Posted inରାଜ୍ୟ

ବାହାରେ ପଡ଼ିବନି ପାଇଖାନା ମଇଳା

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ପରିମଳ ପରିଚାଳନାକୁ ଦୀର୍ଘସ୍ଥାୟୀ କରିବା ନେଇ ମଙ୍ଗଳବାର ସଚିବାଳୟଠାରେ ଉନ୍ନୟନ କମିଶନର ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ସେପ୍ଟିଜ ପରିଚାଳନା ଅଧିନିୟମ ୨୦୧୮ କାର୍ଯ୍ୟକାରିତା ସମ୍ପର୍କରେ ବୈଠକରେ ମୁଖ୍ୟତଃ ଆଲୋଚନା କରାଯାଇଛି। ଏଥିରେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ, ବାଣିଜ୍ୟ ଓ ପରିବହନ ବିଭାଗ, ବିଏମ୍‌ସି, ସିଏମ୍‌ସି, ଓଡ଼ିଶା ଜଳଯୋଗାଣ ସହିତ ପରିମଳ ବୋର୍ଡର ବହୁ ବରିଷ୍ଠ ଅଧିକାରୀ ଯୋଗଦେଇଥିଲେ। ଏହି ଅବସରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଜି. ମାଥିଭାଥନାନ ଜଳାଶୟ, ନଦୀ ଆଦିକୁ ଦୂଷିତ ହେବାରୁ ରୋକିବା ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ବୈଠକରେ ପାଇଖାନା ମଇଳା ସଫା ଟ୍ୟାଙ୍କର ବା ସେସ୍‌ ପୁଲ ଗାଡ଼ି ଅନ୍ୟ କୌଣସି ସ୍ଥାନରେ ପାଇଖାନା ମଇଳା ନ ପକାଇବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। କେବଳ ଉଦ୍ଦିଷ୍ଟ ‘ସେଫ୍ଟିଜ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟରେ ବା ଡିପ୍‌ରୋ ଏଣ୍ଟ୍ରେଚ୍‌ମେଣ୍ଟରେ ମଇଳା ପକାଇବା ନେଇ ନିଷ୍ପତ୍ତି ହୋଇଥିଲା। କୌଣସି ସେସ୍‌ ପୁଲ ଗାଡ଼ି ଯଦି ଏହି ନିୟମ ଭଙ୍ଗକଲେ ସମ୍ପୃକ୍ତ ଆର୍‌ଟିଓ ଗାଡ଼ିର ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରିବେ ବୋଲି ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଜି. ଶ୍ରୀନିବାସ ମତବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ୧୧୪ଟି ପୌରସଂସ୍ଥାରେ ସେଫ୍ଟିଜ ପ୍ଲାଣ୍ଟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ପ୍ରମୁଖ ସହରଗୁଡ଼ିକରେ ୧୨ଟି ପ୍ଲାଣ୍ଟ ହୋଇସାରିଥିବା ବେଳେ ଅନ୍ୟ ସହରଗୁଡ଼ିକରେ କାର୍ଯ୍ୟ ଚାଲୁ ରହିଛି। ପ୍ରତି ସେସ୍‌ ପୁଲ୍‌ ଗାଡ଼ି ସମ୍ପୃକ୍ତ ପୌରସଂସ୍ଥାରେ ପଞ୍ଜୀକରଣ କରିବା ନେଇ ନିଷ୍ପତ୍ତି ହୋଇଛି। ଏହା ବ୍ୟତୀତ ଏହି ଗାଡ଼ିରେ ଜିପିଏସ୍‌ ସିଷ୍ଟମ୍‌ ନିଶ୍ଚିତ ରହିବ ବୋଲି ଆଲୋଚନା ହୋଇଛି। ପ୍ରତି ଗାଡ଼ିର ଉଭୟ ପାଶର୍‌ବରେ ପଞ୍ଜୀକରଣ ସମ୍ପର୍କିତ ସୂଚନା ନିଶ୍ଚିତ ରହିବା ନେଇ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୨ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ…

୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri