ବାଲେଶ୍ୱର ସ୍ବାସ୍ଥ୍ୟବିକାଶ ସମିତିର ପ୍ରଥମ ବୈଠକ : ‘ଏଫ୍‌ଏମ୍‌ ମେଡିକାଲ କଲେଜ ସମସ୍ୟାର ସମାଧାନ ହେବ’

କଟକ ଅଫିସ,୧୩ା୯: ବାଲେଶ୍ୱରରେ ସ୍ବାସ୍ଥ୍ୟସେବାକୁ ନେଇ ପ୍ରଥମ ସ୍ବାସ୍ଥ୍ୟ ବିକାଶ ସମିତି ସାଧାରଣ ବୈଠକ ଗୁରୁବାର କଟକସ୍ଥିତ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆରଡିସି)ଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଆରଡିସି ଅନିଲ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଯୋଗଦେଇ ବାଲେଶ୍ୱରର ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ତେବେ ଖୁବ୍‌ଶୀଘ୍ର ସ୍ବାସ୍ଥ୍ୟସେବା ସମସ୍ୟାର ସମାଧାନ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ କହିଛନ୍ତି।
ବୈଠକରେ ଫକୀର ମୋହନ ମେଡିକାଲ କଲେଜ ଅବସ୍ଥା ଶୋଚନୀୟ ହୋଇପଡ଼ିଥିବାବେଳେ ସେଠାରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନାହାନ୍ତି। ଫଳରେ ଏହି ଡାକ୍ତରଖାନାରୁ ଲୋକମାନେ ଠିକ୍‌ ଭାବେ ସେବା ପାଇପାରୁନାହାନ୍ତି। ଜିଲାବାସୀ ଚିକିତ୍ସା ପାଇଁ କଟକ ଆସିବା ସହ ଅସୁବିଧାରେ ପଡୁଛନ୍ତି। ତେଣୁ ଖୁବ୍‌ଶୀଘ୍ର ଏହି ସମସ୍ୟା ଦୂର କରିବା ପାଇଁ ପଦକ୍ଷେପ ନେବାର ସମୟ ଆସିଛି ବୋଲି କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ କହିଛନ୍ତି। କେବଳ ମେଡିକାଲ କଲେଜ ନୁହେଁ ବରଂ ଜିଲାରେ ମୋଟ୍‌ ୩୦୦ ଡାକ୍ତରଙ୍କ ଆବଶ୍ୟକତା ଥିବାବେଳେ ଏବେ ୧୮୦ ଜଣ ଅଛନ୍ତି। ଡାକ୍ତର ପଦବୀ ପୂରଣ କରାଯିବା ଉପରେ ଗୁରୁତ୍ୱ ଦିଆଯିବା ସହ ଫକୀର ମୋହନ ମେଡିକାଲର ରୂପରେଖ ବଦଳାଇବାକୁ ଉଦ୍ୟମ ହେବ ବୋଲି ସେ କହିଛନ୍ତି। ଏହି ମେଡିକାଲ କଲେଜର ଷ୍ଟାଫ ସମସ୍ୟା, ପାରାମେଡିକାଲ କର୍ମଚାରୀ, ଆବଶ୍ୟକ ଭିତ୍ତିଭୂମି ନ ଥିବାବେଳେ ଏହାର ବିକାଶ ପାଇଁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା। ମେଡିକାଲରେ ରୋଗୀମାନଙ୍କୁ କିଭଳି ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ, ନିରକ୍ଷର ରୋଗୀମାନଙ୍କ ପାଇଁ ହେଲ୍ପ ଡେସ୍କ କରାଯାଇ ସେମାନଙ୍କ ରୋଗ ମୁତାବକ ବିଭାଗକୁ ପରାମର୍ଶ ଦିଆଯିବା ନେଇ ବୈଠକରେ ଆଲୋଚନା କରାଯାଇଥିଲା। ବୈଠକରେ ସ୍ବାସ୍ଥ୍ୟ ବିକାଶ ସମିତିର ନିୟମାବଳୀ ପାଠ କରାଯିବା ସହ ବ୍ୟୟ ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରାଯାଇଥିଲା। ଅନ୍ୟପକ୍ଷରେ ଏହି ନୂତନ ମେଡିକାଲ କଲେଜ ଓ ହସ୍ପିଟାଲ ଅଲଗା ଥିବାରୁ ଡାକ୍ତରୀ ଶିକ୍ଷା ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କ ଲାଗି ପ୍ରାକ୍ଟିକାଲ କରିବାରେ ସମସ୍ୟା ସୃଷ୍ଟି ହେଉଛି ବୋଲି ବୈଠକରେ ମତପ୍ରକାଶ ପାଇଥିଲା। ସରକାରଙ୍କ ସମସ୍ତ ଅନୁଦାନ ମେଡିକାଲ ପାଇଁ ଖର୍ଚ୍ଚ କରାଯାଉଥିବାରୁ ମେଡ଼ିକାଲ କଲେଜ ଅବହେଳିତ ହେଉଛି ବୋଲି କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ କହିଛନ୍ତି। ତେବେ ଡାକ୍ତରଖାନା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମେଡିକାଲ ପରିସର ଅପରିଷ୍କାର ହୋଇଥିବାବେଳେ ଏଠାରେ ସଂକ୍ରମଣର ଆଶଙ୍କା ରହିଛି। ଆବଶ୍ୟକ ସଫେଇ କର୍ମଚାରୀଙ୍କୁ ତୁରନ୍ତ ନିଯୁକ୍ତି ଦେବାକୁ କେନ୍ଦ୍ରମନ୍ତ୍ରୀ କହିଥିଲେ। ଏହି ବୈଠକରେ ବାଲେଶ୍ୱର ଜିଲାପାଳ ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ସମେତ ଫକୀରମୋହନ ମେଡିକାଲ କଲେଜର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri