ବାହାଘରର କିଛି ଘଣ୍ଟା ପୂର୍ବରୁ ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ

ବିନିକା,୨୮ା୬(ଡି.ଏନ.ଏ.)-ବାହାଘର ପାଇଁ ସବୁ ଆୟୋଜନ ସରିଥିଲା ା ଘରେ କୁଣିଆଙ୍କ ଭିଡ଼ ଜମିଥିଲା ା ହସଖୁସି ସାଙ୍ଗକୁ ଗହଳ ଚହଳ ଲାଗିଥିଲା ା ଆଉ କିଛି ଘଣ୍ଟା ପରେ ଯୁବକ ଜଣକ ବର ହୋଇ କନ୍ୟାଘରକୁ ଯାଇଥାନ୍ତେ ା ଏଥିପାଇଁ ସରିଥିଲା ସବୁ ପ୍ରସ୍ତୁତି ା ହେଲେ ବାହାଘର ଦିନ ଯୁବକଙ୍କ ଝୁଲନ୍ତା ମୃତଦେହ ଗ୍ରାମ ନିକଟବର୍ତ୍ତୀ ସଂରକ୍ଷିତ ଜଙ୍ଗଲରୁ ଊଦ୍ଧାର ହେବା ଘଟଣା ସମ୍ପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି ା ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରୀପାଲି ବ୍ଲକ ଏସ.ରାମପୁର ଗ୍ରାମରେ ରବିବାର ଏହି ଅଭାବନୀୟ ଘଟଣା ଘଟିଯାଇଛି ା ମୃତ ଯୁବକ ହେଲେ ଭୋଜରାଜ ଓରଫ ପ୍ରସନ୍ନ ମେହେର (୪୧) ା ସେ ହେଲେ ଏସ.ରାମପୁର ମେହେରପଡାର ସ୍ବର୍ଗତ ଗିରିଜା ମେହେରଙ୍କ ପୁଅ ା ତାଙ୍କ ବାହାଘର ବରଗଡ ଜିଲା ପଦ୍ମପୁର ସହରର ଜଣେ ଯୁବତୀଙ୍କ ସହ ରବିବାର ହେବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା ା ତେବେ ଭୋର ୪ ଟାରୁ ପ୍ରସନ୍ନ ଘରୁ ଉଠି ବାଇକ୍‌ ଧରି ବାହାରକୁ ଯାଇଥିଲେ ା ସେ କୁଆଡେ ଗଲେ ପରିବାର ଲୋକେ ଖୋଜାଖୋଜି କରିଥିଲେ ହେଁ ସନ୍ଧାନ ପାଇ ନ ଥିଲେ ା କିନ୍ତୁ ସକାଳ ୧୦ଟା ବେଳେ ଏସ .ରାମପୁର ନିକଟ ସିଂଘିଯୁବା ସଂରକ୍ଷିତ ଜଙ୍ଗଲକୁ ଜାଳେଣି କାଠ ସଂଗ୍ରହ କରିବାକୁ ଯାଇଥିବା କେତେଜଣ ଲୋକ ଏକ ୟୁକାଲି ପଟାସ ଗଛରେ ଜଣେ ଯୁବକ ବେକରେ ରଶି ଲଗାଇ ଝୁଲୁଥିବା ଦେଖି ଗ୍ରାମରେ ଖବର ଦେଇଥିଲେ ା ପରେ ପୋଲିସ ଖବରପାଇ ମୃତଦେହ ଉଦ୍ଧାର କରିବା ସହ ଘଟଣାସ୍ଥଳରୁ ମୋବାଇଲ ଫୋନ ଓ ବାଇକ୍‌(ନଂ ଓଡି-୮୧-୪୭୬୯) ଜବତ କରିଥିଲା ା ପୋଲିସ ମୃତଦେହ ବିନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ା ଶୋକାକୁଳ ପରିବେଶରେ ଅପରାହ୍ନରେ ମୃତ ଯୁବକଙ୍କ ଅନ୍ତିମ ସଂସ୍କାର କରାଯାଇଛି ା ପୋଲିସ ଏକ ଅପମୃତ୍ୟୁ ମାମଲା (୧୪/୨୦ )ରୁଜୁ କରି ତଦନ୍ତ ଚଳାଇଛି ା ତେବେ ପ୍ରସନ୍ନ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ପୋଲିସ ସେଥିନେଇ ଖୋଳତାଡ କରୁଛି ା


Enter your email to get our daily news in your inbox.

All Right Reserved By Dharitri.Com

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri