ବାଲୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ନିଃଶୁଳ୍କ ରୋଗ ନିରୂପଣ କେନ୍ଦ୍ରରେ ତାଲା; ଘରୋଇ କେନ୍ଦ୍ର ଉପରେ ନିର୍ଭରକରି ରୋଗୀ ଶୋଷଣର ଶିକାର

ବାଲୁଗାଁ,୧୨ା୭ (ଡି.ଏନ.ଏ.): ସ୍ବାସ୍ଥ୍ୟ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଖାମଖିଆଲି ମନୋଭାବ ହେତୁ ବାଲୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଟି ସମ୍ପ୍ରତି ବହୁବିଧ ସମସ୍ୟା ଦେଇ ଗତି କରୁଛି| ଦୀର୍ଘବର୍ଷ ହେଲା ଏଠାରେ ଡାକ୍ତର ସମସ୍ୟା ଲାଗିରହିଥିବାରୁ ରୋଗୀମାନେ ଚିକିତ୍ସା ସେବାରୁ ବଞ୍ଚତ୍ତ ହେଉଛନ୍ତି ା ଅନ୍ୟପକ୍ଷରେ ଡାକ୍ତରଖାନା ପରିସରରେ ଥିବା ନିଦାନ-ନିଃଶୁଳ୍କ ରୋଗ ନିରୂପଣ ସେବା କେନ୍ଦ୍ରଟି ସର୍ବଦା ତାଲା ଝୁଲୁଥିବା ଦେଖାଦେଇଛି ା ଫଳରେ ରୋଗୀ ବାଧ୍ୟ ହୋଇ ଘରୋଇ ନିରୂପଣ କେନ୍ଦ୍ର ଉପରେ ନିର୍ଭର କରି ଆର୍ଥିକ ଶୋଷଣର ଶିକାର ହେଉଛନ୍ତି।
ପ୍ରକାଶ ଯେ, ରୋଗୀଙ୍କୁ ନିଃଶୁଳ୍କ ଓ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ରାଜ୍ୟ ସରକାର ବିଭିନ୍ନ ଜନହିତକର ଯୋଜନା ପ୍ରଣୟନ କରିଛନ୍ତି ା ହେଲେ ବାଲୁଗାଁ ଡାକ୍ତରଖାନାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି ା ୧୬ଶଯ୍ୟା ବିଶିଷ୍ଟ ଏହି ସ୍ବାସ୍ଥ୍ୟ କେନ୍ଦ୍ର ଉପରେ ଆଖପାଖ ଗ୍ରାମର ପ୍ରାୟ ୨ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ ନିର୍ଭର କରିଥାନ୍ତି। ଏହାଛଡା ରାଜପଥରେ ଦୁର୍ଘଟଣା ଘଟିଲେ ଜରୁରିକାଳୀନ ଚିକିତ୍ସା ସେବା ନିମନ୍ତେ ପ୍ରାୟ ୨୦ କିଲୋମିଟର ଦୂରରୁ ଆହତଙ୍କୁ ବାଲୁଗାଁ ଡାକ୍ତରଖାନା ଅଣାଯାଇଥାଏ ା ଏପରିସ୍ଥଳେ ଏଠାରେ ରୋଗୀଙ୍କ ଚିକିତ୍ସା ନିମନ୍ତେ ଆବଶ୍ୟକ ଡାକ୍ତର ଓ ଆନୁଷଙ୍ଗିକ ଯନ୍ତ୍ରାଂଶ ଉପଲବ୍ଧ ନ ଥିବାରୁ ବହୁ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଛି ା ବହୁବିଧ ସମସ୍ୟା ହେତୁ ଡାକ୍ତରଖାନାଟି ଏକପ୍ରକାର ଅଚଳ ଅବସ୍ଥାକୁ ଆସିଗଲାଣି ା ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ହେଉଛି ଡାକ୍ତରଖାନା ପରିସରରେ ଦୀର୍ଘଦିନ ହେଲା ଏକ ନିଃଶୁଳ୍ପ ରୋଗ ନିରୂପଣ କେନ୍ଦ୍ର ଖୋଲାଯାଇଛି ା ଏଠାରେ ୪୦ଗୋଟି ରୋଗ ନିରୂପଣ ପାଇଁ ରୋଗୀ ମାଗଣାରେ ସେବା ପାଇପାରିବେ ବୋଲି ଫଳକରେ ଉଲ୍ଲେଖ ରହିଛି ା କିନ୍ତୁ ପରିତାପର ବିଷୟ ଅଦ୍ୟାବଧି ଉକ୍ତ କେନ୍ଦ୍ରଟି କାର୍ଯ୍ୟକ୍ଷମ ହୋଇ ନ ପାରି ତାଲା ଝୁଲୁଛି ା ଫଳରେ ରୋଗୀ ନିଃଶୁଳ୍ପ ସେବାରୁ ବଞ୍ଚତ୍ତ ହୋଇ ଘରୋଇ କେନ୍ଦ୍ରରେ ରୋଗ ନିରୂପଣ କରି ଆର୍ଥିକ ଶୋଷଣର ଶିକାର ହେଉଛନ୍ତି ା ଦିନକୁ ଦିନ ଏହି ସ୍ବାସ୍ଥ୍ୟକେନ୍ଦ୍ର ପ୍ରତି ରୋଗୀଙ୍କ ଭରସା ତୁଟିବାରେ ଲାଗିଛି। ସାଧାରଣ କୌଣସି ରୋଗ ପାଇଁ ସେମାନେ ଦୂରଦୂରାନ୍ତକୁ ଯିବା ଲାଗି ବାଧ୍ୟ ହେଉଛନ୍ତି ା ତୁରନ୍ତ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ନ ନେଲେ ଅଞ୍ଚଳବାସୀ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି ା ଏ ସମ୍ପର୍କରେ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ବିଜୟ ମହାପାତ୍ରଙ୍କୁ ପଚାରିବାରୁ ସେ କହିଥିଲେ, ଉକ୍ତ ନିରୂପଣ କେନ୍ଦ୍ରରେ ନୂତନ ଭାବେ ଲଗାଯାଇଥିବା ଅଟୋ ଆନାଲାଇଜର ଯନ୍ତ୍ରାଂଶ ଚଳାଇବା ପାଇଁ ଅଭିଜ୍ଞ ଟେକ୍‌ନିସିଆନ୍‌ ନ ଥିଲେ ା ଇତି ମଧ୍ୟରେ ଟେକ୍‌ନିସିଆନଙ୍କ ପ୍ରଶିକ୍ଷଣ ସମାପ୍ତି ହୋଇଛି ା ସୋମବାରଠାରୁ କାର୍ଯ୍ୟରେ ଯୋଗଦେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri