ବାଲିଘାଟ ବିବାଦ ସମାଧାନ ପାଇଁ ପ୍ରଶାସନର ପଦକ୍ଷେପ

ହାଟଡିହୀ,୨୯ା୧(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ଆମ୍ବୋ-କରଗୋଳା ବୈତରଣୀ ନଦୀ ବାଲି ଘାଟ ବିବାଦ ସମାଧାନ କରିବାରେ ପ୍ରଶାସନ ପଦକ୍ଷେପ ନେଇଛି। ବାଲିଘାଟ ତହସିଲ ତରଫରୁ ୫ ବର୍ଷ ଲିଜ ସୂତ୍ରରେ ଦିଆଯାଇଛି ା ଗତ ୨୦୧୯ ମାର୍ଚ୍ଚ ମାସରୁ କରଗୋଳା ଗ୍ରାମର କିଛି ଲୋକଙ୍କ ବିରୋଧ ପାଇଁ ବାଲିଘାଟ ବନ୍ଦ ହୋଇ ରହିଥିଲା। ଲୋକଙ୍କ ଅଭିଯୋଗକୁ ବିଚାର କରାଯାଇ ପ୍ରଶାସନିକ ଅଧିକାରୀ ମାନେ ବହୁବାର ଘଟଣାସ୍ଥଳ ତଦନ୍ତ କରିଥିଲେ। ପ୍ରାୟ ୧୩ ଏକର ପରିମିତ ବାଲିଘାଟ ଏରିଆ ତହସିଲ ତରଫରୁ ମାପଚୁପ ହୋଇଥିଲେ ବି କିଛି ଲୋକ ବାଲି ଉଠାଣ ଓ ପରିବହନକୁ ଜୋର ଜବରଦସ୍ତ ବନ୍ଦ କରୁଛନ୍ତି। ଲିଜଧାରୀ ବାଇଧର ପହି ବିଭିନ୍ନ ଅଧିକାରୀଙ୍କୁ ଲିଖିତ ଭାବେ ଜଣାଇଥିଲେ ା କୌଣସି ଯଥାଯଥ କାରଣ ନ ଥାଇ କିଛି ଲୋକଙ୍କ ଏପରି କାର୍ଯକଳାପ ଦିଗରେ ପ୍ରଶାସନ ପଦକ୍ଷେପ ନେଇଛି। ୩୨ ଜଣଙ୍କ ନାମରେ ୧୦୭ ମାମଲା ଦାୟର ହୋଇଛି। ମଙ୍ଗଳବାର ଘାଟରୁ ବାଲି ଉଠାଣ ହୋଇଛି ା କେତେକ ମହିଳା ଓ ପୁରୁଷ ବାଲି ଉଠାଣକୁ ବିରୋଧ କରିଥିଲେ ା ଫଳରେ ଉପଖଣ୍ଡ ଅଧୀନ ବିଭିନ୍ନ ଥାନାର ଅଧିକାରୀ,୨ ପ୍ଲାଟୁନ ଫୋର୍ସ, ତହସିଲଦାର, ଆରଆଇ ବାଲିଘାଟରେ ପହଞ୍ଚିଥିଲେ। ୫ଜଣ ବିରୋଧକାରୀଙ୍କୁ ଥାନାରେ ଅଟକ ରଖାଯାଇଛି। କିଛି ସମୟ ପାଇଁ ପୋଲିସ ଓ ଜନତା ମଧ୍ୟରେ ମୁହାମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ସନ୍ଧ୍ୟା ହେବାରୁ ଲୋକମାନେ ପୋଲିସ ଓ ଫୋର୍ସ ଗାଡିକୁ ଟେକା ପଥର ଫିଙ୍ଗି ଭଙ୍ଗାରୁଜା କରିଛନ୍ତି। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଏଥିରେ କେତେକ ଖବରଦାତାଙ୍କ ଗାଡ଼ି ମଧ୍ୟ ଭଙ୍ଗାରୁଜା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri