀ। ମୁଁ ନିଶ୍ଚିତ ଯେ ତୁମେ ଜଣେ ଭଲ ମା ହେବ।
ଅଗଷ୍ଟ ୨୦୧୯ରେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ରାଥୱାଇଟ ଦୀର୍ଘ ସମୟ ଧରି ଦଳ ବାହାରେ ରହିଛନ୍ତି। ୨୦୧୬ ରେ ଭାରତରେ ଅନୁଷ୍ଠିତ ଆଇସିସି ଟି -୨୦ ବିଶ୍ୱକପର ଫାଇନାଲରେ ବ୍ରାଥୱାଇଟ ୱେଷ୍ଟଇଣ୍ଡିଜକୁ ଇଂଲଣ୍ଡର ତାରକା ଅଲରାଉଣ୍ଡର ବେନ ଷ୍ଟୋକ୍ସଙ୍କ କ୍ରମାଗତ ଚାରିଟି ବଲରେ ଚାରିଟି ଛକା ମାରି ଦଳକୁ ବିଶ୍ୱ ଚାମ୍ପିୟନ କରାଇଥିଲେ।
ୱେଷ୍ଟଇଣ୍ଡିଜ ପାଇଁ ବ୍ରାଥୱାଇଟ ମୋଟ ତିନୋଟି ଟେଷ୍ଟ, ୪୪ଟି ଦିନିକିଆ ଏବଂ ୪୧ଟି ଟି-୨୦ ଅନ୍ତର୍ଜାତୀୟ ଖେଳିଛି। ଲଗାତାର ଖରାପ ଫର୍ମ ଯୋଗୁ ସେ ଦଳରୁ ବାହାରିଛନ୍ତି। ବ୍ରାଥୱାଇଟ ଯଥାକ୍ରମେ ଟେଷ୍ଟ, ଦିନିକିଆ ଏବଂ ଟି-୨୦ ଇଣ୍ଟରନ୍ୟାସନାଲରେ ୧୮୧, ୫୫୯ ଏବଂ ୩୧୦ ରନ ସ୍କୋର କରିଛନ୍ତି ଏବଂ ତିନୋଟି ଫର୍ମାଟରେ ଯଥାକ୍ରମେ ଗୋଟିଏ, ୪୩ ଏବଂ ୩୧ ଉଇକେଟ ନେଇଛନ୍ତି।

 

View this post on Instagram

 

A post shared by Carlos Brathwaite (@ricky.26)


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri