ବାହାନଗା ତହସିଲ ପକ୍ଷରୁ ଉଚ୍ଛେଦ ଆରମ୍ଭ

ବାହାନଗା, ୫ା୧୦(ଡି.ଏନ.ଏ.)-ଘରୁ ବାହାରିବା ଲାଗି ରାସ୍ତା ନ ଥିବାରୁ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଓଡଶାଳ ପଞ୍ଚାୟତର ଝଳଝଳିଆ ଗ୍ରାମର ୩ ପରିବାର ଗତ ୩୦ ତାରିଖରେ ତହସିଲ ସମ୍ମୁଖରେ ଧାରଣା ଦେଇଥିଲେ। ଶୁକ୍ରବାର ତହସିଲ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅବରୋଧ କରାଯାଇଥିବା ସରକାରୀ ରାସ୍ତାରୁ ବାଡ ଉଚ୍ଛେଦ କରାଯାଇଛି।
ସେହିପରି ଗୋପାଳପୁର ବଜାରରେ ମଧ୍ୟ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ସରକାରୀ ଜମିକୁ ଜବରଦଖଲ କରି ଦୋକାନୀମାନେ ବ୍ୟବସାୟ କରୁଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି। ତେବେ ଝଳଝଳିଆ ଗ୍ରାମର ରାସ୍ତା ଅବରୋଧ ଉଚ୍ଛେଦ ସମୟରେ ବାହାନଗା ତହସିଲଦାର ଦେବଯାନୀ ଭୂୟାଁ, ମୁଖ୍ୟ କିରାଣି ମନୋରଞ୍ଜନ ବେହେରା, ଆରଆଇ, ତହସିଲର କର୍ମଚାରୀ ଓ ଅମିନ ପ୍ରମୁଖ ଉପସ୍ଥିତ ଥିଲେ। ଯେଉଁ ପରିବାର ସରକାରୀ ରାସ୍ତାରେ ଯାଇପାରୁ ନ ଥିଲେ ସେମାନଙ୍କ ଦାବିକୁ ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇ ମାପଚୁପ କରାଯିବା ପରେ ରାସ୍ତାରୁ ଅବରୋଧ ହଟାଯାଇଥିଲା। ଏହି ଘଟଣା ପରେ ଗ୍ରାମବାସୀ ପ୍ରଶାସନକୁ ସାଧୁବାଦ ଜଣାଇଛନ୍ତି। ସେହିପରି ଶୁକ୍ରବାର ବାହାନଗା ବ୍ଲକର ପ୍ରମୁଖ ବ୍ୟବସାୟୀସ୍ଥଳ ଗୋପାଳପୁର ବଜାର ଚାରିକଡରେ ପ୍ରଶାସନ ପକ୍ଷରୁ ଜବରଦଖଲ କରି ଦୋକାନ ଆଗଗୁଡିକୁ ଅବରୋଧ କରିଥିବା ସ୍ଥାନକୁ ଉଚ୍ଛେଦ କରାଯାଇଛି ା ଏଥିପାଇଁ ତହସିଲ ପକ୍ଷରୁ ଗୁରୁବାର ମାଇକ୍‌ ଯୋଗେ ଦୋକାନୀମାନଙ୍କ ଅବଗତ ନିମନ୍ତେ ପ୍ରଚାର ମାଧ୍ୟମରେ ଜଣାଇ ଦିଆଯାଇଥିଲା। ଉଚ୍ଛେଦ ସମୟରେ ପ୍ରଶାସନ ପକ୍ଷରୁ ମାଜିଷ୍ଟ୍ରେଟ ଭାବେ ବାହାନଗା ତହସିଲଦାର ଦେବଯାନୀ ଭୂୟାଁ, ଆରଆଇ, ତହସିଲ କର୍ମଚାରୀ ଓ ପୋଲିସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ଲୁଟି ନେଲେ ଟଙ୍କା ସହ ଲକ୍ଷାଧିକ ସୁନା ଅଳଙ୍କାର

ନୀଳଗିରି, ୧୫/୦୬,(ପ୍ରଶାନ୍ତ କୁମାର ବିଶ୍ବାଳ):କଳାକନା ବୁଲାଇଲେ ଦୁର୍ବୃତ୍ତ। ରବିବାର ରାତି ପ୍ରାୟ ୮ଟା ୩୦ ରୁ ୯ ଟା ୩୦ ମିନିଟ ସମୟରେ ଚୋରି ହୋଇଥିବାର ଅନୁମାନ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ନିର୍ମାଣାଧିନ ପୋଲ ତଳକୁ ଖସି ୨ ମୃତ

ନୀଳଗିରି,୧୫।୬,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ବରହମପୁର ଥାନା ଶେରଗଡ଼ ନୀଳଗିରି ଝରଣଘାଟି ରାସ୍ତା ୧୯ ନମ୍ବର ରାଜ୍ୟ ରାଜପଥର ତେଲିପାଳ ନିକଟରେ ପହିଲି ରଜ ରବିବାର…

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମର୍ମନ୍ତୁଦ ଦୁର୍ଘଟଣା: ବାପା-ଝିଅଙ୍କ ଉପରେ ମାଡ଼ିଗଲା ଟ୍ରକ, ଆଉ ତା’ପରେ…

ସୋର,୭।୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଉତ୍ତରେଶ୍ୱର ବସ୍‌ ଷ୍ଟପ୍‌ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ…

ନାବାଳିକାଙ୍କୁ ନେଇ ଚମ୍ପଟ ମାରିଲା ପ୍ରେମିକ, ପୁଅର କାରନାମା ପାଇଁ ଭିଟାମାଟି ଛାଡ଼ିଲେ ମାଆ-ବାପା

ଭୋଗରାଇ,୫।୬(ପ୍ରଦୀପ ଦାସ )ନାବାଳିକାଙ୍କୁ ନେଇ ଛୁ ମାରିଲେ ପ୍ରେମିକ । ପ୍ରେମିକା ଓ ପ୍ରେମିକଙ୍କ ପତ୍ତା ମିଳୁନଥିବାବେଳେ ପୋଲିସ ଓ ନାବାଳିକାଙ୍କ ପରିବାର ଭୟରେ ଆତ୍ମଗୋପନ କରିଛନ୍ତି…

ବାହା ବେଦୀରେ ବଦଳିଗଲା ବରଙ୍କ ମନ, ଅଧା ବାହାଘରରୁ ପ୍ରେମିକାଙ୍କୁ ଛାଡ଼ି ଚାଲିଆସିଲେ…

ବାଲେଶ୍ୱର,୪ା୬(ବାଞ୍ଛାନିଧି ଦେ): ୪ ବର୍ଷର ପ୍ରେମ ସମ୍ପର୍କ। ପ୍ରଥମେ କୋର୍ଟ ମ୍ୟାରେଜ୍‌। ତା’ପରେ ଚାଲିଥିଲା ମନ୍ଦିରରେ ବାହାଘର। ହେଲେ ବାହାବେଦୀରେ ବଦଳିଗଲା ବରଙ୍କ ମନ। ଅଧା ବାହାଘରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri