ବାଲିଖାଦାନରେ ବଟି ଆଦାୟ ନେଇ ଗଣ୍ଡଗୋଳ : ଖଣ୍ଡା, ପ୍ଲାଷ୍ଟିକ ବନ୍ଧୁକ ଜବତ, ୩ ଗିରଫ

ବାଲେଶ୍ୱର ଅଫିସ, ୨୫।୫: ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଦହପଡ଼ା ପଞ୍ଚାୟତର କଣ୍ଟାବଣିଆ ବାଲିଖାଦାନରେ ଦାଦା ବଟି ଆଦାୟକୁ ନେଇ ଗଣ୍ଡଗୋଳ ହୋଇଛି। ଏନେଇ ପୋଲିସ ଥାନାରେ ମାମଲା (ନଂ. ୧୪୩/୧୯) ରୁଜୁ କରି ଶନିବାର ସମ୍ପୃକ୍ତ ୩ଜଣ ଯୁବକଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ଖଣ୍ଡା ଓ ପ୍ଲାଷ୍ଟିକ ବନ୍ଧୁକ ଜବତ କରାଯାଇଛି। କଣ୍ଟାବଣିଆ ବାଲିଖାଦାନରେ ଜଗୁଆଳି ଗୌରମୋହନ ଦାସ (୭୩) ଶୁକ୍ରବାର ରାତିରେ ବାଲିଖାଦାନରେ ଥିଲେ। ଏହି ସମୟରେ ୫ରୁ ୬ ଜଣ ଯୁବକ ହାତରେ ଖଣ୍ଡା, ଭୁଜାଲି ଓ ପ୍ଲାଷ୍ଟିକ ବନ୍ଧୁକ ଧରି ପ୍ରଥମେ ବଟି ଦେବା ପାଇଁ ବାଧ୍ୟ କରିଥିଲେ। ତାଙ୍କ ପାଖରୁ କିଛି ନ ପାଇବା ପରେ ମାରପିଟ୍‌ କରି ଭୁଜାଲି ଓ ବନ୍ଧୁକ ଦେଖାଇ ମାଲିକଙ୍କୁ ଫୋନ୍‌ କରି ଟଙ୍କା ଆଣିବା ପାଇଁ ବାଧ୍ୟ କରିଥିଲେ। ଖବର ପାଇବା ମାତ୍ରେ ବାଲି ଖାଦାନ ମାଲିକ ପୋଲିସକୁ ଜଣାଇଥିଲେ। ସେଠାରେ ପୋଲିସ ପହଞ୍ଚତ୍ ଯୁବକମାନଙ୍କ କବଳରୁ ଜଗୁଆଳିଙ୍କୁ ଉଦ୍ଧାର କରିଥିଲେ। ସମସ୍ତ ଘଟଣା ଜାଣିବା ପରେ ଶୁକ୍ରବାର ବିଳମ୍ବିତ ରାତିରେ ଦହପଡ଼ା ଗ୍ରାମର ସୁକାନ୍ତ ମହାଳିକ (୨୭), ଚନ୍ଦନ କୁମାର ପ୍ରଧାନ (୨୨) ଓ ସୌଭାଗ୍ୟ ପ୍ରଧାନ (୨୨)ଙ୍କୁ ପୋଲିସ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ଅନ୍ୟ ଯୁବକମାନେ କୌଶଳକ୍ରମେ ଖସିଯାଇଥିବା ଥାନାଧିକାରୀ ଶୁଭ୍ରାଂଶୁ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପରେସନ୍ ପରେ ପେଟ ଭିତରେ ରହିଗଲା ଗ୍ଲୋଭସ୍-ନାପକିନ୍! ୧୯ ବର୍ଷୀୟା ମା’ଙ୍କ ଅବସ୍ଥା….

ମୁମ୍ବାଇ,୧୯ା୮: ମହାରାଷ୍ଟ୍ରର ବୀଡ୍‌ରୁ ସରକାରୀ ହସ୍ପିଟାଲର ଚିକିତ୍ସା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ୧୯ ବର୍ଷୀୟା ସନ୍ଧ୍ୟା ସୂରଜ ଗାଏକୱାଡ୍‌ ଅଗଷ୍ଟ ୧ ତାରିଖରେ…

କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍‌ ଭିଡିଓ ଜାରି କରି…

ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ…

ବୋହୂ-ପୁଅ ସାବଧାନ! ବୃଦ୍ଧ ମା’-ବାପାଙ୍କୁ ହଇରାଣ କଲେ ହେବେ ସମ୍ପତ୍ତିରୁ ବେଦଖଲ, ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ, ୧୯।୮: ବରିଷ୍ଠ ନାଗରିକଙ୍କ ଅଧିକାର ଓ ସୁରକ୍ଷାକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ବୃଦ୍ଧଙ୍କ ଭରଣପୋଷଣ, ସୁରକ୍ଷା ଓ ସମ୍ମାନ ପାଇଁ…

ବିକାଶ ଅପହଞ୍ଚ: ଆସିଲାନି ଆମ୍ବୁଲାନ୍ସ ଭରା ବନ୍ୟାପାଣିରେ ଭାରରେ ବୁହାହେଲେ ରୋଗୀ

ବରୀ,୧୯ା୮(ମହେନ୍ଦ୍ର ସ୍ବାଇଁ): ଦେଶ ସ୍ବାଧୀନ ହେବାର ୮୦ ବର୍ଷ ବିତିଯାଇଥିଲେ ସୁଦ୍ଧା ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିବିଲ ପଞ୍ଚାୟତର ଢିଅସାହି ଗ୍ରାମରେ ବିକାଶର…

ଗାଲେ ଟେଷ୍ଟକୁ ୧୬୫ ରନରେ ଜିତିଲା ଭାରତ; ୧୦ ୱିକେଟ ନେଇ ଇତିହାସ ରଚିଲେ ମାନବ ସୁଥାର

ନୂଆଦିଲ୍ଲୀ,୧୯।୮: ଗାଲେ ଟେଷ୍ଟରେ ଭାରତ ଶ୍ରୀଲଙ୍କାକୁ ୧୬୫ ରନରେ ପରାସ୍ତ କରିଛି। ଚତୁର୍ଥ ଇନିଂସରେ ୩୭୨ ରନର ଟାର୍ଗେଟ ପିଛା କରି ଶ୍ରୀଲଙ୍କା କେବଳ ୨୦୬ ରନ…

ମାଷ୍ଟରକ୍ୟାଣ୍ଟିନରେ ଖଣ୍ଡଯୁଦ୍ଧ: ପୋଲିସକୁ ଢେଲା ପଥର ମାଡ଼, ଭାଙ୍ଗିଲେ ଆମ ବସ୍‌

ଭୁବନେଶ୍ୱର,୧୯।୮: ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟର କ୍ୟାଣ୍ଟିନ ଛକ । ପୋଲିସ ପକ୍ଷରୁ ଲାଠି ଚାର୍ଜ । ପୋଲିସ ଉପରକୁ ମଧ୍ୟ ଢେଲା ପଥର ମାଡ ।…

ଗୋବିନ୍ଦାଙ୍କ ସହ ଛାଡପତ୍ର ନିଶ୍ଚିତ? ପୁଅ ସହିତ ଫ୍ୟାମିଲି କୋର୍ଟରେ ପହଞ୍ଚିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ଗତ ବର୍ଷ, ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଛାଡପତ୍ର ନେଇ ଖୁବ୍‌ ଗୁଜବ ଉଠିଥିଲା। ଯଦିଓ ଗଣେଶ ପୂଜା ସମୟରେ ଏମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri