ବାର୍ଷିକ ସାହିତ୍ୟ ଆସର:ଅବକ୍ଷୟମୁଖୀ ସଂସ୍କୃତିର ସୁରକ୍ଷା ପାଇଁ ଆହ୍ବାନ

ସାତମାଇଲ, ୨୬।୫(ଡି.ଏନ.ଏ.)-ଓଡ଼ିଆ ଭାଷା ସାହିତ୍ୟ ଏବଂ ସଂସ୍କୃତି ମହାନ୍‌। ହେଲେ ଆଜିକାର ଦିନରେ ଯୁବପିଢ଼ି ସାହିତ୍ୟ, ସଂସ୍କୃତିରୁ ବିମୁଖ ହେଉଛନ୍ତି। ଫଳରେ ଓଡ଼ିଆ ଜାତିର ମହାନ ପରମ୍ପରା ଅବକ୍ଷୟ ଆଡ଼କୁ ଗତି କରୁଛି, ଯାହା ଆଗାମୀ ପିଢ଼ି ପାଇଁ ଆଦୌ ଶୁଭଙ୍କରୀ ନୁହେଁ। ସମୁସ୍ତରରୁ ଉଦ୍ୟମ ହେଲେ ଅବକ୍ଷୟମୁଖୀ ସଂସ୍କୃତିର ସୁରକ୍ଷା ହୋଇପାରିବ ବୋଲି କହିଛନ୍ତି ହିନ୍ଦୋଳ କଲେଜର ଅବସରପ୍ରାପ୍ତ ଇଂଲିଶ ଅଧ୍ୟାପକ ବିରଞ୍ଚତ୍ ନାରାୟଣ ତ୍ରିପାଠୀ। ଖଜୁରିଆକଟା ସରସ୍ବତୀ ଶିଶୁ ମନ୍ଦିରରେ ରବିବାର ମା’ ଧରାଶୁଣୀ ସାହିତ୍ୟ, ସଂସ୍କୃତି କଳା ପରିଷଦ ପକ୍ଷରୁ ଆୟୋଜିତ ୭ମ ବାର୍ଷିକ ସାହିତ୍ୟ ଆସରରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ସେ ଏହା କହିଛନ୍ତି।
ଜନତା କଲେଜର ଓଡ଼ିଆ ଅଧ୍ୟାପକ ରମେଶ ଚନ୍ଦ୍ର ସାହୁଙ୍କ ପୌରୋହିତ୍ୟରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଖଣି ଉପନିର୍ଦ୍ଦେଶକ ଜୟନ୍ତ ପ୍ରଧାନ, ଅଖିଳ ଭାରତୀୟ ସାହିତ୍ୟ ପରିଷଦ ସଦସ୍ୟ କବି ଶିବ ପ୍ରସାଦ ପଟ୍ଟନାୟକ ପ୍ରମୁଖ ମଞ୍ଚାସୀନ ରହି ଭାଷାସାହିତ୍ୟର ଉନ୍ନତି ଦିଗରେ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ।
ପରିଷଦର ସଭାପତି ତଥା ପ୍ରାବନ୍ଧିକ ଦଣ୍ଡଧର ପତି ସ୍ବାଗତ ଭାଷଣ ଦେଇଥିବାବେଳେ ଇଂଲିଶ ବିଭାଗ ମୁଖ୍ୟ ଅଧ୍ୟାପକ ଅକ୍ଷୟ ପାତ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଏଥିରେ ହିନ୍ଦୋଳ, ଅନୁଗୋଳ ଅଞ୍ଚଳର ଅନେକ ସାହିତି୍ୟକ ଯୋଗଦେଇ ସ୍ବରଚିତ କବିତା ପାଠ କରିଥିଲେ। କବି ଶିବପ୍ରସାଦ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri