ବାଲିମେଳା ଜଳଭଣ୍ଡାରରୁ ଜଳ ନିଷ୍କାସନ ଦାବି: ସରକାରଙ୍କୁ ପୋଷ୍ଟର ମାଧ୍ୟମରେ ଚେତାବନୀ

ଚିତ୍ରକୋଣ୍ଡା, ୪।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଆଦିବାସୀ ବିପ୍ଳବୀ ଚାଷୀ ମୂଲିଆ ସଂଗଠନ ପକ୍ଷରୁ ଏକ ପୋଷ୍ଟର ମାଧ୍ୟମରେ ଶୁକ୍ରବାର ରାଜ୍ୟ ସରକାରଙ୍କୁ ଚେତାବନୀ ଦିଆଯାଇଛି। ପୋଷ୍ଟରରେ ଉଲ୍ଲେଖ କରାଯାଇଛି ଯେ, ବାଲିମେଳା ଜଳଭଣ୍ଡାରରେ ଉଚ୍ଚସ୍ତର ପର୍ଯ୍ୟନ୍ତ ଜଳ ବୃଦ୍ଧି ପାଇଛି। ଗତ ବର୍ଷ ପରି ଚଳିତ ବର୍ଷ ସ୍ବାଭିମାନ ଅଞ୍ଚଳବାସୀଙ୍କ ଫସଲ ଧାନ, ମାଣ୍ଡିଆ, ସୁଆଁ, ବିରି, ମୁଗ ଆଦି ନଷ୍ଟ ହୋଇଗଲାଣି। ଫଳରେ ଅଞ୍ଚଳବାସୀ ବହୁତ କ୍ଷତିଗ୍ରସ୍ତ ହୋଇଛନ୍ତି। ଏ ନେଇ ସରକାର କୌଣସିପ୍ରକାର ସହାୟତା ଯୋଗାଉ ନାହାନ୍ତି। ବାଲିମେଳା ଡ୍ୟାମ୍‌ରେ ଜଳସ୍ତର ବୃଦ୍ଧିକରି ଅଧିକ ବିଦ୍ୟୁତ୍‌ ଉତ୍ପାଦନ କରାଯାଉଛି। ଏହି ବିଦ୍ୟୁତ୍‌କୁ ବଡ଼ ବଡ଼ କମ୍ପାନୀକୁ ଦେଇ ସରକାର ଲାଭବାନ ହେଉଛନ୍ତି। ମାତ୍ର ଅଞ୍ଚଳବାସୀ କ୍ଷତି ସହୁଛନ୍ତି। ତୁରନ୍ତ ଡ୍ୟାମ୍‌ରୁ ପାଣି କମ୍‌ କରାଯାଉ ନ ହେଲେ ସଂଗଠନ ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ପୋଷ୍ଟର ମାଧ୍ୟମରେ ଚେତାବନୀ ଦିଆଯାଇଛି।
ପ୍ରକାଶ ଯେ, ବାଲିମେଳା ଜଳଭଣ୍ଡାରରେ ଜଳଧାରଣ କ୍ଷମତା ୧୫୧୬ ଫୁଟ ଥିବାବେଳେ ବର୍ତ୍ତମାନ ଜଳସ୍ତର ୧୫୧୪ ଫୁଟ ରହିଛି। କେବଳ ସୁଇସ୍‌ ଗେଟ୍‌ରେ ପାଣି ଛଡାଯାଉଛି। ମାତ୍ର କୌଣସି ଗେଟ ଖୋଲାଯାଇ ନାହିଁ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri