Posted inରାଜ୍ୟ

ବାହାରେ ପଡ଼ିବନି ପାଇଖାନା ମଇଳା

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ପରିମଳ ପରିଚାଳନାକୁ ଦୀର୍ଘସ୍ଥାୟୀ କରିବା ନେଇ ମଙ୍ଗଳବାର ସଚିବାଳୟଠାରେ ଉନ୍ନୟନ କମିଶନର ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ସେପ୍ଟିଜ ପରିଚାଳନା ଅଧିନିୟମ ୨୦୧୮ କାର୍ଯ୍ୟକାରିତା ସମ୍ପର୍କରେ ବୈଠକରେ ମୁଖ୍ୟତଃ ଆଲୋଚନା କରାଯାଇଛି। ଏଥିରେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ, ବାଣିଜ୍ୟ ଓ ପରିବହନ ବିଭାଗ, ବିଏମ୍‌ସି, ସିଏମ୍‌ସି, ଓଡ଼ିଶା ଜଳଯୋଗାଣ ସହିତ ପରିମଳ ବୋର୍ଡର ବହୁ ବରିଷ୍ଠ ଅଧିକାରୀ ଯୋଗଦେଇଥିଲେ। ଏହି ଅବସରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଜି. ମାଥିଭାଥନାନ ଜଳାଶୟ, ନଦୀ ଆଦିକୁ ଦୂଷିତ ହେବାରୁ ରୋକିବା ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ବୈଠକରେ ପାଇଖାନା ମଇଳା ସଫା ଟ୍ୟାଙ୍କର ବା ସେସ୍‌ ପୁଲ ଗାଡ଼ି ଅନ୍ୟ କୌଣସି ସ୍ଥାନରେ ପାଇଖାନା ମଇଳା ନ ପକାଇବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। କେବଳ ଉଦ୍ଦିଷ୍ଟ ‘ସେଫ୍ଟିଜ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟରେ ବା ଡିପ୍‌ରୋ ଏଣ୍ଟ୍ରେଚ୍‌ମେଣ୍ଟରେ ମଇଳା ପକାଇବା ନେଇ ନିଷ୍ପତ୍ତି ହୋଇଥିଲା। କୌଣସି ସେସ୍‌ ପୁଲ ଗାଡ଼ି ଯଦି ଏହି ନିୟମ ଭଙ୍ଗକଲେ ସମ୍ପୃକ୍ତ ଆର୍‌ଟିଓ ଗାଡ଼ିର ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରିବେ ବୋଲି ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଜି. ଶ୍ରୀନିବାସ ମତବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ୧୧୪ଟି ପୌରସଂସ୍ଥାରେ ସେଫ୍ଟିଜ ପ୍ଲାଣ୍ଟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ପ୍ରମୁଖ ସହରଗୁଡ଼ିକରେ ୧୨ଟି ପ୍ଲାଣ୍ଟ ହୋଇସାରିଥିବା ବେଳେ ଅନ୍ୟ ସହରଗୁଡ଼ିକରେ କାର୍ଯ୍ୟ ଚାଲୁ ରହିଛି। ପ୍ରତି ସେସ୍‌ ପୁଲ୍‌ ଗାଡ଼ି ସମ୍ପୃକ୍ତ ପୌରସଂସ୍ଥାରେ ପଞ୍ଜୀକରଣ କରିବା ନେଇ ନିଷ୍ପତ୍ତି ହୋଇଛି। ଏହା ବ୍ୟତୀତ ଏହି ଗାଡ଼ିରେ ଜିପିଏସ୍‌ ସିଷ୍ଟମ୍‌ ନିଶ୍ଚିତ ରହିବ ବୋଲି ଆଲୋଚନା ହୋଇଛି। ପ୍ରତି ଗାଡ଼ିର ଉଭୟ ପାଶର୍‌ବରେ ପଞ୍ଜୀକରଣ ସମ୍ପର୍କିତ ସୂଚନା ନିଶ୍ଚିତ ରହିବା ନେଇ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri