ବାଲ୍ୟ ବିବାହ ସୂଚନା ଦେଲେ ମିଳିବ ପୁରସ୍କାର

ଛତ୍ରପୁର,୮ା୧୨(ଡି.ଏନ.ଏ)-ବାଲ୍ୟ ବିବାହ ଏକ ବଡ଼ ସାମାଜିକ ସମସ୍ୟା ଓ କୁସଂସ୍କାର। ବାଲ୍ୟ ବିବାହ ସମ୍ପର୍କରେ ଯେ କେହି ସୂଚନା ଦେଲେ ତାଙ୍କୁ ଜିଲା ପ୍ରଶାସନ ପକ୍ଷରୁ ୫ ହଜାର ଟଙ୍କା ପୁରସ୍କାର ଦିଆଯିବ। ଏଥିସହ ସୂଚନାଦାତାଙ୍କ ନାଁ ଗୋପନ ରଖାଯିବ। ନିର୍ଭୟ କଢ଼ି ଓ କିଶୋରୀଙ୍କୁ ସୁରକ୍ଷା ନେଇ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ଗଞ୍ଜାମ ଜିଲା ଟାସ୍କଫୋର୍ସ କମିଟି ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହା କହିଛନ୍ତି। ବାଲ୍ୟ ବିବାହକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଓ କିଶୋରୀମାନଙ୍କୁ ସଶକ୍ତ କରିବା ନିର୍ଭୟ କଢ଼ି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ା ଏହା ମାଧ୍ୟମରେ ପ୍ରତ୍ୟେକ ଗାଁରେ ତୃଣମୂଳ ସ୍ତରରେ ସଚେତନତା କାର୍ଯ୍ୟକ୍ରମ କରି ବାଲ୍ୟ ବିବାହକୁ ସମ୍ପୂର୍ଣ୍ଣ ଦୂର କରିବାକୁ ପଡିବ। ବିଦ୍ୟାଳୟସ୍ତରରେ ପ୍ରାର୍ଥନା ପରେ ଏହି ଯୋଜନା ସମ୍ପର୍କରେ ପିଲାଙ୍କୁ ଶିକ୍ଷକମାନେ ଅବଗତ କରାଇବେ ା ସମସ୍ତ ବିଦ୍ୟାଳୟ ପାଚେରି କାନ୍ଥରେ ‘ବାଲ୍ୟ ବିବାହକୁ ନା’ ବାର୍ତ୍ତା ସହିତ ଜିଲା ପ୍ରଶାସନକୁ ଅଭିଯୋଗ ନିମନ୍ତେ ମୋବାଇଲ୍‌ ନଂ.୯୪୩୭୫୬୩୮୦୦ ଏବଂ ଚାଇଲ୍ଡ ଲାଇନ ହେଲ୍ପ୍ପ ନଂ.୧୦୯୮ ଲେଖିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଣିକି ବିବାହ ପୂର୍ବରୁ ଅଙ୍ଗନୱାଡିକର୍ମୀଙ୍କ ନିକଟରେ ଆଧାର କାର୍ଡ ନକଲ ଦାଖଲ ସହ ଏଚଆଇଭି ପରୀକ୍ଷା କରିବା ବାଧ୍ୟତାମୂଳକ ହେବ। ଶିଶୁ ବିକାଶ ପ୍ରକଳ୍ପ ତଥା ବାଲ୍ୟ ବିବାହ ନିରୋଧ ଅଧିକାରୀ, ଜିଲା ଶିଶୁ ସୁରକ୍ଷା ଅଧିକାରୀ , ଜିଲା ସମାଜ ମଙ୍ଗଳ ଅଧିକାରୀ, ଚାଇଲ୍ଡ ଲାଇନ୍‌, ପୋଲିସ ଓ ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ ସହାୟତାରେ ଗତ ୩ ମାସ ମଧ୍ୟରେ ୮ ଟି ଏବଂ ଚଳିତବର୍ଷ ଜାନୁୟାରୀରୁ ଏ ପର୍ଯ୍ୟନ୍ତ ୩୮ ବାଲ୍ୟ ବିବାହକୁ ରୋକା ଯାଇଥିବା ସୂଚନା ଦିଆଯାଇଛି ା ବାଲ୍ୟ ବିବାହ ରୋକିବାରେ ଅଙ୍ଗନୱାଡି କର୍ମୀ, ସ୍ବାସ୍ଥ୍ୟ କର୍ମୀ, ପଞ୍ଚାୟତ ସ୍ତରୀୟ ଲୋକ ପ୍ରତିନିଧି ଓ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ଜିଲାପାଳ କହିଥିଲେ। ଡିସେମ୍ବର ଶେଷ ସପ୍ତାହ କିମ୍ବା ୨୦୨୦ ଜାନୁୟାରୀ ପ୍ରଥମ ସପ୍ତାହରେ ସ୍ବତନ୍ତ୍ର ଗ୍ରାମସଭା ଡକାଇ ନିର୍ଭୟ କଢି ଓ ମୋ ଗେହ୍ଲା ଝିଅ ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବେ ବୋଲି କୁହାଯାଇଛି । ବୈଠକରେ ଜିଲା ମୁଖ୍ୟ ଚିକିସତ୍ାଧିକାରୀ ଡା. ବିଜୟ କୁମାର ପାଣିଗ୍ରାହୀ, ଜିଲା ସମାଜ ମଙ୍ଗଳ ଅଧିକାରୀ ମନୋରମା ରେଡ୍ଡୀ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଶୁଭ୍ରାଂଶୁ ମହାରଣା, ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁବୋଧ ଷଡଙ୍ଗୀ, ଜିଲା ପଞ୍ଚାୟତ ଅଧିକାରୀ ଧର୍ମାନନ୍ଦ ସେଠିଆ, ଶିଶୁ ମଙ୍ଗଳ କମିଟି ସଦସ୍ୟ ସିଏଚ୍‌ ଜ୍ୟୋତି, ଏଡିଏମଓ ଡା. ଭି ସରୋଜିନୀ ଦେବୀ, ଡିପିଏମ୍‌ ଶ୍ୟାମ ସୁନ୍ଦର ତ୍ରିପାଠୀ, ଜିଲା ସ୍ବଳ୍ପ ସଞ୍ଚୟ ଅଧିକାରୀ ଶଙ୍କର୍ଷଣ ପଟ୍ଟନାୟକଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri