ବାଲି ପରିବହନକାରୀ-ଗ୍ରାମବାସୀଙ୍କ ସଂଘର୍ଷ

ଜଳେଶ୍ୱର,୧୬।୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଶିଖରପୁର ପଞ୍ଚାୟତ ଅନ୍ତର୍ଗତ କଲୋନୀସାହି ନିକଟସ୍ଥ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଅହୋରାତ୍ର ଶତାଧିକ ଟ୍ରାକ୍ଟର ଓ ଡମ୍ପର ଯୋଗେ ବାଲି ଚାଲାଣ ହେଉଥିବାରୁ ସ୍ଥାନୀୟ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି। ଏହାକୁ ନେଇ ବାଲି ପରିବହନକାରୀ ଓ କଲୋନୀସାହିର ଶତାଧିକ ବାସିନ୍ଦାଙ୍କ ମଧ୍ୟରେ ସୋମବାର ପୂର୍ବାହ୍ନ ସାଢ଼େ ୧୦ଟା ସମୟରେ ରକ୍ତାକ୍ତ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷର ୫ ଜଣ ଆହତ ହୋଇଛନ୍ତି। ବାଲି ପରିବହନକାରୀ ଗୋଷ୍ଠୀର ଶିଖରପୁର ଗ୍ରାମର ଦେବେନ୍ଦ୍ରନାଥ ନାୟକ (୪୮) ଓ ତାଙ୍କ ପୁଅ ଦୈପାୟନ ନାୟକ (୨୨)ଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଜଳେଶ୍ୱର ଜିକେ ଭଟ୍ଟର ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେହିପରି ବାଲି ପରିବହନ ଗୋଷ୍ଠୀର ଆକ୍ରମଣରେ କଲୋନୀସାହିର ବିମଳା ପାତ୍ର, ତାଙ୍କ ଝିଅ ମୀନା ଓ ବାବୁ ମୁଖୀ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଉଭୟ ଗୋଷ୍ଠୀ ପକ୍ଷରୁ ପରସ୍ପର ବିରୋଧରେ ଜଳେଶ୍ୱର ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ତେବେ ତଦନ୍ତ ପରେ ମାମଲା ରୁଜୁ କରାଯିବ ବୋଲି ପୋଲିସ କହିଛି।
ସ୍ଥାନୀୟ ଗ୍ରାମବାସୀ ଅଭିଯୋଗ କରିଛନ୍ତି ଯେ, ଗ୍ରାମ୍ୟରାସ୍ତାରେ ଟ୍ରାକ୍ଟର ଓ ଡମ୍ପର ଯୋଗେ ଅବାଧ ବାଲି ପରିବହନ କରାଯାଉଥିବାରୁ ପରିବେଶ ଉପରେ ଖରାପ ପ୍ରଭାବ ପଡୁଛି। ରାସ୍ତା ପାର୍ଶ୍ୱରେ ଗାଡିରୁ ବାଲି ଉଡି ଲୋକଙ୍କ ଘର ଉପରେ ପଡୁଛି। ଏଥିଲାଗି ଦୈନିକ ଛୋଟବଡ଼ ଦୁର୍ଘଟଣା ଘଟୁଛି। ରାସ୍ତାଦେଇ ସ୍କୁଲ ଯାଉଥିବା ଛାତ୍ରୀଛାତ୍ରଙ୍କୁ ଅଭିଭାବକମାନେ ଆଉ ଛାଡ଼ିବାକୁ ସୁରକ୍ଷିତ ମଣୁ ନାହାନ୍ତି। ରାସ୍ତା ପାର୍ଶ୍ୱରେ ଥିବା ନଳକୂପରୁ ପାଣି ଆଣିବା ବିପଦପୂର୍ଣ୍ଣ ହୋଇପଡ଼ିଛି। ସ୍ଥାନୀୟ ଅଞ୍ଚଳର ଶତାଧିକ ବାସିନ୍ଦା ପୂର୍ବରୁ ପ୍ରଶାସନ ଓ ପୋଲିସ ନିକଟରେ ବହୁବାର ଏ ନେଇ ଅଭିଯୋଗ କରି ଆସିଛନ୍ତି। ଏଥିପ୍ରତି କେହି ଦୃଷ୍ଟି ନ ଦେବାରୁ ଆଜି ଏଭଳି ସଂଘର୍ଷ ଘଟିଛି । ପୋଲିସ ଓ ପ୍ରଶାସନ ତୁରନ୍ତ ପ୍ରତିକାର ନ କଲେ ଜନଆନ୍ଦୋଳନ କରାଯିବ ବୋଲି ପଞ୍ଚାୟତବାସୀ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ…

ସୌମ୍ୟଙ୍କ ସାଙ୍ଗ ଭୂମିକା ତଦନ୍ତ ପରିସର: କ୍ରାଇମବ୍ରାଞ୍ଚ ଡିଆଇଜି

ଭୁବନେଶ୍ୱର,୨୮।୫: କ୍ରାଇମବ୍ରାଞ୍ଚ ଡିଆଇଜି ବି. ଗଙ୍ଗାଧର ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଏକ ବଡ଼ ସୂଚନା ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲାରେ ଆହୁରି ୧୦ଜଣ ଅଭିଯୁକ୍ତ…

ଅର୍ଦ୍ଧନିର୍ମିତ ବ୍ରିଜ୍ ପାଇଁ ବିପଦରେ ଲୋକଙ୍କ ଜୀବନ, ସମାଧାନ ପାଇଁ ପ୍ରଶାସନକୁ ଦାବି କଲେ ସ୍ଥାନୀୟ ବାସିନ୍ଦା

ଛତ୍ରପୁର,୨୮।୫(ଦିଲ୍ଲୀପ ସାମଲ) : ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ବିକାଶମୂଳକ ପଦକ୍ଷେପ ନେଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

ସରକାରୀ ଅଫିସରେ ବି ଅସୁରକ୍ଷିତ ମହିଳା! DRDA ଲେଡିଜ୍‌ ୱାସରୁମରୁ ଲାଗିଥିଲା ସିକ୍ରେଟ କ୍ୟାମେରା

ତିର୍ତ୍ତୋଲ,୨୮।୫(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସରୁମରୁ ସିକ୍ରେଟ କ୍ୟାମେରା ଜବତ ହୋଇଛି । ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri