ବାରିପଦା ଅଫିସ,୧୫ା୧୧- ବାରିପଦା ପୌର ପରିଷଦର ସଫେଇ କାର୍ଯ୍ୟରେ ନିୟୋଜିତ ସଫେଇ କର୍ମଚାରୀମାନେ ଦରମା ପ୍ରଦାନ ଦାବିରେ ମଙ୍ଗଳବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିଲେ। ପ୍ରତିଶ୍ରୁତି ମୁତାବକ ସଫେଇ ସଂସ୍ଥା ଗୁରୁବାର ସକାଳ ସୁଦ୍ଧା ସେମାନଙ୍କୁ ଦରମା ପ୍ରଦାନ କରିବା ପରେ ସହରରେ ସଫେଇ କାର୍ଯ୍ୟ ସ୍ବାଭାବିକ ହୋଇଛି। ଉଲ୍ଲେଖଯୋଗ୍ୟ ଯେ, ଏକ ଘରୋଇ ସଂସ୍ଥାକୁ ପୌର କର୍ତ୍ତୃପକ୍ଷ ବାରିପଦା ସହରର ସଫେଇ ଦାୟିତ୍ୱ ପ୍ରଦାନ କରିଛନ୍ତି। ଏହି ସଂସ୍ଥା ମାସର ପ୍ରଥମ ସପ୍ତାହରେ ସଫେଇ କର୍ମଚାରୀଙ୍କ ଦରମା ପ୍ରଦାନ କରିବା କଥା। ହେଲେ ସଂସ୍ଥା ଦୀର୍ଘ ଦିନ ହେବ ଦରମା ପ୍ରଦାନ କରି ନ ଥିବାରୁ ମଙ୍ଗଳବାର ସକାଳଠାରୁ ସଫେଇ କର୍ମଚାରୀମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିଲେ। ପୌର କାର୍ଯ୍ୟାଳୟ ଆଗରେ ସେମାନେ ଧାରଣାରେ ବସିବା ସହ ପୌର କର୍ମଚାରୀଙ୍କୁ ଅଟକ ରଖିଥିଲେ। ସେହିପରି ବୁଧବାର ସକାଳେ ପୌର କାର୍ଯ୍ୟାଳୟ ଭିତରେ ଅଳିଆ ଫିଙ୍ଗି ଅଭିନବ ଉପାୟରେ ପ୍ରତିବାଦ କରିଥିଲେ। ଫଳରେ ସହରର ବିଭିନ୍ନ ସ୍ଥାନରେ କୁଢ଼ କୁଢ଼ ଅଳିଆ ଆବର୍ଜନା ଜମା ହୋଇ ଦୁର୍ଗନ୍ଧମୟ ପରିବେଶ ସୃଷ୍ଟି ହୋଇଥିଲା। ପରେ ବାଧ୍ୟ ହୋଇ ପୌର ଅଧିକାରୀ ଓ ସଫେଇ ସଂସ୍ଥାର କର୍ମଚାରୀ ସେମାନଙ୍କୁ ଗୁରୁବାର ସକାଳ ସୁଦ୍ଧା ଦରମା ଟଙ୍କା ପ୍ରଦାନ କରିଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…
ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…
ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…
ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା ୨୬ ନଂ…
ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ
ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…
ଏଲ୍ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…
କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…
ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…
ଲୋକକଳା ପାଇଁ ଦିନଟିଏ
ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…
ହାତୀ ଆକ୍ରମଣରେ ଜଣେ ଗୁରୁତର
ରୁପ୍ରାରୋଡ୍,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…
ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…
ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…
Archives

