ବାରିପଦାରେ କରୋନା ନିର୍ଦ୍ଦେଶକୁ ଅଣଦେଖା: ଏଟିଏମ୍‌ କାଉଣ୍ଟରରେ ନାହିଁ ସାନିଟାଇଜର ବ୍ୟବସ୍ଥା, ବାଲ୍‌ଟିରେ ରଖାଯାଉଛି ପାଣି

ବାରିପଦା ଅଫିସ, ୭ା୪- ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇଛି। ଏହି ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପମାନ ନିଆଯାଉଛି। ଏହି ପରିପ୍ରେକ୍ଷୀରେ ପ୍ରତି ଏଟିଏମ୍‌ କାଉଣ୍ଟରକୁ ସାନିଟାଇଜ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମାତ୍ର ଜିଲାରେ ଥିବା ବହୁ ଏଟିଏମରେ ଏହି ନିର୍ଦ୍ଦେଶକୁ ଅଣଦେଖା କରାଯାଉଛି। ବାରିପଦା ସହରରେ ମଧ୍ୟ କୌଣସି ଏଟିଏମ୍‌ରେ ସାନିଟାଇଜ ବ୍ୟବସ୍ଥା ନ ଥିବା ଦେଖିବାକୁ ମିଳୁଛି। ସହରର କିଛି ଏଟିଏମ୍‌ରେ ବାଲ୍‌ଟିରେ କିଛି ପାଣି ରଖାଯାଉଥିବା ଦେଖିବାକୁ ମିଳିଛି।

ପ୍ରକାଶ ଯେ, ଟଙ୍କା ଉଠାଣ ପୂର୍ବରୁ ଓ ପରେ ପ୍ରତି ଏଟିଏମ୍‌ରେ ସାନିଟାଇଜରରେ ଗ୍ରାହକମାନେ ହାତ ପରିଷ୍କାର ଭାବେ ଧୋଇ ଟଙ୍କା ଉଠାଇବା କଥା। ହେଲେ କୌଣସି ଏଟିଏମ୍‌ରେ ସାନିଟାଇଜର ବନ୍ଦୋବସ୍ତ କରାଯାଉ ନ ଥିବାରୁ ଲୋକେ ଅନ୍ୟ କୌଣସି ଉପାୟ ନ ପାଇ ଟଙ୍କା ଉଠାଣ କରୁଛନ୍ତି। ଟଙ୍କା ଉଠାଣ ସମୟରେ ଲୋକଙ୍କୁ କରୋନା ସଂକ୍ରମଣ ହେବାର ଆଶଙ୍କା ରହିଛି। ବ୍ୟାଙ୍କ୍‌ କର୍ତ୍ତୃପକ୍ଷ ଏଥିପ୍ରତି ଧ୍ୟାନ ଦେବା ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?