ବାଳକରେ ପିଟ୍‌ବୁଲ୍‌ସ, ବାଳିକାରେ ଚ୍ୟାଲେଞ୍ଜର୍ସ ଚାମ୍ପିୟନ୍‌

ବ୍ରହ୍ମପୁର ଅଫିସ୍‌,୨୬ା୪- ବ୍ରହ୍ମପୁର ଷ୍ଟାଡିୟମ୍‌ରେ ଗତ ୩ ଦିନ ହେଲା ଚାଲିଥିବା ପ୍ରଥମ ବ୍ରହ୍ମପୁର ଗ୍ରୀଷ୍ମକାଳୀନ ବାସ୍କେଟବଲ୍‌ ଲିଗ୍‌ ଗୁରୁବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି। ବାଳକ ବର୍ଗରେ  ୪ଟି ଦଳ ଭାଗ ନେଇଥିଲେ।  ଫାଇନାଲ୍‌ ମ୍ୟାଚ୍‌ ବ୍ରହ୍ମପୁର ପିଟ୍‌ବୁଲ୍‌ସ ଏବଂ ବ୍ରହ୍ମପୁର ହୁପ୍‌ଷ୍ଟର୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ପିଟବୁଲ୍‌ସ ୬୪-୪୫ ପଏଣ୍ଟ୍‌ରେ ଜିତି ଚାମ୍ପିୟନ୍‌ ହୋଇଛି। ବାଳବ ବର୍ଗର ତୃତୀୟ ଏବଂ ଚତୁର୍ଥ ସ୍ଥାନ ପାଇଁ ବ୍ରହ୍ମପୁର ଉରି ଏବଂ ବ୍ରହ୍ମପୁର ପାଣ୍ଡବସ୍‌ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ଉରି ୩୫-୧୧ ପଏଣ୍ଟରେ ପାଣ୍ଡବସ୍‌ଙ୍କୁ ପରାସ୍ତ କରିଥିଲା। ସେହିଭଳି ବାଳିକା ବର୍ଗର ଫାଇନାଲ୍‌ ରୟାଲ୍‌ ଚ୍ୟାଲେଞ୍ଜର୍ସ ବ୍ରହ୍ମପୁର ଏବଂ ବ୍ରହ୍ମପୁର ରକର୍ସ ମଧ୍ୟରେ ଖେଳାଯାଇଥିଲା। ରୟାଲ୍‌ ଚ୍ୟାଲେଞ୍ଜର୍ସ ୨୭-୧୪ ପଏଣ୍ଟ୍‌ରେ ରକର୍ସଙ୍କୁ ପରାସ୍ତ କରି ଚାମ୍ପିୟନ୍‌ ହୋଇଛି। ଅନ୍ୟପଟେ ବରିଷ୍ଠ ଖେଳାଳିଙ୍କୁ ନେଇ ମାଷ୍ଟର୍ସ ମ୍ୟାଚ୍‌ ମଧ୍ୟ ଖେଳାଯାଇଥିଲା। ଏଥିରେ ମିତେନ୍‌ସ ମାଷ୍ଟର୍ସ ୪୨-୨୮ ପଏଣ୍ଟ୍‌ରେ ଲିଟୁ ମାଷ୍ଟର୍ସଙ୍କୁ ହରାଇ ଚାମ୍ପିୟନ୍‌ ହୋଇଛି। ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ଜିଲା କ୍ରୀଡ଼ା ସଂସଦ ସାଧାରଣ ସମ୍ପାଦକ ଅଶୋକ କୁମାର ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଜେଡ଼ି ଯୁବନେତା ଆର୍‌. ମୁରଲୀ ମୋହନ ଏବଂ ଲଳିତ ମଙ୍ଗରାଜ ଯୋଗଦେଇ ସଫଳ ଦଳଗୁଡ଼ିକୁ ପୁରସ୍କୃତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ପ୍ରହସନ! ଶୁଭାରମ୍ଭର ମାସେ ପରେ ବି ଜଳୁନି ଷ୍ଟ୍ରିଟ ଲାଇଟ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ଏବେ ପ୍ରହସନରେ ପରିଣତ ହୋଇଛି। ଗତ ଅଗଷ୍ଟ ୩୧ ତାରିଖରେ ସହରରେ ଷ୍ଟ୍ରିଟ ଲାଇଟ ବ୍ୟବସ୍ଥାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?