ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ଅବ୍ୟବସ୍ଥା ଘଟଣା: ଉଚ୍ଚସ୍ତରୀୟ ତଦନ୍ତ କମିଟି ଗଠନ ପାଇଁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩ା୧(ବ୍ୟୁରୋ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ଅବ୍ୟବସ୍ଥା ସମ୍ପର୍କରେ ଉଚ୍ଚସ୍ତରୀୟ ତଦନ୍ତ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। ବୁଧବାର କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ଅବ୍ୟବସ୍ଥା ସମ୍ପର୍କରେ ଅସନ୍ତୋଷ ପ୍ରକାଶ କରି ଧାରଣାରେ ବସିଥିଲେ। ଘଟଣା ସମ୍ପର୍କରେ ଅବଗତ ହେବା ପରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀଙ୍କ ସହ ବ୍ୟକ୍ତିଗତ ଭାବେ ଆଲୋଚନା କରିଥିଲେ। ଆଲୋଚନା ପରେ ଏ ବିଷୟରେ ତଦନ୍ତ କରିବା ପାଇଁ ମନ୍ତ୍ରୀ ଦାସ ସ୍ବାସ୍ଥ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାସହ ସ୍ବାସ୍ଥ୍ୟସେବା ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ଅଧିକାରୀ କମିଟି ଗଠନ କରି ଘଟଣାର ପଙ୍ଖାନୁପୁଙ୍ଖ ତଦନ୍ତ ସହ ସଂପୃକ୍ତ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ୩ ଦିନ ମଧ୍ୟରେ ଏହାର ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିବାକୁ ମନ୍ତ୍ରୀ କହିଛନ୍ତି। ରିପୋର୍ଟ ମିଳିବା ପରେ ନିଜେ ସ୍ବାସ୍ଥ୍ୟମନ୍ତ୍ରୀ ବାଲେଶ୍ୱର ଗସ୍ତ କରି ସମସ୍ୟାର ତୁରନ୍ତ ସମାଧାନ ଦିଗରେ ପଦକ୍ଷେପ ଗ୍ରହଣ କରିବେ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ତିନି ରଥରେ ଦର୍ଶନ ଦଲେ ଶ୍ରୀଜୀଉ

କର୍ଲାମୁଣ୍ଡା,୧୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା ବସ୍ତିଠାରେ ଭକ୍ତଙ୍କ ସମାଗମରେ ମହାପ୍ରଭୁ…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ରଥଟଣା ବେଳେ ଅଘଟଣ: ଶଳାକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଭିଣୋଇ, ଦଳାଚକଟାରେ ଜଣେ ଆହତ

ପୁରୁଷୋତ୍ତମପୁର, ୧୬।୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ରଥଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ରଥଟଣା ଚାଲିଥିବା ବେଳେ ପାରିବାରିକ…

କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା

ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri