ବାରିପଦା ଅଫିସ,୧୯ା୪- ଦ୍ୱିତୀୟ ଶ୍ରୀକ୍ଷେତ୍ର ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀଶ୍ରୀ ହରି ବଳଦେବଜୀଉ ଜଗନ୍ନାଥ ମହାପ୍ରଭୁଙ୍କ ଚଳିତ ବର୍ଷର ରଥ ଯାତ୍ରା ଲାଗି ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି। ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବାକୁ ମହାରଣାମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ଏପ୍ରିଲ ୨୬ରେ ଅକ୍ଷୟ ତୃତୀୟା ପଡ଼ୁୁଥିବାରୁ ଏହା ପୂର୍ବରୁ ରଥ ନିର୍ମାଣ କାର୍ଯ୍ୟ ଅନୁକୁଳ ନିମନ୍ତେ ସମସ୍ତ ପ୍ରକାର ବ୍ୟବସ୍ଥା କରିବା ପାଇଁ ଦେବୋତ୍ତର ନିର୍ବାହୀ ଅଧିକାରୀ ତଥା ଉପ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ଜୁନ୍ ୨୩ ତାରିଖରେ ମହାପ୍ରଭୁ ରଥକୁ ପହଣ୍ଡି କରିବେ। ଏଥି ନିମନ୍ତେ ଦରକାର ହେଉଥିବା ରଥ ବାର୍ଛିଆ, ପୋଟଳ ଚିରା, ବିନ୍ଧାଣି ଏବଂ ଦଉଡ଼ିବଳାମାନଙ୍କୁ ନେଇ ରଥ କାର୍ଯ୍ୟ ଜୁନ୍ ୨୦ ତାରିଖ ସୁଦ୍ଧା ଶେଷ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। କରୋନା ଭାଇରସ୍କୁ ନେଇ ହୋଇଥିବା ଲକ୍ ଡାଉନ ସମୟରେ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶାବଳୀକୁ ପାଳନ କରିବା ପାଇଁ ମଧ୍ୟ କୁହାଯାଇଛି। ରଥ ନିର୍ମାଣ ବେଳେ ସାମାଜିକ ଦୂରତ୍ୱ ପ୍ରତି ଦୃଷ୍ଟି ଦେବାକୁ ମହାରଣାମାନଙ୍କୁ କୁହାଯାଇଛି। ପ୍ରଶାସନର ନିର୍ଦ୍ଦେଶକ୍ରମେ ରଥ ନିର୍ମାଣ କାର୍ଯ୍ୟ କରାଯିବ ବୋଲି ରଥ ମହାପାତ୍ର ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…
ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…
ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍
ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…
ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…
ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ
କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ ଧରିତ୍ରୀରେ ଖବର ପ୍ରକାଶ…
ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…
ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…
ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…
ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…
ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…
ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…
Archives

