Posted inଖେଳ

ବାରବାଟୀରେ ଭାରତ-ଓ୍ବେଷ୍ଟଇଣ୍ଡିଜ ଦିନିକିଆ କ୍ରିକେଟ

ନୂଆଦିଲ୍ଲୀ,୪ା୬ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମଗ୍ର ଘରୋଇ ସିଜନ ପାଇଁ ସୋମବାର କାର୍ଯ୍ୟସୂଚୀ ଘୋଷଣା କରିଛି। ସୂଚନା ଅନୁସାରେ କଟକ ବାରବାଟୀ ଷ୍ଟାଡିୟମରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଦିନିକିଆ ଡିସେମ୍ବର ୨୨ ତାରିଖରେ ଖେଳାଯିବ। ଆସନ୍ତା ସିଜନରେ ଭାରତରେ ଏଥିରେ ମୋଟ ୫ ଟେଷ୍ଟ, ୯ ଅନ୍ତର୍ଜାତୀୟ ଦିନିକିଆ ଏବଂ ୧୨ ଟି୨୦ ଖେଳାଯିବ। ବାଂଲାଦେଶ କ୍ରିକେଟ ଦଳ ପ୍ରଥମ ଥର ଭାରତରେ ଏକ ସିରିଜ ଖେଳିବ। ଏହି ଅବସରରେ ଦଳ ତିନୋଟି ଟି୨୦ ଏବଂ ଦୁଇଟି ଟେଷ୍ଟ ମ୍ୟାଚ ଖେଳିବ। ଉଦ୍‌ଘାଟନୀ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଅଂଶବିଶେଷ ସ୍ବରୂପ ଭାରତ ଅକ୍ଟୋବରରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ ଟେଷ୍ଟ ଏବଂ ଅକ୍ଟୋବରରେ ବାଂଲାଦେଶ ବିପକ୍ଷରେ ଦୁଇଟି ଟେଷ୍ଟ ମ୍ୟାଚ ଖେଳିବ।
ଅନୁସାରେ ସେପ୍ଟେମ୍ବର ୧୫ରୁ ତିନୋଟି ଟି୨୦ ମ୍ୟାଚ ସହ ଦକ୍ଷିଣ ଆଫ୍ରିକାର ପ୍ରଥମେ ଭାରତ ଟୁର୍‌ କରିବ। ପରେ ଅକ୍ଟୋବର ୨ରୁ ୨୩ ତିନୋଟି ଟେଷ୍ଟ ମ୍ୟାଚ ଖେଳିବା ପରେ ସ୍ବଦେଶ ଫେରିଯିବ। ଦଳ ପୁଣ୍‌ି ୨୦୨୦ ମାର୍ଚ୍ଚରେ ଭାରତ ଆସି ତିନୋଟି ଆନ୍ତର୍ଜାତୀୟ ଦିନିକିଆ ଖେଳିବ। ଦିଲ୍ଲୀରେ ପ୍ରଥମ ଟି୨୦ ସହ ବାଂଲାଦେଶ ବିପକ୍ଷ ସିରିଜ ଆରମ୍ଭ ହେବ। ଏହି ଦଳ ବିପକ୍ଷରେ ଦୁଇଟି ଟେଷ୍ଟ ମ୍ୟାଚ ଇନ୍ଦୋର (ନଭେମ୍ବର ୧୪ରୁ ୧୮) ଏବଂ କୋଲାକାତା (ନଭେମ୍ବର ୨୨ରୁ ୨୬)ଠାରେ ଖେଳାଯିବ। ୨୦୧୭ ପରେ ବାଂଲାଦେଶ ପ୍ରଥମ ଥର ଭାରତ ଗସ୍ତରେ ଆସିଥିଲା ଏବଂ ହାଇଦ୍ରାବାଦରେ ଏକମାତ୍ର ଟେଷ୍ଟ ମ୍ୟାଚ ଖେଳିଥିଲା। ନଭେମ୍ବର ଶେଷ ସପ୍ତାହରେ ବାଂଲାଦେଶର ପ୍ରସ୍ଥାନ ପରେ ଡିସେମ୍ବର ୬ରୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ତିନୋଟି ଟି୨୦ ଏବଂ ସମାନ ସଂଖ୍ୟକ ଅନ୍ତର୍ଜାତୀୟ ଦିନିକିଆ ଖେଳିବ। ପରବର୍ତ୍ତୀ ମାସ ଅର୍ଥାତ ଜାନୁୟାରୀ ୫ରୁ ୧୦ ମଧ୍ୟରେ ଭାରତ ଜିମ୍ବାଓ୍ବେ ବିପକ୍ଷରେ ତିନୋଟି ଅନ୍ତର୍ଜାତୀୟ ଟି୨୦ ଖେଳିବ। ଏହାର୪ ଦିନ ପରେ ଭାରତ ଅଷ୍ଟ୍ରେଲିଆ ବିପକ୍ଷରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ ସିରିଜ ଖେଳିବ। ମାର୍ଚ୍ଚରେ ଦକ୍ଷିଣ ଆଫ୍ରିକାର ଭାରତକୁ ଦିନିକିଆ ଟୁର୍‌ ସହ ଘରୋଇ ସିଜନ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri