ବାରିପଦା ଅଫିସ,୧୯ା୪- ଦ୍ୱିତୀୟ ଶ୍ରୀକ୍ଷେତ୍ର ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀଶ୍ରୀ ହରି ବଳଦେବଜୀଉ ଜଗନ୍ନାଥ ମହାପ୍ରଭୁଙ୍କ ଚଳିତ ବର୍ଷର ରଥ ଯାତ୍ରା ଲାଗି ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି। ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବାକୁ ମହାରଣାମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ଏପ୍ରିଲ ୨୬ରେ ଅକ୍ଷୟ ତୃତୀୟା ପଡ଼ୁୁଥିବାରୁ ଏହା ପୂର୍ବରୁ ରଥ ନିର୍ମାଣ କାର୍ଯ୍ୟ ଅନୁକୁଳ ନିମନ୍ତେ ସମସ୍ତ ପ୍ରକାର ବ୍ୟବସ୍ଥା କରିବା ପାଇଁ ଦେବୋତ୍ତର ନିର୍ବାହୀ ଅଧିକାରୀ ତଥା ଉପ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ଜୁନ୍ ୨୩ ତାରିଖରେ ମହାପ୍ରଭୁ ରଥକୁ ପହଣ୍ଡି କରିବେ। ଏଥି ନିମନ୍ତେ ଦରକାର ହେଉଥିବା ରଥ ବାର୍ଛିଆ, ପୋଟଳ ଚିରା, ବିନ୍ଧାଣି ଏବଂ ଦଉଡ଼ିବଳାମାନଙ୍କୁ ନେଇ ରଥ କାର୍ଯ୍ୟ ଜୁନ୍ ୨୦ ତାରିଖ ସୁଦ୍ଧା ଶେଷ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। କରୋନା ଭାଇରସ୍କୁ ନେଇ ହୋଇଥିବା ଲକ୍ ଡାଉନ ସମୟରେ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶାବଳୀକୁ ପାଳନ କରିବା ପାଇଁ ମଧ୍ୟ କୁହାଯାଇଛି। ରଥ ନିର୍ମାଣ ବେଳେ ସାମାଜିକ ଦୂରତ୍ୱ ପ୍ରତି ଦୃଷ୍ଟି ଦେବାକୁ ମହାରଣାମାନଙ୍କୁ କୁହାଯାଇଛି। ପ୍ରଶାସନର ନିର୍ଦ୍ଦେଶକ୍ରମେ ରଥ ନିର୍ମାଣ କାର୍ଯ୍ୟ କରାଯିବ ବୋଲି ରଥ ମହାପାତ୍ର ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…
ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...
ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…
ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...
Archives


