ବାଲି ପରିବହନକାରୀ-ଗ୍ରାମବାସୀଙ୍କ ସଂଘର୍ଷ

ଜଳେଶ୍ୱର,୧୬।୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଶିଖରପୁର ପଞ୍ଚାୟତ ଅନ୍ତର୍ଗତ କଲୋନୀସାହି ନିକଟସ୍ଥ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଅହୋରାତ୍ର ଶତାଧିକ ଟ୍ରାକ୍ଟର ଓ ଡମ୍ପର ଯୋଗେ ବାଲି ଚାଲାଣ ହେଉଥିବାରୁ ସ୍ଥାନୀୟ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି। ଏହାକୁ ନେଇ ବାଲି ପରିବହନକାରୀ ଓ କଲୋନୀସାହିର ଶତାଧିକ ବାସିନ୍ଦାଙ୍କ ମଧ୍ୟରେ ସୋମବାର ପୂର୍ବାହ୍ନ ସାଢ଼େ ୧୦ଟା ସମୟରେ ରକ୍ତାକ୍ତ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷର ୫ ଜଣ ଆହତ ହୋଇଛନ୍ତି। ବାଲି ପରିବହନକାରୀ ଗୋଷ୍ଠୀର ଶିଖରପୁର ଗ୍ରାମର ଦେବେନ୍ଦ୍ରନାଥ ନାୟକ (୪୮) ଓ ତାଙ୍କ ପୁଅ ଦୈପାୟନ ନାୟକ (୨୨)ଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଜଳେଶ୍ୱର ଜିକେ ଭଟ୍ଟର ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେହିପରି ବାଲି ପରିବହନ ଗୋଷ୍ଠୀର ଆକ୍ରମଣରେ କଲୋନୀସାହିର ବିମଳା ପାତ୍ର, ତାଙ୍କ ଝିଅ ମୀନା ଓ ବାବୁ ମୁଖୀ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଉଭୟ ଗୋଷ୍ଠୀ ପକ୍ଷରୁ ପରସ୍ପର ବିରୋଧରେ ଜଳେଶ୍ୱର ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ତେବେ ତଦନ୍ତ ପରେ ମାମଲା ରୁଜୁ କରାଯିବ ବୋଲି ପୋଲିସ କହିଛି।
ସ୍ଥାନୀୟ ଗ୍ରାମବାସୀ ଅଭିଯୋଗ କରିଛନ୍ତି ଯେ, ଗ୍ରାମ୍ୟରାସ୍ତାରେ ଟ୍ରାକ୍ଟର ଓ ଡମ୍ପର ଯୋଗେ ଅବାଧ ବାଲି ପରିବହନ କରାଯାଉଥିବାରୁ ପରିବେଶ ଉପରେ ଖରାପ ପ୍ରଭାବ ପଡୁଛି। ରାସ୍ତା ପାର୍ଶ୍ୱରେ ଗାଡିରୁ ବାଲି ଉଡି ଲୋକଙ୍କ ଘର ଉପରେ ପଡୁଛି। ଏଥିଲାଗି ଦୈନିକ ଛୋଟବଡ଼ ଦୁର୍ଘଟଣା ଘଟୁଛି। ରାସ୍ତାଦେଇ ସ୍କୁଲ ଯାଉଥିବା ଛାତ୍ରୀଛାତ୍ରଙ୍କୁ ଅଭିଭାବକମାନେ ଆଉ ଛାଡ଼ିବାକୁ ସୁରକ୍ଷିତ ମଣୁ ନାହାନ୍ତି। ରାସ୍ତା ପାର୍ଶ୍ୱରେ ଥିବା ନଳକୂପରୁ ପାଣି ଆଣିବା ବିପଦପୂର୍ଣ୍ଣ ହୋଇପଡ଼ିଛି। ସ୍ଥାନୀୟ ଅଞ୍ଚଳର ଶତାଧିକ ବାସିନ୍ଦା ପୂର୍ବରୁ ପ୍ରଶାସନ ଓ ପୋଲିସ ନିକଟରେ ବହୁବାର ଏ ନେଇ ଅଭିଯୋଗ କରି ଆସିଛନ୍ତି। ଏଥିପ୍ରତି କେହି ଦୃଷ୍ଟି ନ ଦେବାରୁ ଆଜି ଏଭଳି ସଂଘର୍ଷ ଘଟିଛି । ପୋଲିସ ଓ ପ୍ରଶାସନ ତୁରନ୍ତ ପ୍ରତିକାର ନ କଲେ ଜନଆନ୍ଦୋଳନ କରାଯିବ ବୋଲି ପଞ୍ଚାୟତବାସୀ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri