ବାରଙ୍ଗ ଧନ୍ଦାମୂଳକ ତାଲିମ କେନ୍ଦ୍ରକୁ ଉତ୍ପାଦନମୁଖୀ କରାଯିବ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ବାରଙ୍ଗସ୍ଥିତ ଧନ୍ଦାମୂଳକ ତାଲିମ କେନ୍ଦ୍ରକୁ ଅଧିକ ସଶକ୍ତ ଓ କ୍ରିୟାଶୀଳ କରାଯିବ। ଏଥିସହିତ ସେଠାରେ ଭିନ୍ନକ୍ଷମମାନଙ୍କ ନିମନ୍ତେ ତାଲିମ ବ୍ୟବସ୍ଥାକୁ ଦୃଢ଼ କରାଯିବ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପ୍ରମୁଖ ଶାସନ ସଚିବ ନିତେନ୍‌ ଚନ୍ଦ୍ର ବୁଧବାର ଏହି ତାଲିମ କେନ୍ଦ୍ର ପରିଦର୍ଶନ କରିବା ସହିତ ଏକ ସମୀକ୍ଷା ବୈଠକ କରିଥିଲେ। ତାଲିମ କେନ୍ଦ୍ରରେ ଭିନ୍ନକ୍ଷମଙ୍କ ନିମନ୍ତେ ଅଧିକ ବନ୍ଦୋବସ୍ତ କରିବା ଉପରେ ସେ ଗୁରୁତ୍ୱରୋପ କରିଛନ୍ତି।
୨୦୦୩ରୁ ନିଷ୍କ୍ରିୟ ହୋଇଯାଇଥିବା ଏହି ତାଲିମ କେନ୍ଦ୍ରକୁ ୨୦୧୭ରୁ ପୁନଃ କାର୍ଯ୍ୟକ୍ଷମ କରାଯାଇଛି। ଚଳିତ ବର୍ଷ ଏଠାରେ ଭିନ୍ନକ୍ଷମମାନଙ୍କୁ ତାଲିମ ପ୍ରଦାନ ଆରମ୍ଭ ହୋଇଛି। ପ୍ରାୟ ୬ ଏକର ପରିମିତ ଅଞ୍ଚଳରେ ପ୍ରତିଷ୍ଠିତ ଏହି ତାଲିମ କେନ୍ଦ୍ରରେ ବିଭିନ୍ନ ପ୍ରାକୃତିକ ଚାଷ ତଥା ଆନୁଷଙ୍ଗିକ ଜୀବିକା କୌଶଳଭିତ୍ତିକ କାର୍ଯ୍ୟ କରାଯାଇପାରିବ। ବର୍ତ୍ତମାନ ଏଠାରେ ଛତୁଚାଷ ଆରମ୍ଭ ହୋଇଛି। ପରବର୍ତ୍ତୀ ପର୍ଯ୍ୟାୟରେ ମହୁଚାଷ କରାଯିବ। ଏହା ବ୍ୟତୀତ ମଶାମରା ଅଗରବତୀ ଉତ୍ପାଦନ ସହିତ ଏକ ଡାଏରୀ ଫାର୍ମ ଖୋଲାଯିବାର ପ୍ରସ୍ତାବ ରହିଛି। ଉଦ୍ୟାନ କୃଷିକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏଠାରେ ଏକ ପ୍ରାକୃତିକ ଉଦ୍ୟାନ ଆରମ୍ଭ କରାଯିବ। ବର୍ତ୍ତମାନ ଛତୁ ଚାଷ ପାଇଁ ୧୦ଜଣ ପ୍ରଶିକ୍ଷାର୍ଥୀ ୧୫ ଦିନିଆ ତାଲିମ ନେଉଥିବାବେଳେ ପ୍ରତି ୧୫ ଦିନରେ ଭିନ୍ନକ୍ଷମଙ୍କ ନିମନ୍ତେ ବିଭିନ୍ନ ବର୍ଗରେ ତାଲିମର ବ୍ୟବସ୍ଥା କରାଯାଉଛି। ପରବର୍ତ୍ତୀ ସମୟରେ ତାଲିମ କେନ୍ଦ୍ରରୁ ଉତ୍ପାଦିତ ସାମଗ୍ରୀର ବିପଣନ ସହ ଏକ ୫୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସ ନିର୍ମାଣ ଉପରେ ପଦକ୍ଷେପ ଗ୍ରହଣ କରିବାକୁ ସମୀକ୍ଷା ବୈଠକରେ ପ୍ରମୁଖ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ଏହି ବୈଠକରେ ବିଭାଗ ନିର୍ଦ୍ଦେଶକ ସୁଶାନ୍ତ ମହାପାତ୍ର, ବିଭାଗୀୟ ଉପଶାସନ ସଚିବ ଅମ୍ବିକା ପଟ୍ଟନାୟକ, କଟକର ଅତିରିକ୍ତ ଜିଲାପାଳ ବିଜୟ କୁମାର ଖଣ୍ଡାୟତରାୟ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଅଶୋକ କୁମାର ମିଶ୍ର, ବାରଙ୍ଗ ବିଡିଓ ଆକୁଳ ମଲ୍ଲିକ ଓ ତହସିଲଦାର ରମେଶ ଚନ୍ଦ୍ର ଜେନା ଓ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା, ୧୦ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୭।୭: ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓ ଓ ଉପକୂଳ ଓ ପ୍ରବଳ ବର୍ଷା ହେବାର...

ନୂଆ ବିଧାୟକମାନେ ଶୁଣାଇଲେ ନିଜ ଅଞ୍ଚଳର ସମସ୍ୟା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ସୁରୁଖୁରୁରେ ଚଳାଇବା ଲାଗି ପ୍ରଥମେ ପରାମର୍ଶଦାତା କମିଟି ଗଠିତ ହୋଇଛି। ଏଥିରେ ବାଚସ୍ପତି...

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri