Posted inଖେଳ

ବାର୍ଟିଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ

ପ୍ୟାରିସ, ୯ା୬ (ଏଏଫ୍‌ପି)- ଫ୍ରେଞ୍ଚ ଓପନ୍‌ ସିଙ୍ଗଲ୍ସ ଟାଇଟଲ ଜିତି ଆସଲେ ବାର୍ଟି ଅଷ୍ଟ୍ରେଲିଆର ଦୀର୍ଘ ୪୬ବର୍ଷ ପ୍ରତୀକ୍ଷାର ପରିସମାପ୍ତି ଘଟାଇଛନ୍ତି। ଶନିବାର ଏକ ଏକତରଫା ମହିଳା ସିଙ୍ଗଲ୍ସ ଫାଇନାଲରେ ସେ ଚେକ୍‌ ରିପବ୍ଲିକର ସ୍ବଳ୍ପ ବୟସ୍କା ମାର୍କେଟା ଭୋଣ୍ଡ୍ରୋସୋଭାଙ୍କୁ ହରାଇ ଦେଇଛନ୍ତି। ୮ମ ସିଡ୍‌ ବାର୍ଟି ଦୃଢତାର ସହିତ ଆରମ୍ଭ କରି ଆଦୌ ପଛକୁ ଫେରି ନ ଥିଲେ। ସେ ମାତ୍ର ୭୦ ମିନିଟ୍‌ରେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀଙ୍କୁ ୬-୧, ୬-୩ ସେଟ୍‌ରେ ହରାଇ ତାଙ୍କର ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଥିଲେ। ୧୯୭୩ରେ ମାର୍ଗାରେଟ୍‌ କୋର୍ଟଙ୍କ ପରେ ରୋଲାଣ୍ଡ ଗ୍ୟାରୋସରେ ଟାଇଟଲ ଜିତିବାରେ ବାର୍ଟି ପ୍ରଥମ ଅଷ୍ଟ୍ରେଲୀୟ। ଆସନ୍ତା ସପ୍ତାହରେ ପ୍ରକାଶ ପାଇବାକୁ ଥିବା ର଼୍ୟାଙ୍କିଙ୍ଗ୍‌ ତାଲିକାରେ ସେ ନାଓକି ଓସାକାଭ୍କ ପଛକୁ ଦ୍ୱିତୀୟ ସ୍ଥାନରେ ରହିବେ। ୧୯୭୬ରେ ଇଭୋନେ ଗୁଲାଗଙ୍ଗ୍‌ଙ୍କ ପରେ ସେ ଅଷ୍ଟ୍ରେଲିଆର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗପ୍ରାପ୍ତ ଖେଳାଳି ହେବେ। ସୂଚନାଯୋଗ୍ୟ, ବାର୍ଟି ୨୦୧୫ରେ ଟେନିସ୍‌ରୁ ବିଶ୍ରାମ ନେଇ ପ୍ରଫେସନାଲ କ୍ରିକେଟ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri