ବାବା ମଧୁସୂଦନଙ୍କ ଜନ୍ମ ଶତବାର୍ଷିକ ଉଦ୍‌ଯାପନ: ଉଦ୍‌ଘାଟନ କରିବେ ଗଜପତି ମହାରାଜା ଦିବ୍ୟସିଂହ ଦେବ

ଗୋପ, ୬।୬(ଡି.ଏନ୍‌.ଏ.)-ନୟାହାଟ ସ୍ଥିତ ପ୍ରାଚୀ ଗୁରୁଧର୍ମ କ୍ଷେତ୍ର ପରିସରରେ ପ୍ରେମାଚାର୍ଯ୍ୟ ବାବା ମଧୁସୂଦନଙ୍କର ଜନ୍ମ ଶତବାର୍ଷିକ ମହୋତ୍ସବର ଉଦ୍‌ଯାପନୀ ଉସତ୍ବ ଆସନ୍ତା ୧୨ ରୁ ୧୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ଉତ୍ସବକୁ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏଥି ସହିତ ଉତ୍ସବରେ ଓଡ଼ିଶାର ବହୁ ସାଧୁ ସନ୍ଥ ଯୋଗ ଦେବେ। ଗୁରୁଦେବଙ୍କ ଆସନ ମନ୍ଦିରରୁ ସ୍ବତନ୍ତ୍ର ପୂଜା ମଣ୍ଡପକୁ ସକାଳ ୯ଟାରେ ଅଣାଯିବା ପରେ ସମସ୍ତ କାର୍ଯ୍ୟ ଆରମ୍ଭ ହେବ। ଲୋକସେବକ ମଣ୍ଡଳ ସମ୍ପାଦକ ନିରଞ୍ଜନ ରଥ, ଜଳସମ୍ପଦ ଓ ସୂଚନା ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାଶ, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, କବି ତଥା ପୂର୍ବତନ ଏମ୍‌ପି ପ୍ରସନ୍ନ କୁମାର ପାଟ୍ଟଶାଣୀ, ଜଗନ୍ନାଥ ସଂସ୍କୃତି ଗବେଷକ ବିଷ୍ଣୁପଦ ଦାଶ, ବୈଷ୍ଣବ ଚରଣ ସାମଲ, ଡ. ବିଜୟାନନ୍ଦ ସିଂହ, ଡ. ନଟବର ଶତପଥୀ, ପୁରୀ ଜିଲା ପରିଷଦ ଅଧ୍ୟକ୍ଷ ଜ୍ୟୋର୍ତିମୟ ଦଳାଇ, ସନ୍ଥ ପରମହଂସ ପ୍ରଜ୍ଞାନନନ୍ଦ ଜୀ ମହାରାଜ, ମହନ୍ତ ରାମକୃଷ୍ଣ ଦାସ, ସ୍ବାମୀ ଅସୀମାନନ୍ଦ ସରସ୍ବତୀ, ସ୍ବାମୀ ବ୍ରହ୍ମାନନ୍ଦ ସରସ୍ବତୀ, ମହନ୍ତ ଚିନ୍ତାମଣି ପର୍ବତ ପ୍ରମୁଖ ଯୋଗଦେବା ପାଇଁ ସ୍ବୀକୃତି ପ୍ରଦାନ କରିଛନ୍ତି। ଏହାଛଡ଼ା ସମ୍ବଲପୁରୀ ଭାଷାରେ ପାଲା ପରିବେଷଣ, ଓଡ଼ିଶୀ ଓ ପ୍ରେମାଚାର୍ଯ୍ୟଙ୍କ ଲିଖିତ ଭଜନ ପରିବେଷଣ କରାଯିବ ବୋଲି ସେବକ ତଥା ପ୍ରଚାରକ ପ୍ରୀତିରଞ୍ଜନ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri