ବାହାର ଫେରନ୍ତାଙ୍କ ପାଇଁ ଆଜିଠୁ ପଞ୍ଜୀକରଣ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ ମେ ୩ ପର୍ଯ୍ୟନ୍ତ ଜାରି ରହିଛି। ଲକ୍‌ଡାଉନ୍‌ ହଟିବା ପରେ ନିଜ ରାଜ୍ୟକୁ ଫେରିବେ ପ୍ରବାସୀ ଓଡ଼ିଆ। ଏନେଇ ଶୁକ୍ରବାରଠାରୁ ପଞ୍ଜୀକରଣ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଫର୍ମ ଜାରି କରାଯାଇଛି। ଓଡ଼ିଶା ଫେରିଲେ ସେମାନଙ୍କ ରହିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ପଞ୍ଚାୟତ ସ୍ତରରେ କ୍ୱାରାଣ୍ଟାଇନ୍‌ ସେଣ୍ଟରର ପ୍ରସ୍ତୁତି କାର୍ଯ୍ୟ ମଧ୍ୟ ଏବେ ଜୋର୍‌ସୋରରେ ଚାଲିଛି। ଏସବୁ କାର୍ଯ୍ୟର ତଦାରଖ ପାଇଁ ସରପଞ୍ଚଙ୍କ ନେତୃତ୍ୱରେ ୫ ଜଣିଆ ଟିମ୍‌ ଗଠନ ହେବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି।
ସେ କହିଛନ୍ତି, ମଝିରେ ମାତ୍ର ୧୦ ଦିନ ବାକି ରହିଛି। ଲକ୍‌ଡାଉନ୍‌ରେ ବିଭିନ୍ନ ରାଜ୍ୟରେ ଫସିଥିବା ପ୍ରାୟ ୫ଲକ୍ଷ ଓଡ଼ିଆ ଫେରିବେ। ଏଠାରେ ପହଞ୍ଚତ୍ବା ପରେ ସିଧାସଳଖ ନିଜ ପଞ୍ଚାୟତରେ ପ୍ରସ୍ତୁତ ହୋଇ ରହିଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଯିବେ। ସେଠାରେ ସେମାନେ ୧୪ଦିନ ସଙ୍ଗରୋଧ ଭାବେ ରହିବେ। ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା କରିବ। କରୋନା ଲକ୍ଷଣ ଦେଖାଦେଲେ ଟେଷ୍ଟିଂ ପାଇଁ ନମୁନା ପଠାଯିବ। ରିପୋର୍ଟ ପଜିଟିଭ୍‌ ଆସିଲେ ସେମାନଙ୍କୁ କୋଭିଡ୍‌ ମେଡିକାଲକୁ ସ୍ଥାନାନ୍ତର କରାଯିବ।
ତେବେ ଫେରିବା ପୂର୍ବରୁ ନାମ ପଞ୍ଜୀକରଣ କରିବେ। ଏଥିପାଇଁ ଉଭୟ ଅନ୍‌ଲାଇନ୍‌ ଓ ଅଫଲାଇନ୍‌ର ବ୍ୟବସ୍ଥା କରାଯାଇଛି। ନିଜେ କିମ୍ବା ଅନ୍ୟକେହି ଆବଶ୍ୟକ ତଥ୍ୟ ଦେଇ ପଞ୍ଜୀକରଣ କରିପାରିବେ। ଉକ୍ତ ଫର୍ମରେ ଓଡ଼ିଶା ଫେରନ୍ତାଙ୍କ ନାଁ, ଗାଁ ଓ ଠିକଣା ସହ ସମ୍ପୂର୍ଣ୍ଣ ଯାତ୍ରା ବିବରଣୀ ଉଲ୍ଲେଖ କରିବାକୁ କୁହାଯାଇଛି। ଏହାସହ ସେ ଦାଦନ ଶ୍ରମିକ, ଛାତ୍ର, ପର୍ଯ୍ୟଟକ ନା ଅନ୍ୟ କେଉଁ ଶ୍ରେଣୀର ସେ କଥା ବି ଉଲ୍ଲେଖ କରିବେ। ପଞ୍ଜୀକରଣ ପରେ ଜିଲା ନୋଡାଲ ଅଧିକାରୀ ଅନଲାଇନ୍‌ ପୋର୍ଟାଲରେ ସବିଶେଷ ତଥ୍ୟ ଅପଲୋଡ୍‌ କରିବେ। ଏନେଇ ଗୁରୁବାର ରାଜ୍ୟ ଆନ୍ତଃ ମନ୍ତ୍ରୀସ୍ତରୀୟ ବୈଠକରେ ସବିଶେଷ ଆଲୋଚନା ହୋଇଛି। ପଞ୍ଜୀକରଣ ତଦାରଖ ପାଇଁ ସରପଞ୍ଚଙ୍କ ନେତୃତ୍ୱରେ ଏକ ୫ଜଣିଆ କମିଟି ରହିବ। ଏହି କମିଟିରେ ସରପଞ୍ଚଙ୍କ ସହ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ, ଗ୍ରାମ ରୋଜଗାର ସେବକ ଓ ୨ଜଣ ଶିକ୍ଷକ ରହିବେ ବୋଲି ମନ୍ତ୍ରୀ ଜେନା ସୂଚନା ଦେଇଛନ୍ତି। ସେପଟେ ଓଡ଼ିଶା ଫେରିବା ପୂର୍ବରୁ ସମସ୍ତଙ୍କର ଆଗୁଆ କୋଭିଡ୍‌ ଟେଷ୍ଟ ବ୍ୟବସ୍ଥା କରିବାକୁ କେନ୍ଦ୍ରକୁ ପ୍ରସ୍ତାବ ଦିଆଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି।

ହାତରେ ଲାଗିବ କ୍ୱାରାଣ୍ଟାଇନ୍‌ ଷ୍ଟାମ୍ପ

ପଞ୍ଜୀକୃତ ହୋଇଥିବା ବାହାର ଫେରନ୍ତାଙ୍କୁ ସିଧା ପୌର ସଂସ୍ଥା କିମ୍ବା ପଞ୍ଚାୟତ କ୍ୱାରାଣ୍ଟାଇନ୍‌ରେ ରଖାଯିବ। ତେବେ ଏହା ପୂର୍ବରୁ ସେମାନଙ୍କ ହାତରେ କ୍ୱାରାଣ୍ଟାଇନ୍‌ ଆରମ୍ଭ ତାରିଖକୁ ଏକ ଷ୍ଟାମ୍ପ୍‌ ଜରିଆରେ ଲଗାଯିବ। ଏହା ସହଜରେ ଲିଭବ ନାହିଁ, ୨୦ଦିନରୁ ଊର୍ଦ୍ଧ୍ୱ ରହିବ। କ୍ୱାରାଣ୍ଟାଇନ୍‌ରୁ ବାହାରକୁ ଗଲେ ସହଜରେ ଧରାପଡିଯିବେ। ଏଥିସହ ଅନ୍ୟମାନଙ୍କ ଅବଗତି ନିମନ୍ତେ ସମ୍ପୃକ୍ତ ବ୍ୟକ୍ତିଙ୍କ ଘର ସମ୍ମୁଖରେ ମଧ୍ୟ ଏକ ନିର୍ଦ୍ଦିଷ୍ଟ ଷ୍ଟିକର ଲଗାଯିବ। ଏନେଇ ଗୁରୁବାର ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନା ଗୁରୁବାର ଉଭୟ ପଞ୍ଚାୟତିରାଜ ବିଭାଗ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କୁ ଚିଠି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri