ବାଲନ୍ଦାପଡ଼ା, ଗୋଚ୍ଛାପଡା ପିଏଚ୍‌ସିରେ ଡାକ୍ତର ନାହାନ୍ତି

ଫିରିଙ୍ଗିଆ, ୨୩ା୨- ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଧିନରେ ଥିବା ବାଲନ୍ଦାପଡା ଏବଂ ଗୋଚ୍ଛାପଡା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (ପିଏଚ୍‌ସି)ରେ ବହୁ ଦିନ ହେଲା ଡାକ୍ତର ନାହାନ୍ତି। ଫଳରେ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଥିବା ଦୁର୍ଗମ ଅଞ୍ଚଳବାସୀ ସ୍ବାସ୍ଥ୍ୟସେବାରୁ ବଞ୍ଚତ୍ତ ହେଉଛନ୍ତି। ସ୍ବାସ୍ଥ୍ୟ ଶିବିର ଏବେ ସେମାନଙ୍କ ପାଇଁ ଏକମାତ୍ର ସାହରା ପାଲଟିଛି। ସାମାନ୍ୟ ଜ୍ୱର ଥଣ୍ଡା ହେଲେ ଫିରିଙ୍ଗିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଖର୍ଚ୍ଚାନ୍ତ ହୋଇ ଯାଇଥାନ୍ତି।

ବାଲନ୍ଦାପଡା ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବାଲନ୍ଦାପଡା, ପାହିରାଜୁ, କୋଏରମାଣ୍ଡୁ, ଲୁଇସିଂ, ପକାରୀ ପଞ୍ଚାୟତର ଲୋକେ ନିର୍ଭର କରୁଥିବାବେଳେ ଗୋଚ୍ଛାପଡା ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଗୋଚ୍ଛାପଡା, ସଲାଗୁଡା, କ୍ରାଣ୍ଡିବାଲି, ପଲାବୃଡି ଏବଂ କଟ୍ରିଙ୍ଗିଆ ପଞ୍ଚାୟତରର କେତେଗ ଗ୍ରାମବାସୀ ନିର୍ଭର କରିଥାନ୍ତି। ବାଲନ୍ଦାପଡାରେ ନିଯୁକ୍ତି ପାଇଥିବା ଡାକ୍ତର ୫ମାସ ହେଲା ଟ୍ରେନିଂରେ ଯାଇ ଆଉ ଫେରି ନାହାନ୍ତି। ଫାର୍ମାସିଷ୍ଟ ସୁଶାନ୍ତ ଶବର ଏହି ମେଡିକାଲ ଚଳାଉଛନ୍ତି। ଗୋଚ୍ଛାପଡା ମେଡିକାଲର ଡାକ୍ତର ପ୍ରିୟ ରଞ୍ଜନ ସାହୁ ଗତ ୧୭ରୁ ଟ୍ରେନିଂରେ ଯାଇଛନ୍ତି। ଫାର୍ମାସିଷ୍ଟ ପ୍ରଶାନ୍ତ କୁମାର ସାହୁଙ୍କ ଭରଷାରେ ଏବେ ରୋଗୀସେବା।
ଆମେ ବାରମ୍ବାର ଏ ସମ୍ପର୍କରେ ଅଭିଯୋଗ କରିଛୁ। ବ୍ଲକ ମିଟିଂରେ ଦାବି ଉପସ୍ଥାପନ କରୁଛୁ, ହେଲେ କିଛି ସୁଫଳ ମିଳୁନାହିଁ। ଆମର ଅଧିକାଂଶ ଗ୍ରାମ ଦୁର୍ଗମ ଅଞ୍ଚଳରେ। ତେଣୁ ତୁରନ୍ତ ଡାକ୍ତର ନିଯୁକ୍ତି କରିବାକୁ ଗୋଚ୍ଛାପଡା ସରପଞ୍ଚ ସୁମିତ୍ରା କହଁର ପ୍ରକାଶ କରିଛନ୍ତି। ବ୍ଲକ ଉପାଧ୍ୟକ୍ଷ ତଥା ବାଲନ୍ଦାପଡା ସମିତିସଭ୍ୟ ସସ୍ମିତା ଦିଗାଲ କୁହନ୍ତି, ଇଂରେଜ ଅମଳରେ ବାଲନ୍ଦାପଡା ମେଡିକାଲ ହୋଇଥିଲା। ଏହା ଜିଲାର ସର୍ବପୁରାତନ ମେଡିକାଲ। ତଥାପି ଏଠାରେ ଡାକ୍ତର ନିଯୁକ୍ତି ନ ଦେବା ଦୁଃଖର ବିଷୟ। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଏବଂ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ରାଜଶ୍ରୀ ପଟ୍ଟନାୟକଙ୍କୁ ପଚାରିବାରୁ ଗୋଚ୍ଛାପଡା ମେଡିକାଲରେ ୨ଦିନ ମଧ୍ୟରେ ଜଣେ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ। ସେ ସପ୍ତାହକୁ ଦୁଇ ତିନି ଦିନ ବାଲନ୍ଦାପଡା ଯାଇ ମଧ୍ୟ କାମ କରିବେ। ଆଉ ଡାକ୍ତର ଆମ ଜିଲାକୁ ଆସିଲେ ସେଠାରେ ନିଯୁକ୍ତି ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri