ବାର୍‌ହା ମାରିବାକୁ ଯାଇ ଶିକାରୀ ମୃତ: ପୋଲିସକୁ ନ ଜଣାଇ ମୃତଦେହ ସତ୍କାର କଲେ ଗ୍ରାମବାସୀ, ପୋଲିସର ତନାଘନା

କେସିଙ୍ଗା, ୧୪।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ପଲମଫାଣ୍ଡି ଅନ୍ତର୍ଗତ ଟକର୍ଲା ପଞ୍ଚାୟତ ରାଏଧୁନିପଦର ଗ୍ରାମର କେତେକ ଲୋକ ସଂଘବଦ୍ଧ ହୋଇ ନିକଟସ୍ଥ ବଜରଗଡ଼ ଜଙ୍ଗଲକୁ ଯାଇ ବାର୍‌ହା ଶିକାର କରୁଥିବା ସମୟରେ ଜଣେ ଶିକାରୀଙ୍କ ମୃତ୍ୟୁ ଘଟିଥିଲା। ସେ ହେଲେ ରାଜୁ ମାଝି। ଏହି ଘଟଣା ପରେ ଅନ୍ୟ ଶିକାରୀ ଓ ଗ୍ରାମବାସୀ ପୋଲିସକୁ ନ ଜଣାଇ ଶବ ସତ୍କାର କରିଥିଲେ। ମୃତ ରାଜୁ ମାଝିଙ୍କ ଭଉଣୀ ନିର୍ମଳା ଏହି ଘଟଣା ବିଷୟରେ ଜାଣି ଶୁକ୍ରବାର ଫାଣ୍ଡିରେ ଅଭିଯୋଗ କରିଛନ୍ତି। ପୋଲିସ ପହଞ୍ଚି କେସ୍‌ ନଂ .୨୪୭/ ୧୯ରେ ମାମଲା ରୁଜୁକରି ତଦନ୍ତ ଚଳାଇଛି।
ସୂଚନାଯୋଗ୍ୟ, ଉପରୋକ୍ତ ଗ୍ରାମର ୭ଜଣ ଶିକାରୀ ଗତ ମଙ୍ଗଳବାର ନିକଟସ୍ଥ ବଜ୍ରଗଡ଼ ଜଙ୍ଗଲକୁ ଶିକାର କରିବାକୁ ଯାଇଥିଲେ। ଏକ ବାର୍‌ହାକୁ ସଂଘବଦ୍ଧ ହୋଇ ଘେରିଥିଲେ। ବାର୍‌ହାକୁ ଗୁଳିମାରିବା ସମୟରେ ତାହା ବାର୍‌ହା ଦେହରେ ନ ବାଜି ଶିକାରୀ ରାଜୁଙ୍କ ଦେହରେ ବାଜିଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri