ବାହାରେ ଫସିଥିବା ଶ୍ରମିକଙ୍କ ପରିବାରକୁ ସହାୟତା ଦିଆଯାଉ: ଶ୍ରୀକାନ୍ତ ଜେନା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାଦ୍ୱାରା ଦେଶର ବିଭିନ୍ନ ସ୍ଥାନରେ ଓଡ଼ିଆ ଶ୍ରମିକ ଫସି ରହିଛନ୍ତି। ରେଳ ଚଳାଚଳ ଏବଂ ବେସରକାରୀ ପରିବହନ ବନ୍ଦ ରହିଥିବାରୁ ସେମାନେ ବର୍ତ୍ତମାନ ରାଜ୍ୟକୁ ଫେରିବା ସମ୍ଭବ ନୁହେଁ। ସେମାନେ କରୁଥିବା ରୋଜଗାର ଦ୍ୱାରା ତାଙ୍କ ପରିବାରର ପ୍ରତିପୋଷଣ ହୋଇଥାଏ, ତେଣୁ ସରକାର ରାଜ୍ୟ ବାହାରେ ଫସିଥିବା ଓଡ଼ିଆ ଶ୍ରମିକଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରନ୍ତୁ ବୋଲି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଗୁରୁବାର କହିଛନ୍ତି।
ଏ ନେଇ ଶ୍ରୀକାନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଚିଠି ଲେଖିଛନ୍ତି। ଚିଠି ମାଧ୍ୟମରେ ସେ ଉଲ୍ଲେଖ କରିଛନ୍ତି ଯେ, ରାଜ୍ୟ ସରକାର ସର୍ବନିମ୍ନ ୫୦୦୦ ଟଙ୍କା ଶ୍ରମିକଙ୍କ ପରିବାରକୁ ପ୍ରଦାନ କରନ୍ତୁ। ଏହାଦ୍ୱାରା ଅନେକାଂଶରେ ସେହି ପରିବାରଗୁଡିକ ଉପରୁ ଆର୍ଥିକ ବୋଝ ହ୍ରାସ ପାଇବ। ରାଜ୍ୟ ସରକାର ରାଶନ କାର୍ଡଧାରୀଙ୍କୁ ଚାଉଳ, ଡାଲି ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ପ୍ରଦାନ କରୁଛନ୍ତି। ଏହା ସ୍ବାଗତଯୋଗ୍ୟ ପଦକ୍ଷେପ, ସେହିପରି ରାଶନ କାର୍ଡ ନ ଥାଇ ମଧ୍ୟ ଅନେକ ଯୋଗ୍ୟ ଲୋକ ରାଜ୍ୟରେ ରହିଛନ୍ତି। ତେଣୁ ସ୍ବାୟତ୍ତ ଶାସନ ପଦ୍ଧତିରେ ତାଙ୍କୁ ଚିହ୍ନଟ କରି ତୁରନ୍ତ ୩ ମାସର ସହାୟତା ପ୍ରଦାନ କରିବାକୁ ଶ୍ରୀକାନ୍ତ କହିଛନ୍ତି। ଅନୁରୂପ ଭାବେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ତେଣୁ ରାଜ୍ୟ ସରକାର ଆଗାମୀ ଦୁଇ ସପ୍ତାହ ମଧ୍ୟରେ ଯଥାସମ୍ଭବ ସର୍ବାଧିକ ନମୁନା ପରୀକ୍ଷା କରିବାର ଆବଶ୍ୟକତା ରହିଛି। ଯେତେ ଅଧିକ ପରୀକ୍ଷା ହେବ, ରାଜ୍ୟରେ କରୋନାର ସ୍ଥିତି ସ୍ପଷ୍ଟ ହେବ ବୋଲି ସେ କହିଛନ୍ତି। ଅତି ଜରୁରୀ ପରିସ୍ଥିତିରେ ରୋଗୀକୁ ଭେଣ୍ଟିଲେଟର ଆବଶ୍ୟକ ହୋଇଥାଏ। ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ ହସ୍ପିଟାଲରେ କେତେ ଭେଣ୍ଟିଲେଟର ରହିଛି, ତାହା ସରକାର ଜଣାନ୍ତୁ ବୋଲି ଶ୍ରୀକାନ୍ତ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri