ବାରଙ୍ଗର ୪ ସରକାରୀ ଅଫିସକୁ ନାହିଁ ରାସ୍ତା

ନରାଜ,୨୫।୭(ଡି.ଏନ୍‌.ଏ.): ବାରଙ୍ଗ ବ୍ଲକ ଅନ୍ତର୍ଗତ ନରଣପୁରର ଇଟାଖାଲ ଭିତରେ ରହିଛି ରାଜ୍ୟ ସରକାରଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ଚାରୋଟି କାର୍ଯ୍ୟାଳୟ। ସେଗୁଡ଼ିିକ ହେଲା ଅଗ୍ନିଶମ କେନ୍ଦ୍ର, କୃଷି ପ୍ରଯୁକ୍ତି ପରିଚାଳନା ଅନୁଷ୍ଠାନ, ଉଦ୍ୟାନ କୃଷି କାର୍ଯ୍ୟାଳୟ ଓ ଉପନିବନ୍ଧକଙ୍କ କାର୍ଯ୍ୟାଳୟ। ଏହି ଅଫିସଗୁଡିକ କଟକ-ବାରଙ୍ଗର ମୁଖ୍ୟରାସ୍ତା ଉଚ୍ଚତାଠାରୁ ବହୁ ତଳକୁ ଅବସ୍ଥିତ। କୌଣସି କାର୍ଯ୍ୟରେ ଆସୁଥିବା ଚାଷୀଠାରୁ ଆରମ୍ଭ କରି ଜନସାଧାରଣ ଅଫିସଗୁଡିକୁ ନ ପାଇ ବାଟବଣା ହୋଇଥାନ୍ତି। ଏଭଳି ଗୁରୁତ୍ୱପୂର୍ଣ୍ଣ ଅଫିସଗୁଡିକ ପାଇଁ ଭଲ ରାସ୍ତାଟିଏ ନାହିଁ କି ଜଣାଯିବାଭଳି ନାମଫଳକଟିଏ ମଧ୍ୟ ନାହିଁ। ଏହାସହ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ମାଣ କାର୍ଯ୍ୟ ମଧ୍ୟ ଏଠାରେ ଶେଷ ହୋଇଛି। ଏହି ଚାରୋଟି ଅଫିସ ପାଇଁ ସରକାରଙ୍କ ପକ୍ଷରୁ ୪୦ଫୁଟରେ ୧୧୦୦ଫୁଟର ଗୋଟିଏ ରାସ୍ତା ନକ୍ସାରେ ଦିଆଯାଇଛି। କିନ୍ତୁ ଆଜିପର୍ଯ୍ୟନ୍ତ ତାହା କାର୍ଯ୍ୟ ହୋଇପାରି ନାହିଁ। ଫଳରେ ପାଖରେ ଥିବା ଏକ ଇଟାଭାଟିର ଖାଲଢିପ ରାସ୍ତାକୁ ବ୍ୟବହାର କରାଯାଉଛି। ବର୍ଷା ହେଲେ ଏହି ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡୁଛି। ଭଲ ରାସ୍ତାଟିଏ ନ ହେବାର କାରଣ ଆଜି ପର୍ଯ୍ୟନ୍ତ ରହସ୍ୟ ଘେରରେ ରହିଛି। ବିଶେଷକରି ଅଗ୍ନିଶମ ବିଭାଗ ଗାଡି, ବିହନ ଓ ଚାରା ନେଇ ଆସୁଥିବା ଭାରିଯାନଗୁଡିକ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏ ନେଇ ଅଞ୍ଚଳବାସୀ ବାରମ୍ବାର ବିଭାଗୀୟ ଅଫିସର ଓ ମନ୍ତ୍ରୀଙ୍କୁ ଜଣାଇଥିଲେ ମଧ୍ୟ କୌଣସି ପ୍ରତିକ୍ରିୟା ନିଆଯାଉ ନାହିଁ। ଏ ସମ୍ପର୍କରେ ବାରଙ୍ଗ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆକୁଳ ଚନ୍ଦ୍ର ମଲ୍ଲିକଙ୍କୁ ପଚାରିବାରୁ ଏ ବିଷୟରେ ମୁଁ ଅବଗତ ଥିବାବେଳେ ଆସନ୍ତା ପଞ୍ଚାୟତ ସମିତି ବୈଠକରେ ବିଧାୟକ ଓ ଏମ୍‌ପିଙ୍କ ସହ ଆଲୋଚନା କରାଯିବ ବୋଲି କହିିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri