ବାହାନଗା ପଞ୍ଚାୟତ ସମିତି ବୈଠକ: ଫାଇଲିନ୍‌ ଟଙ୍କା ଖର୍ଚ୍ଚ ନେଇ ହୋହାଲ୍ଲା

ବାହାନଗା, ୭ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ପରିସରରେ ଶୁକ୍ରବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉପସ୍ଥିତ ସଭ୍ୟାସଭ୍ୟମାନେ ଫାଇଲିନ୍‌ ବାବଦକୁ ଆସିଥିବା ୭୦ ଲକ୍ଷ ଟଙ୍କା ଖର୍ଚ୍ଚ ନେଇ ପ୍ରଶ୍ନ ଉଠାଇବା ସହିତ ହୋହାଲ୍ଲା କରିଥିଲେ। ଏହି ଟଙ୍କା ୨୪ ପଞ୍ଚାୟତ ମଧ୍ୟରୁ ୧୫ ପଞ୍ଚାୟତରେ ଖର୍ଚ୍ଚ କରାଯାଇଥିବାରୁ ସଭ୍ୟାସଭ୍ୟମାନେ ଉଦ୍‌ବେଗ ପ୍ରକାଶ କରିଥିଲେ।
ବୈଠକରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ସରସ୍ବତୀ ମହାଳିକ ସଭାପତିତ୍ୱ କରିଥିଲେ। ଏବିଡିଓ ମାନସ କୁମାର ଚୌଧୁରୀ ସଭାକୁ ପରିଚାଳନା କରିଥିଲେ। ଏଥିରେ ଜିଲାପରିଷଦ ସଭ୍ୟ ଶରତଚନ୍ଦ୍ର ରାଜ, ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିନିଧି ବୈରାଗୀ ଚରଣ ବେହେରା, ନୀଳଗିରି ବିଧାୟକଙ୍କ ପ୍ରତିନିଧି ରମାକାନ୍ତ ବାରିକ, ଜିପିଓ ରାମଚନ୍ଦ୍ର ମାରାର୍ଣ୍ଣି, ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ତରୁଣକାନ୍ତ ନନ୍ଦୀ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ଉନ୍ନୟନମୂଳକ କାମ ବିଷୟରେ ଆଲୋଚନା କରି ପ୍ରସ୍ତାବ ଆଗତ କରିଥିଲେ ା ଏଥିରେ ସରକାରଙ୍କ କାଳିଆ ଯୋଜନା ବିଷୟରେ ଆଲୋଚନା କରାଯାଇଥିଲା। ଏଥିରେ ବ୍ଲକର ୧୯ ହଜାର ୯୧ଜଣ କାଳିଆ ଯୋଜନାରେ ସାମିଲ ହୋଇଥିବା ବୈଠକରେ ଅତିରିକ୍ତ କୃଷି ସମ୍ପ୍ରସାରଣ ଅଧିକାରୀ ରଙ୍ଗନାଥ ପାତ୍ର ପ୍ରକାଶ କରିଥିଲେ। ଏମାନଙ୍କ ମଧ୍ୟରୁ ୨୭ଶହ ୯୯ଜଣ ଅଯୋଗ୍ୟ ହିତାଧିକାରୀ ଭାବେ ବାଦ୍‌ ପଡିଛନ୍ତିି ା ୧୦ହଜାର ଯୋଗ୍ୟ ହିତାଧିକାରୀ ଭାବେ ପୁନର୍ବାର ଫର୍ମ ଆବେଦନ କରିଛନ୍ତି। ଏହାସହିତ ପାନୀୟଜଳ ଓ ବିଦ୍ୟୁତ, ଶିକ୍ଷା, ଅଙ୍ଗନୱାଡି ବାବଦରେ ଆଲୋଚନା କରାଯାଇଥିଲା। ସେହିପରି ଅନ୍ୟ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ସଭ୍ୟାସଭ୍ୟମାନଙ୍କ ପ୍ରଶ୍ନର ଉତ୍ତର ରଖିଥିଲେ। ତେବେ ବୈଠକରେ ବିଜେଡି ସମର୍ଥିତ ସରପଞ୍ଚ ସମିତିସଭ୍ୟାସଭ୍ୟମାନେ ଏକକାଳୀନ ଅନୁପସ୍ଥିତି ନେଇ ଚର୍ଚ୍ଚା ଜୋର ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri