ସମ୍ବଲପୁର,୧୬।୧୦ (ବ୍ୟୁରୋ): ଫସଲ ବୀମା ଓ ବିଭିନ୍ନ ଦାବି ନେଇ ବାମରା ଷ୍ଟେଶନରେ ଚାଷୀମାନେ ରେଳରୋକୋ କରିଥିଲେ । ଏହାକୁ ନେଇ ବାମରା ରେଳ ଷ୍ଟେଶନ ଆର୍ପିଏଫ ପକ୍ଷରୁ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଓ ୯ଜଣଙ୍କ ନାମରେ ନୋଟିସ କରାଯାଇଛି ।
ପୂର୍ବତନ ବିଧାୟକ ରାଜେନ୍ଦ୍ର ଛତ୍ରିଆ, ପଶ୍ଚିମ ଓଡ଼ିଶା କୃଷକ ସଂଗଠନ ଆବାହକ ଅଶୋକ ପ୍ରଧାନ, ସମ୍ବଲପୁର ଜିଲା କୃଷକ ସଂଗଠନ ସଭାପତି ମୁରାରୀ ପୁରୋହିତ, କୁଷଧ୍ୱଜ ଚୌଧୁରୀ, ଦିଲୀପ ଛତ୍ରିଆ, କୁମାର ଚନ୍ଦ୍ର ପଟେଲ, ଜଗଦୀଶ ପାଲ, ଲକ୍ଷ୍ମୀନାରାୟଣ ଛତ୍ରିଆଙ୍କ ନାମ ରହିଛି । କେସ ନଂ. ୧୨୬୧/୧୯ ସମସ୍ତଙ୍କ ନାମରେ ମାମଲା ରୁଜୁ ହୋଇଛି।
ସୂଚନାଯୋଗ୍ୟ ଯେ, ସେପ୍ଟେମ୍ବର ୩୦ ତାରିଖ କୃଷକ ସଂଗଠନ ଡାକରାରେ ବାମରା ଓ ସାଗରା ରେଳ ଷ୍ଟେଶନରେ ଚାଷୀମାନେ ଅପରାହ୍ନ ୨ଟା ପର୍ଯ୍ୟନ୍ତ ରେଳରୋକୋ କରିଥିଲେ। ଫଳରେ ଜମ୍ମୁତାଇ ଏକ୍ସପ୍ରେସ, ସମ୍ବଲପୁର-ରାଉରକେଲା ଡିଏମୟୁ, ରାଉରକେଲା- ସମ୍ବଲପୁର ପାସେଞ୍ଜର ସହ ଅନ୍ୟ ଟ୍ରେନ ଚଳାଚଳ ବ୍ୟାହତ ହୋଇଥିଲା।
Posted inଆମ ଜିଲା ଖବର, ସମ୍ବଲପୁର View All
ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା
ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…
ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….
ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ…
ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା
ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…
ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ
ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…
କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ
ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…
ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?
ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…
ଡାବୁଗାଁ ବନ ବିଭାଗର ଚଢାଉ: କଲରାପତରିଆ ବାଘ ଛାଲ ଜବତ, ୫ ଗିରଫ
ନବରଙ୍ଗପୁର,୧୩।୪( ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଡାବୁଗାଁ ବନ ବିଭାଗକୁ ସୋମବାର ଏକ ବଡ଼ ସଫଳତା ମିଳିଛି । ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ…
ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….
ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…
Archives

