ବାର୍‌ହା ମାରି ମାଂସ ଭାଗ ସମୟରେ ଚଢାଉ: କଟା ମାଂସ, ୨ ବାଇକ୍‌ ଜବତ

ସୋନପୁର,୩୦।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଲଛିପୁର ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମୟୂରଉଡାନ ଗ୍ରାମ୍ୟ ଜଙ୍ଗଲ ଅଞ୍ଚଳରୁ ବନ ବିଭାଗ ଗୁରୁବାର ୮ କିଲୋ ବାର୍‌ହା ମାଂସ ଜବତ କରିଛି। କେତେକ ଲୋକ ବାର୍‌ହା ମାରି ମାଂସ ଭାଗ କରୁଥିଲେ। ସୂଚନା ପାଇ ଲଛିପୁର ବନପାଳ ବାବାଜୀ ନାଏକଙ୍କ ନେତୃତ୍ୱରେ ବନ ବିଭାଗର କର୍ମଚାରୀମାନେ ଚଢାଉ କରିଥିଲେ। ବନ ବିଭାଗର ଗାଡି ଦେଖି ଅଭିଯୁକ୍ତମାନେ ବାଇକ୍‌, କଟା ମାଂସ ଓ ମୋବାଇଲ ଛାଡି ଫେରାର ହୋଇଯାଇଥିଲେ। କର୍ମଚାରୀମାନେ ଘଟଣାସ୍ଥଳରୁ ବାର୍‌ହା ମୁଣ୍ଡ, ୮ କିଲୋ ମାଂସ, ୨ଟି ବାଇକ୍‌ ନଂ ଓଆର୦୩ଏଚ-୫୦୫୯ ଓ ଓଡି୩୧ଏ-୦୬୦୮, ଗୋଟିଏ କମ୍ପ୍ୟୁଟର ଓଜନ ମେଶିନ, ବଟକରା, ୨ଟି ଟାଙ୍ଗିଆ, ୨ଟି ଛୁରି, ୨ଟି କଟୁରି, ୨ଟି ପନଖି ଏବଂ ଗୋଟିଏ ମୋବାଇଲ ଜବତ କରିଛନ୍ତି। ବନ ବିଭାଗ ଜବତ ମାଂସକୁ ସୋନପୁର ପ୍ରାଣୀ ଚିକିତ୍ସାଳୟକୁ ଆଣିଥିଲେ। ସଂଗ୍ରହ କରାଯାଇଥିବା ମାଂସ ନମୁନା ପରୀକ୍ଷା ପାଇଁ ଭୁବନେଶ୍ୱରସ୍ଥିତ ଓଡିଶା ପ୍ରାଣୀ ମହାବିଦ୍ୟାଳୟ(ବନ୍ୟ ଜନ୍ତୁ ସ୍ବାସ୍ଥ୍ୟ)କୁ ପଠାଯିବ। ମାଂସ ଓ ମୁଣ୍ଡକୁ ଗାତଖୋଳି ବନ ବିଭାଗର ନର୍ସରୀରେ ପୋତି ଦିଆଯାଇଛି। ବାର୍‌ହାଟି ୨ ବର୍ଷର ହୋଇଥିବା ବେଳେ ବାଟହୁଡି ଜଙ୍ଗଲ ଭିତରୁ ଚାଲି ଆସିଥିଲା। କୁକୁର ଲଗାଇ କେତେକ ଲୋକ ତାକୁ ମାରିଥିବା ଅନୁମାନ କରାଯାଉଛି। ସୋନପୁର ବନ ବିଭାଗ ପକ୍ଷରୁ ଏ ସମ୍ପର୍କରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri