ବାର୍‌ହା ମାଂସ ଜବତ, ଜଣେ ଗିରଫ

ବୁଗୁଡ଼ା,୨୫ା୧୧(ଡି.ଏନ.ଏ.)-ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ପଥରବଣି ଛକଠାରେ ରବିବାର ପୂର୍ବାହ୍ନରେ ବନ ବିଭାଗ ତରଫରୁ ଚଢ଼ାଉ କରାଯାଇ ଏକ୍ସେଲ ଗାଡ଼ି ଓ ସେଥିରେ ଥିବା ବାର୍‌ହା ମାଂସ ଜବତ କରାଯାଇଛି। ଉକ୍ତ ମାଂସ ନେଇ ଯାଉଥିବା କଣ୍ଟାବଣି ଗ୍ରାମର ପଠାଣ ମାଝିଙ୍କୁ ଗିରଫ ପରେ କୋର୍ଟଚାଲାଣ କରାଯାଇଥିବା ବୁଗୁଡ଼ା ବନାଞ୍ଚଳ ଅଧିକାରୀ ଫକୀର ଚରଣ ବେହେରା କହିଛନ୍ତି। ଏ ନେଇ ବୁଗୁଡ଼ା ବନ ବିଭାଗରେ ନଂ.୧୭୧/୧୯-୨୦ରେ ଏକ ମାମଲା ରୁଜୁ ହୋଇଛି। ପ୍ରକାଶ ଯେ, ଅଭିଯୁକ୍ତ ଯୁବକ ଜଣକ କିରିଆମ୍ବା ଜଙ୍ଗଲରେ ବାର୍‌ହା ଶିକାର କରି ମାଂସ ବିକ୍ରି କରିବାକୁ ତାଙ୍କ ଏକ୍ସେଲ ଗାଡ଼ି (ନଂ.ଓଡି୦୭ଏଫ୪୯୨୪)ରେ ଆସୁଥିଲେ। କୌଣସି ସୂତ୍ରରୁ ଖବର ପାଇ ବନାଞ୍ଚଳ ଅଧିକାରୀଙ୍କ ସମେତ ବନପାଳ ଅଭିରାମ ଖିଲ, ବନରକ୍ଷୀ ଅବିନାଶ କଅଁର, ସୁବ୍ରତ ତ୍ରିପାଠୀ, ରବୀନ୍ଦ୍ର ମଲିକ ପ୍ରମୁଖ ପଥରବଣି ଛକରେ ଚଢ଼ାଉ କରି ପଠାଣଙ୍କୁ କାବୁ କରିଥିଲେ। ତାଙ୍କ ଠାରୁ ସାଢ଼େ ୪ କେଜି ବାର୍‌ହା ମାଂସ ସହ ଗାଡ଼ି ଜବତ କରାଯାଇଛି। ସୂଚନାଯୋଗ୍ୟ, ମଙ୍ଗଳବାର ସଙ୍କୁରୁ ରାସ୍ତାରେ ବାରହା ଓ କୁଟୁରା ଛାଲ ସହ ମାଂସ ନେଇ ଟିଭିଏସ ଗାଡ଼ିରେ ଯାଉଥିବା ଜଣେ ଅଭିଯୁକ୍ତ ଧରାପଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri