ବାଲି ଚୋରା ଚାଲାଣକୁ ରୋକିବା ପାଇଁ ଟ୍ରେଞ୍ଚ ଖୋଳିଲା ପ୍ରଶାସନ

ଆନନ୍ଦପୁର,୪।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅନ୍ତର୍ଗତ ପଦ୍ମପୁର ବୈତରଣୀ ନଦୀ ବାଲି ଘାଟରୁ ବାଲି ଚୋରା ଚାଲାଣକୁ ରୋକିବା ପାଇଁ ଆନନ୍ଦପୁର ତହସିଲ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ସଂପୃକ୍ତ ପଦ୍ମପୁର ବାଲିଘାଟ ତହସିଲ ପକ୍ଷରୁ ନିଲାମ କରାଯାଇନଥିବା ବେଳେ ବିଭିନ୍ନ ସମୟରେ ବେଧଡ଼କ ଭାବେ ଏଠାରୁ ବାଲି ମାଫିଆମାନେ ବାଲି ଚୋରା ଚାଲାଣ କରିବାରେ ସଫଳ ହେଉଛନ୍ତି। ଯଦିଓ ତହସିଲ ପକ୍ଷରୁ ଚଢାଉ କରାଯାଇ ଚୋରା ବାଲି ଗାଡ଼ିକୁ ଜବତ କରାଯିବା ଏବଂ ଜରିମାନା ଆଦାୟ କରାଯାଉଛି ତଥାପି ବାଲି ଚୋରା ଚାଲାଣ ରୋକାଯାଇପାରୁ ନାହିଁ। କେତେକ ତଳିଆ କର୍ମଚାରୀ ମୋଟା ଅଙ୍କର ହାତଗୁଞ୍ଜା ନେଇ ଏହି ବାଲି ଚୋରା ଚାଲାଣ ପରୋକ୍ଷରେ ସମର୍ଥନ କରୁଥିବାବେଳେ ଏହାକୁ ରୋକିବା ପାଇଁ ଆନନ୍ଦପୁର ତହସିଲ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରିଛନ୍ତି। ଆନନ୍ଦପୁର ତହସିଲଦାର ତପନ କୁମାର ନାୟକ ପଦ୍ମପୁର ବାଲି ଘାଟକୁ ଯାଇ ଥିବା ରାସ୍ତାରେ ଉପସ୍ଥିତ ରହି ୫ ଗୋଟି ବଡ ବଡ ଟ୍ରେଞ୍ଚ ଖୋଳିବାର ବ୍ୟବସ୍ଥା ଗ୍ରହଣ କରିଛନ୍ତି। ବାରମ୍ବାର ଚଢାଉକରି ବାଲି ଚାଲାଣ ରୋକିବା ସମ୍ଭବ ନ ହେବାରୁ ବାଧ୍ୟ ହୋଇ ଟ୍ରେଞ୍ଚ ଖୋଳାଯିବାର ବ୍ୟବସ୍ଥା ଗ୍ରହଣ କରାଯାଇଥିବା ତହସିଲଦାର ତପନ କୁମାର ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri