ବାରିପଦାରେ ଶ୍ରଦ୍ଧା ଅର୍ପଣ କାର୍ଯ୍ୟକ୍ରମର ଶୁଭାରମ୍ଭ

ବାରିପଦା ଅଫିସ, ୪ା୫- ଭୁବନେଶ୍ୱରସ୍ଥିତ ସୋଏମ ଆଇ ଫାଉଣ୍ଡେସନ ପକ୍ଷରୁ ମୟୂରଭଞ୍ଜ ଜିଲାରେ ଶ୍ରଦ୍ଧା ଅର୍ପଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ରାଜ୍ୟ ସଚିବାଳୟରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ମହାପାତ୍ର ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ବାରିପଦା ପୌର ପରିଷଦଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟ କୃଷି ଶିଳ୍ପ ନିଗମର ଅଧ୍ୟକ୍ଷ ଦେବାଶିଷ ମହାନ୍ତି ଓ ପୌର ପରିଷଦ ନିର୍ବାହୀ ଅଧିକାରୀ ସରୋଜ କୁମାର ଦାସ, ଫାଉଣ୍ଡେସନର ଉପସଭାପତି ବିଭୁଦତ୍ତ ଦାସ, ନଚିକେତା ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଉଦ୍‌ଘାଟନ ପରେ ବାରିପଦା ସହରର କେତେକ ହିତାଧିକାରୀଙ୍କୁ ୧୫ ଦିନର ରାଶନ ସାମଗ୍ରୀ ବଣ୍ଟନ କରାଯାଇଥିଲା। ଆସନ୍ତା ଦିନମାନଙ୍କରେ ଜିଲାରେ କାର୍ଯ୍ୟରତ କରୋନା ଯୋଦ୍ଧାଙ୍କ ସମେତ ଅନ୍ୟ ସ୍ବାସ୍ଥ୍ୟ କର୍ମୀମାନଙ୍କୁ ଏହି ଯୋଜନାରେ ରାଶନ ସାମଗ୍ରୀ ପ୍ରଦାନ କରାଯିବ ବୋଲି ଆଇ ଫାଉଣ୍ଡେସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଅନୁଷ୍ଠାନ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଆକ୍ସନ ମୋଡ୍‌ରେ ବିଇଓ: ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ

ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍‌ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା…

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

ଧରିତ୍ରୀ ପ୍ରଭାବ; ଅଙ୍ଗନବାଡ଼ିରେ ପିଲାଙ୍କୁ ମିଳୁ ନଥିଲା ରନ୍ଧାଖାଦ୍ୟ, ଜିଲା ପ୍ରଶାସନର ଯାଞ୍ଚ ପରେ ଅଣ୍ଡା…

ଉଦଳା,୩।୯(ସନ୍ତୋଷ ବାଛିନୀ): ଖବର ପ୍ରସାରଣ ପରେ ଆକ୍ସନ ମୋଡରେ ଜିଲା ପ୍ରଶାସନ । ନିଜେ ତଦନ୍ତ କରିବା ପରେ ଅଙ୍ଗନବାଡିରେ ଆରମ୍ଭ ହେଲା ରୋଷେଇ । ଶିଶୁଙ୍କୁ…

ରିଲିଫ ନେଇ ଫେରୁଥିବା ବେଳେ ଛାତ୍ରଙ୍କ ମୁଣ୍ଡରେ ପଡ଼ିଗଲା ନଡ଼ିଆ, ତାପରେ….

ବାରିପଦା,୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ମଧୁବନ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗଛରୁ ନଡ଼ିଆ ଖସି ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri