ବାଲ୍ୟବିବାହ ଅଭିଯୋଗ ପାଇ ପ୍ରଶାସନର ଚଢାଉ

ଦିଗପହଣ୍ଡି,୨ା୩(ଡି.ଏନ୍‌.ଏ.) ଦିଗପହଣ୍ଡି ବ୍ଲକର ଏକ ଗାଁରେ ବାଲ୍ୟବିବାହ ପାଇଁ ପ୍ରସ୍ତୁତି ଚାଲିଥିବା ରାଜ୍ୟ ମହିଳା ଓ ଶିଶୁକଲ୍ୟାଣ ବିଭାଗ ନିକଟରେ ଅଭିଯୋଗ ହୋଇଥିଲା। ରବିବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଜିଲା ସମାଜ ମଙ୍ଗଳ ଅଧିକାରୀ ମନୋରମା ରେଡ୍ଡୀ ଅଭିଯୋଗର ତୁରନ୍ତ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ପାଇଁ ଜିଲା ଶିଶୁ ସୁରକ୍ଷା ଅଧିକାରୀ ୟୁନିଟ କର୍ତ୍ତୃପକ୍ଷ ଓ ଦିଗପହଣ୍ଡି ସିଡିପିଓ ଯଶୋବନ୍ତି ସାହୁଙ୍କ ସମେତ ବ୍ରହ୍ମପୁର ଚାଇଲ୍ଡ ଲାଇନ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସିଡିପିଓ ସାହୁଙ୍କ ନେତୃତ୍ୱରେ ଛତ୍ରପୁରସ୍ଥିତ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ର ସଂଯୋଜକ ଶିବ ପ୍ରସାଦ ରଥ, ବ୍ରହ୍ମପୁର ଚାଇଲ୍ଡ ଲାଇନ କର୍ମଚାରୀ ବଳରାମ ମଲ୍ଲିକ, ଦିଗପହଣ୍ଡି ଥାନା ଏସ୍‌ଆଇ ମଧୁସ୍ମିତା ପ୍ରଧାନ, ମାଧବ ଚନ୍ଦ୍ର ଟାକରୀ ପ୍ରମୁଖ ଉକ୍ତ ଗଁାରେ ପହଞ୍ଚତ୍ ସବିଶେଷ ତଦନ୍ତ କରିଥିଲେ। ଗ୍ରାମ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କୁ ଡକାଯାଇ ଯୁବତୀଙ୍କ ପ୍ରବେଶିକା ରେକର୍ଡ ତନଖି କରାଯାଇଥିଲା। ଜନ୍ମ ପ୍ରମାଣ ପତ୍ର ଅନୁଯାୟୀ ତାଙ୍କୁ ୧୮ ବର୍ଷ ୨ ମାସ ହୋଇଥିବା ଜଣାପଡିଥିଲା। ସୋମବାର ଯୁବତୀଙ୍କ ବିବାହ ପ୍ରସ୍ତୁତି ସରିଥିବାବେଳେ ଏଭଳି ନିରାଧାର ଅଭିଯୋଗ ଓ ପୋଲିସ ଏବଂ ପ୍ରଶାସନିକ ଅଧିକାରୀଙ୍କୁ ଦେଖି ଯୁବତୀଙ୍କ ମା’ ଚେତାଶୂନ୍ୟ ହୋଇ ପଡ଼ିଥିଲେ। ପରେ ପୋଲିସ ଓ ପ୍ରଶାସନିକ ଅଧିକାରୀ ମାନେ ବାଲ୍ୟ ବିବାହ ଆଇନ ସମ୍ପର୍କରେ ପରିବାର ଲୋକଙ୍କୁ ବୁଝାଶୁଝା କରି ସନ୍ଧ୍ୟାରେ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ।…

ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri