ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବହିଃବିଭାଗ ଉଦ୍‌ଘାଟିତ: ଫଳକରେ ଏମ୍‌ପିଙ୍କ ନାମ ନ ଥିବାରୁ ପ୍ରତିବାଦ

ବାଲିଆପାଳ, ୧୩।୧୨(ସ୍ବ.ପ୍ର./ଡି.ଏନ.ଏ.)-ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନର ଅନୁଦାନରେ ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଭିତରେ ନବନିର୍ମିତ ବହିଃବିଭାଗକୁ ଗୁରୁବାର ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଛନ୍ତି। ଉତ୍ସବକୁ ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ନିମନ୍ତ୍ରଣ କରା ନ ଯିବା ଏବଂ ଫଳକରେ ତାଙ୍କ ନାମ ନ ଥିବାରୁ ସ୍ଥାନୀୟ ଭାଜପା ନେତା ଓ କର୍ମୀ ପ୍ରତିବାଦ କରିବା ସହ ଧାରଣାରେ ବସିଥିଲେ। ପୋଲିସ ସେମାନଙ୍କୁ ଗିରଫ କରି ଥାନାରେ ଅଟକ ରଖିଥିଲା। କାର୍ଯ୍ୟକ୍ରମ ପରେ ଛାଡ଼ି ଦେଇଥିବାରୁ ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା।
ସମ୍ମାନିତ ଅତିଥି ଭାବେ ସିଡ଼ିଏମ୍‌ଓ ଡା. ବାନାର୍ଜୀ ପ୍ରସାଦ ଛୋଟରାୟ, ବାଲିଆପାଳ ସିଏଚ୍‌ସିର ଡା. ବେଣୁଧର ହୁଇ, ଶ୍ରୀଧର ବିଶ୍ୱାଳ, ଜିଲାପରିଷଦ ସଦସ୍ୟ ରବୀନ୍ଦ୍ର କୁମାର ଅଣ୍ଡିଆ ପ୍ରମୁଖ ଯୋଗଦେଇଥିଲେ। ପୂର୍ବତନ ସମିତି ସଦସ୍ୟ ମୃତ୍ୟୁଞ୍ଜୟ ନାୟକ, ବିମଳ ସାହୁ, ଅଜୟ ପାତ୍ର, କାର୍ତ୍ତିକ ନାୟକ, ଶାନ୍ତନୁ ଭଦ୍ର ଓ ରଘୁନାଥ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଏହି ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ଏନଆରଏଚଏମ୍‌ ଯୋଜନାରୁ ୧କୋଟି ୫୬ଲକ୍ଷ ଟଙ୍କା ଅନୁଦାନ ଯୋଗାଇ ଦେଇଥିଲେ। ଉଦ୍‌ଘାଟନ ଉତ୍ସବକୁ ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ନିମନ୍ତ୍ରଣ କରା ନ ଯିବା ଏବଂ ଫଳକରେ ତାଙ୍କ ନାମ ଲେଖାଯାଇ ନ ଥିବା ସ୍ଥାନୀୟ ଭାଜପା ନେତା ଅଭିଯୋଗ କରିଛନ୍ତି। ବିଧାୟକ ପ୍ରକଳ୍ପ ସ୍ଥାନରେ ପହଞ୍ଚତ୍ ଉଦ୍‌ଘାଟନ କରିବା ପୂର୍ବରୁ ଭାଜପା ନେତା ଅରବିନ୍ଦ ବେହେରା, ମାନସ ଦାସ, ଗୌରବ ଅଣ୍ଡିଆ, ନାରାୟଣ ପଣ୍ଡା, ଶିବଶଙ୍କର ପ୍ରଧାନ, ଗୁଣାକର ସାହୁ, ଗୁଣାକର ପରିଡ଼ା, ଭୃଗୁରାମ ବିଶ୍ୱାଳ, କ୍ଷୀତିଶ ଜେନା, ସନ୍ନ୍ୟାସୀ ପ୍ରଧାନ, ଅଜିତ ପଟ୍ଟାୟତ, ମହେଶ୍ୱର ଦାସ, ଗଗନ ସାହୁ, ନୀଳକଣ୍ଠ ଜେନା, ଚିନ୍ମୟ ପାଲ, ମନ୍ମଥ ନାୟକ, ମନୋଜ ପ୍ରଧାନ, ବଂଶୀଧର ରାଉଳ, ରାଜେନ୍ଦ୍ର ପାତ୍ର, ଜଗନ୍ନାଥ ଗିରି ଓ ସୁଶୀଲ ସି ପ୍ରମୁଖ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଘଟଣାସ୍ଥଳରେ ବସ୍ତା ଏସ୍‌ଡ଼ିପିଓ ଜଳନ୍ଧର ଜାଲି, ବାଲିଆପାଳ ଆଇଆଇସି ବିମଳ ନାୟକ ଧାରଣାରତ ଭାଜପା କର୍ମୀମାନଙ୍କୁ ଗିରଫ କରି ଥାନାକୁ ନେଇଯାଇଥିଲେ। ଉଦ୍‌ଘାଟନ ସରିବା ପରେ ପୋଲିସ ଗିରଫ ଭାଜପା କର୍ମୀମାନଙ୍କୁ ଛାଡ଼ି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନର ତାଲା ଭାଙ୍ଗି ଟଙ୍କା, ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ ମଦ: ଚଢ଼ାଉ କରି ଧରିଲା ପୋଲିସ

ବଞ୍ଚୋ,୧।୬(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି…

ତମାଖୁ ସେବନଠାରୁ ଦୂରେଇ ରହିବାକୁ ଆହ୍ବାନ: ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଭଞ୍ଜନଗର,୧।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖାରେ ରବିବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏଥିରେ ଶାଖାର ସଂଯୋଜିକା ସନ୍ତୋସିନୀ…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

ଗୁଣପୁରର ସୁଧାରାଣୀଙ୍କୁ ସମ୍ମାନସୂଚକ ଡକ୍ଟରେଟ୍, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗୁଣପୁର,୧।୬(ସଂକେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ସହର ପୁରୁଣା ବସ୍‌ଷ୍ଟାଣ୍ଡ ଅଞ୍ଚଳସ୍ଥ ବେବର୍ତ୍ତା ସାହିର ବାସିନ୍ଦା ତଥା ସମାଜସେବୀ ଚିନାରି ସୁଧାରାଣୀ (୪୩ଙ୍କୁ ତାଙ୍କର ଉଲ୍ଲେଖନୀୟ ସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri