ବୁଗୁଡା,୨୫ା୯(ଡି.ଏନ୍.ଏ.)- ରାଜ୍ୟର କେତେକ ବିଦ୍ୟାଳୟରେ ଏବେ ଭୂତ ଭୟ ଯୋଗୁ ଛାତ୍ରୀଛାତ୍ର ସ୍କୁଲକୁ ଆସୁ ନାହାନ୍ତି। ଏନେଇ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସମ୍ପୃକ୍ତ ଜିଲାର ଶିକ୍ଷା ଅଧିକାରୀମାନଙ୍କୁ ସଚେତନତା ସୃଷ୍ଟି କରିବା ସହ ଏହାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଞ୍ଚଳରେ ମଧ୍ୟ ଏକ ବାଳିକା ବିଦ୍ୟାଳୟ ଛାତ୍ରୀଙ୍କ ମଧ୍ୟରେ ଅସ୍ବାଭାବିକ ଆଚରଣ ଦେଖିବାକୁ ମିଳିଛି।
ପ୍ରକାଶ ଯେ, ବୁଗୁଡା ବ୍ଲକ ବାଲିପଦର ଶ୍ରୀ ରଘୁନାଥ ସ୍ବାମୀ ବାଳିକା ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀରେ ୪୩ ଓ ଦଶମରେ ୪୨ ଜଣ ଛାତ୍ରୀ ଅଧ୍ୟୟନ କରୁଛନ୍ତି। ବିଦ୍ୟାଳୟର ଜଣେ ଛାତ୍ରୀ ଅଗଷ୍ଟ ୨୫ରେ କୌଣସି କାରଣରୁ ଆତ୍ମହତ୍ୟା କରିଥିଲେ। ଏହା ପରଦିନ କେତେଜଣ ଦଶମ ଶ୍ରେଣୀ ଛାତ୍ରୀଙ୍କ ନିକଟରେ ଅସ୍ବାଭାବିକ ଆଚରଣ ଦେଖିବାକୁ ମିଳିଥିଲା। ସେବେଠାରୁ ନିୟମିତ ଭାବେ ଏପରି ଘଟଣା ଘଟୁଛି। ବିଭିନ୍ନ ସମୟରେ ଛାତ୍ରୀମାନେ ମୁଣ୍ଡ ବୁଲାଇ ଅଚେତ ହୋଇପଡୁଛନ୍ତି। ଏହା ଅଭିଭାବକ ଓ ଶିକ୍ଷୟିତ୍ରୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ସେପ୍ଟେମ୍ବର ୧୬ରେ ଦଶମ ଶ୍ରେଣୀ ପ୍ରିଟେଷ୍ଟ ପରୀକ୍ଷା ଚାଲିଥିବାବେଳେ ୮ ଛାତ୍ରୀ ମୁଣ୍ଡ ବୁଲାଇ ଅଚେତ ହୋଇଯାଇଥିଲେ। ଏପରି ବାରମ୍ବାର ଘଟିବାରୁ ପ୍ରଧାନ ଶିକ୍ଷୟିତ୍ରୀ ବୈଜୟନ୍ତୀ ମାଳା ସୁବୁଦ୍ଧି ସ୍ଥାନୀୟ ବିଇଓ ରସାନନ୍ଦ କର ଓ ଥାନା ଅଧିକାରୀଙ୍କୁ ଜଣାଇଥିଲେ। ଏବେ ଅଧିକାଂଶ ଅଭିଭାବକ ସେମାନଙ୍କ ଛାତ୍ରୀଙ୍କୁ ବିଦ୍ୟାଳୟ ଛାଡୁ ନାହାନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…
କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...
ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…
ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...
ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...
ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ…
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
Archives


