ବାବୁ ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ସୁବାସ ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ହତ୍ୟା, ୪ ଗିରଫ

ଶେରଗଡ଼/ଧରାକୋଟ,୨୯ା୧୦ (ଡି.ଏନ୍‌.ଏ.)- ଶେରଗଡ ବ୍ଲକ ଧରାକୋଟ ଥାନା ବାଦଗଡ ଗ୍ରାମରେ ଗତ ୨୩ ତାରିଖରେ ଖଣ୍ଡାରେ ହାଣି ବାବୁ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ଧରାକୋଟ ପୋଲିସ। ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ କରି ମଙ୍ଗଳବାର ଶେରଗଡ କୋର୍ଟକୁ ଚାଲାଣ କରିଛି। ସେମାନେ ହେଲେ ବାଦଗଡର ଗଙ୍ଗା ସାହୁ, ରୋହିତ ସାହୁ, କୁନା ସାହୁ, ଡାକ ସାହୁ। ଏନେଇ ଧରାକୋଟ ଥାନାରେ ନଂ.୧୫୭/୨୦୧୯ରେ ହତ୍ୟା ମାମଲା ରୁଜୁ ହୋଇଥିଲା। ଅନ୍ୟ ଦୁଇ ଅଭିଯୁକ୍ତ ଫେରାର ଅଛନ୍ତି। ବାଦଗଡ ଗ୍ରାମରୁ ଅଭିଯୁକ୍ତ ମାନେ ବ୍ୟବହାର କରିଥିବା ୩ ବାଇକ, ଦୁଇଟି କାତି, ଗୋଟିଏ ଖଣ୍ଡା ଜବତ ହୋଇଛି। ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ଆଉ ଏକ ହତ୍ୟାକାଣ୍ଡ ଘଟିଥିବା ଧରାକୋଟ ପୋଲିସ କହିଛି। ସୁବାସ ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ବାବୁଙ୍କୁ ହତ୍ୟା କରାଯାଇଥିବା ଧରାକୋଟ ଥାନାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ପୋଲିସ କହିଛି।

ପ୍ରକାଶ ଯେ, ଗତ ୨୦୧୭ ନିର୍ବାଚନରେ କୁଲାଗଡ ପଞ୍ଚାୟତ ବାଦଗଡ ଗ୍ରାମର ସୁବାସ ସାହୁଙ୍କ ଭାଇବୋହୁ ଓ ବାବୁଙ୍କ ସ୍ତ୍ରୀ ସମିତିସଭ୍ୟା ପ୍ରାର୍ଥୀ ହୋଇଥିଲେ। ବାବୁଙ୍କ ସ୍ତ୍ରୀ ପରାଜିତ ହୋଇଥିଲେ। ଏହାର ପ୍ରତିଶୋଧ ନେବାକୁ ବାବୁ ସୁବାସଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରିଥିଲା। ୨୫ଜୁନ୍‌ ୨୦୧୭ରେ ସୁବାସଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ବାବୁ ଗିରଫ ହୋଇଥିଲେ। କିଛିଦିନ ତଳେ ସେ ଜାମିନରେ ଆସି କୋରାପୁଟ ସେମିଳିଗୁଡାରେ ରହି ଗଞ୍ଜେଇ ଚୋରା ଚାଲାଣ କରୁଥିଲେ। ମା’ଙ୍କ ମୃତ୍ୟୁପରେ ଅନ୍ତ୍ୟେଷ୍ଟି କ୍ରିୟାରେ ଯୋଗଦେବାକୁ ବାଦଗଡ ଆସିଥିଲେ। ୨୩ ତାରିଖ ରାତିରେ ଗଁା ପୋଖରୀକୁ ଗାଧୋଇ ଯାଇଥିବାବେଳେ ପୂର୍ବରୁ ଲୁଚି ରହିଥିବା ଗଙ୍ଗା, କୁନା, ରୋହିତ, ଦିଲୁ, ଗଣେଶ, ଡାକ ତାଙ୍କୁ ଖଣ୍ଡା କାତିରେ ହାଣି ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

୨୦୦ ବୁଥ୍‌ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ…

ଲାଞ୍ଜିଗଡ଼-ଜଗନ୍ନାଥପୁର ରାସ୍ତା ମରଣଜନ୍ତା: ବଂଶଧାରା ପୋଲ ନିକଟରେ ବିରାଟ ଘାଇ, କେତେବେଳେ ବି ଘଟିପାରେ…

ଲାଞ୍ଜିଗଡ଼, ୧୦।୯ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଲାଞ୍ଜିଗଡ଼-ଜଗନ୍ନାଥପୁର ମୁଖ୍ୟ ରାସ୍ତାର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଛି। ବଂଶଧାରା ନଦୀ ପୋଲ ନିକଟରେ…

ଗଜପତି ଉପଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ IAS ଭାଗବତ ସାମଲ କଲ୍ୟାଣ ରାଓ

ପାରଳାଖେମୁଣ୍ଡି, ୧୦।୯ (ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଉପଜିଲାପାଳ (ସବ୍‌-କଲେକ୍ଟର) ଭାବେ ୨୦୨୪ ବ୍ୟାଚ୍‌ର ଆଇଏଏସ୍ (IAS) ଅଧିକାରୀ ଭାଗବତ ସାମଲ କଲ୍ୟାଣ ରାଓ ଦାୟିତ୍ୱ…

ଲୋହରାଖଣ୍ଡି ନଦୀ ପାର ହେବା ବେଳେ ବୁଡ଼ିଯାଇ ଚାଲିଗଲା ଚାଷୀଙ୍କ ଜୀବନ, ଶୋକରେ…

ଭଞ୍ଜନଗର, ୧୦।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୋହିରୀବାଡ଼ି ଗ୍ରାମର ଜଣେ ଚାଷୀ ଲୋହରାଖଣ୍ଡି ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ଜଣଙ୍କ…

ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର

ପାଟଣା, ୧୦।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ତୋଣ୍ଡ ଗ୍ରାମର ଜାମୁନାଳିଆ ସାହିରେ ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଣେ…

ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲରେ ସିନେ ତାରକା ବାବୁଶାନ୍; ଉଦ୍‌ଘାଟିତ ହେଲା ‘ମନୋଜ ଦାସ ପାଠାଗାର’

ହାଟଡିହୀ/ଛେନାପଦୀ, ୧୦।୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବେରୁଣପଦୀସ୍ଥିତ ଉତ୍କଳ ଗୌରବ ଇଣ୍ଟରନେସନାଲ ସ୍କୁଲ (UGIS)ରେ ଗୁରୁବାର ନୂତନ ଭାବେ ନିର୍ମିତ ‘ମନୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri