ବାଲାକୋଟ ଷ୍ଟ୍ରାଇକ୍‌ ଏବଂ ଏଫ୍‌ଏଟିଏଫ୍‌ ଭୟ: ପିଓକେରେ ୧୧ ଆତଙ୍କବାଦୀ ଶିବିର ବନ୍ଦ

ଇସଲାମାବାଦ୍‌,୧୦।୬: ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ ଏବଂ ଫାଇନାନ୍ସିଆଲ ଆକ୍ସନ୍‌ ଟ୍ୟାକ୍ସ୍‌ ଫୋର୍ସ(ଏଫ୍‌ଏଟିଏଫ୍‌) ଭୟ ପାକିସ୍ତାନକୁ ଘାରିଛି। ତେଣୁ ଗତ କିଛିମାସ ମଧ୍ୟରେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ଚାଲିଥିବା ୧୧ ଆତଙ୍କବାଦୀ ତାଲିମ୍‌ ଶିବିରକୁ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର ବନ୍ଦ କରିଛନ୍ତି। ଆସନ୍ତା କିଛି ଦିନ ମଧ୍ୟରେ ଏଫ୍‌ଏଟିଏଫ୍‌ର ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନ ଏଭଳି ଅଭିନୟ କରୁଥିବା କୁହାଯାଉଛି। ଏଫ୍‌ଏଟିଏଫ୍‌ ପାକିସ୍ତାନକୁ ଆତଙ୍କବାଦୀ କାର୍ଯ୍ୟକଳାପ ଦୃଷ୍ଟିକୋଣରୁ ଅନେକ ପୂର୍ବରୁ ଗ୍ରେ ତାଲିକା ଭୁକ୍ତ କରିସାରିଛି। ବନ୍ଦ ହୋଇଥିବା ଆତଙ୍କବାଦୀ ଶିବିର ମଧ୍ୟରେ ଲଶ୍କର-ଇ-ତୋଏବା ଏବଂ ହିଜିବୁଲ୍‌ ମୁଜାହିଦ୍ଦିନ୍‌ର କୋଟଲୀ ଏବଂ ନିକିୟାଲ ସ୍ଥିତ ଶିବିର ରହିଛି। ଏହା ଭାରତର ସୁନ୍ଦରବାଣୀ ଏବଂ ରାଜୌରୀ ସେକ୍ଟର ନିକଟରେ ଥିବା କୁହାଯାଉଛି। ସେହିପରି ବାଘ୍‌ ଏବଂ ପାଲାଠାରେ ଥିବା ଜୈଶ୍‌-ଇ-ମହମ୍ମଦ୍‌ ଶିବିରକୁ ମଧ୍ୟ ବନ୍ଦ କରାଯାଇଛି। ଏଠାକାର ମୁଜାଫରାବାଦ୍‌-ମୀର୍‌ପୁରଠାରେ ଥିବା ଲଶ୍କର-ଇ-ତୋଏବା ଏବଂ ହିଜିବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀ ସଂଗଠନର ଶିବିରକୁ ବନ୍ଦ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri