Posted inଜାତୀୟ

ବାଲ୍‌ ଠାକ୍‌ରେଙ୍କ ଶ୍ରାଦ୍ଧବାର୍ଷିକୀରେ ରାଜନୀତି

ମୁମ୍ବାଇ,୧୮ା୧୧(ପି.ଟି.): ଶିବସେନା ପ୍ରତିଷ୍ଠାତା ବାଲ୍‌ ଠାକ୍‌ରେଙ୍କ ସପ୍ତମ ଶ୍ରାଦ୍ଧବାର୍ଷିକୀରେ ରବିବାର ଉଭୟ ଭାଜପା ଓ ଶିବସେନା ନେତାମାନେ ଶିବାଜୀ ପାର୍କ ଯାଇ ତାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ତେବେ ଉଭୟ ଦଳର ନେତା ପରସ୍ପରଠାରୁ ଦୂରେଇ ରହିବାକୁ ଉଦ୍ୟମ କରୁଥିବା ଦେଖାଯାଇଥିଲା। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ ଶ୍ରଦ୍ଧାଞ୍ଜଳି ଦେବାକୁ ଯାଇଥିଲାବେଳେ କେତେଜଣ ଶିବସେନା କର୍ମୀ ତାଙ୍କର ନିର୍ବାଚନ ବେଳର ସ୍ଲୋଗାନ ଦେଇଥିଲେ। ସେ କୌଣସି ପ୍ରତିକ୍ରିୟା ନ ଦେଖାଇ ସେଠାରୁ ଫେରିଥିଲେ। ଫଡ୍‌ନବିସ ଓ ଅନ୍ୟ ଭାଜପା ନେତାମାନେ ଯାଇଥିଲାବେଳେ ଶିବାଜୀ ପାର୍କରେ ଉଦ୍ଧବ ଠାକ୍‌ରେଙ୍କ ବ୍ୟକ୍ତିଗତ ସହକାରୀ ମିଲିନ୍ଦ ନର୍ଭେକରଙ୍କ ବ୍ୟତୀତ ଶିବସେନାର କୌଣସି ନେତା ନ ଥିଲେ। ଶିବସେନା ନେତାମାନେ ପୂର୍ବାହ୍ନ ୧୦ଟାରୁ ୧୨ଟା ମଧ୍ୟରେ ଶିବାଜୀ ପାର୍କ ଯାଇଥିଲାବେଳେ ଫଡ୍‌ନବିସ, ବିନୋଦ ତାଓ୍ବଡେ, ପଙ୍କଜା ମୁଣ୍ଡେ ପ୍ରମୁଖ ଅପରାହ୍ନ ୧ଟା ପରେ ଯାଇଥିଲେ। ପୂର୍ବାହ୍ନରେ ଉଦ୍ଧବ ଠାକ୍‌ରେଙ୍କ ସହ ତାଙ୍କ ପରିବାର ସଦସ୍ୟ, ନବନିର୍ବାଚିତ ଶିବସେନା ବିଧାୟକ ଓ ଦଳର ଅନ୍ୟ ନେତାମାନେ ଯାଇ ବାଲାସାହେବଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ସୂଚନାଯୋଗ୍ୟ, ଉଭୟ ଦଳ ମିଳିତ ଭାବେ ବିଧାନସଭା ନିର୍ବାଚନ ଲଢ଼ିଥିଲାବେଳେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ମତାନ୍ତର ହେବାରୁ ଶିବସେନା ଭାଜପାଠାରୁ ସମ୍ପର୍କ ଛିନ୍ନ କରିଛି। ସରକାର ଗଠନ ଲାଗି ଶିବସେନା ଏବେ କଂଗ୍ରେସ ଏବଂ ଏନ୍‌ସିପି ସହ ଆଲୋଚନା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ…

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri