Posted inଜାତୀୟ

ବାବ୍ରୀ ମସ୍‌ଜିଦ ଭଙ୍ଗ ମାମଲା: ସୁପ୍ରିମକୋର୍ଟଙ୍କୁ ଅଧିକ ସମୟ ମାଗିଲେ ବିଚାରପତି

ନୂଆଦିଲ୍ଲୀ, ୧୬ା୭: ବାବ୍ରୀ ମସ୍‌ଜିଦ ଭଙ୍ଗ ମାମଲାର ଶୁଣାଣି କରୁଥିବା ସ୍ବତନ୍ତ୍ର ବିଚାରପତି ଏସ୍‌.କେ. ଯାଦବ ଶୁଣାଣି ଶେଷ କରିବା ଲାଗି ସୁପ୍ରିମକୋର୍ଟଙ୍କୁ ଅଧିକ ସମୟ ମାଗିଛନ୍ତି। ଏହି ମାମଲାରେ ଭାଜପାର ବରିଷ୍ଠ ନେତା ଏଲ୍‌.କେ. ଆଡଭାନୀ, ମୁରଲୀ ମନୋହର ଜୋଷୀ, କଲ୍ୟାଣ ସିଂ ପ୍ରମୁଖ ଅଛନ୍ତି। ଗତ ମେ’ରେ ଲେଖିଥିବା ଚିଠିରେ ସେ ଦର୍ଶାଇଛନ୍ତି ଯେ, ସେପ୍ଟେମ୍ବର ୩୦ରେ ତାଙ୍କ କାର୍ଯ୍ୟକାଳ ଶେଷ ହେଉଛି। ଗତ ୨ ବର୍ଷ ହେଲା ସେ ଏହି ମାମଲାର ଦୈନଦିନ ଶୁଣାଣି କରିଆସୁଛନ୍ତି। ଶୁଣାଣି ଶେଷ ଲାଗି ଆଉ ୬ ମାସ ସମୟ ଲାଗିବ। ଜଷ୍ଟିସ ଆର୍‌.ଏଫ୍‌. ନରିମାନଙ୍କ ନେତୃତ୍ୱରେ ଗଠିତ ଦୁଇଜଣିଆ ଖଣ୍ଡପୀଠଙ୍କ ନିକଟକୁ ମାମଲା ଆସିବା ପରେ ସୋମବାର ଏ ସମ୍ପର୍କରେ ଜଣାପଡ଼ିଛି। ବିଚାରପତି ଏସ୍‌.କେ. ଯାଦବଙ୍କ କାର୍ଯ୍ୟକାଳ ବୃଦ୍ଧି ନେଇ ଉତ୍ତରପ୍ରଦେଶ ସରକାରଙ୍କଠାରୁ ମତାମତ ମଗାଯାଇଛି। ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୧୯ ତାରିଖରେ କରାଯିବ ବୋଲି ଖଣ୍ଡପୀଠ କହିଛନ୍ତି। ପ୍ରକାଶଥାଉ କି, ୨୦୧୭ ଏପ୍ରିଲରେ ସୁପ୍ରିମକୋର୍ଟ ୨ ବର୍ଷ ମଧ୍ୟରେ ଶୁଣାଣି ଶେଷ କରିବାକୁ ସ୍ବତନ୍ତ୍ର ବିଚାରପତିଙ୍କୁ କହିଥିଲେ। ଏଠାରେ ସୂଚନାଯୋଗ୍ୟ ଯେ, ଅଯୋଧ୍ୟାରେ ଥିବା ବାବ୍ରୀ ମସ୍‌ଜିଦକୁ ୧୯୯୨ ଡିସେମ୍ବର ୬ରେ ଭଙ୍ଗାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ରାହୁଙ୍କ ସବୁଠାରୁ ବଡ଼ ଗୋଚର; ୩ ରାଶିଙ୍କୁ ବମ୍ପର ଲାଭ, ଚମକି ଉଠିବ ଭାଗ୍ୟ

ଡିସେମ୍ୱର ୨୦୨୬ରେ ରାହୁ କୁମ୍ଭ ରାଶିରୁ ମକର ରାଶିକୁ ଚଳନ କରିବେ, ଯାହା ଫଳରେ କିଛି ରାଶିର ବ୍ୟକ୍ତିବିଶେଷଙ୍କୁ ପ୍ରଚୁର ଲାଭ ମିଳିବାର ଯୋଗ ରହିଛି। ବୈଦିକ…

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri