କେସିଙ୍ଗା, ୧୪।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ପଲମଫାଣ୍ଡି ଅନ୍ତର୍ଗତ ଟକର୍ଲା ପଞ୍ଚାୟତ ରାଏଧୁନିପଦର ଗ୍ରାମର କେତେକ ଲୋକ ସଂଘବଦ୍ଧ ହୋଇ ନିକଟସ୍ଥ ବଜରଗଡ଼ ଜଙ୍ଗଲକୁ ଯାଇ ବାର୍ହା ଶିକାର କରୁଥିବା ସମୟରେ ଜଣେ ଶିକାରୀଙ୍କ ମୃତ୍ୟୁ ଘଟିଥିଲା। ସେ ହେଲେ ରାଜୁ ମାଝି। ଏହି ଘଟଣା ପରେ ଅନ୍ୟ ଶିକାରୀ ଓ ଗ୍ରାମବାସୀ ପୋଲିସକୁ ନ ଜଣାଇ ଶବ ସତ୍କାର କରିଥିଲେ। ମୃତ ରାଜୁ ମାଝିଙ୍କ ଭଉଣୀ ନିର୍ମଳା ଏହି ଘଟଣା ବିଷୟରେ ଜାଣି ଶୁକ୍ରବାର ଫାଣ୍ଡିରେ ଅଭିଯୋଗ କରିଛନ୍ତି। ପୋଲିସ ପହଞ୍ଚି କେସ୍ ନଂ .୨୪୭/ ୧୯ରେ ମାମଲା ରୁଜୁକରି ତଦନ୍ତ ଚଳାଇଛି।
ସୂଚନାଯୋଗ୍ୟ, ଉପରୋକ୍ତ ଗ୍ରାମର ୭ଜଣ ଶିକାରୀ ଗତ ମଙ୍ଗଳବାର ନିକଟସ୍ଥ ବଜ୍ରଗଡ଼ ଜଙ୍ଗଲକୁ ଶିକାର କରିବାକୁ ଯାଇଥିଲେ। ଏକ ବାର୍ହାକୁ ସଂଘବଦ୍ଧ ହୋଇ ଘେରିଥିଲେ। ବାର୍ହାକୁ ଗୁଳିମାରିବା ସମୟରେ ତାହା ବାର୍ହା ଦେହରେ ନ ବାଜି ଶିକାରୀ ରାଜୁଙ୍କ ଦେହରେ ବାଜିଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।
ବାର୍ହା ମାରିବାକୁ ଯାଇ ଶିକାରୀ ମୃତ: ପୋଲିସକୁ ନ ଜଣାଇ ମୃତଦେହ ସତ୍କାର କଲେ ଗ୍ରାମବାସୀ, ପୋଲିସର ତନାଘନା
Posted inଆମ ଜିଲା ଖବର, କଳାହାଣ୍ଡି View All
ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ
ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...
ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ
ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...
ଚିଲିକାରେ ଅଘଟଣ: ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କ ଜୀବନ ଗଲା…
କୃଷ୍ଣପ୍ରସାଦ,୧।୧ (କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡା ଚିଲିକାରେ ନୂଆ ବର୍ଷରେ ଏକ ଅଘଟଣ ଘଟିଛି। ସାତପଡା ଠାରୁ ଜହ୍ନିକୁଦା...
ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…
ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...
ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…
ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...
ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…
ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍...
ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍ଦାର ପ୍ରସ୍ତୁତି
ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍ଦାର କରାଯାଉଛି। ୪ଦିନ ଧରି...
ସରକାରୀ ବସ୍ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ
ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍ରେ ସମସ୍ତ ଯାତ୍ରୀଙ୍କୁ ବସ୍ର କର୍ମଚାରୀ ବା ଟିକେଟ୍...
Archives


